Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ
ଆଜିର ଖବର

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ
ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

ଖୋର୍ଦ୍ଧା: ଓଡ଼ିଶା ସରକାର, ରାଜ୍ୟ ପର୍ଯ୍ୟଟନ ବିଭାଗ ଏବଂ ଜିଲ୍ଲା ପ୍ରଶାସନ ମିଳିତ ଆନୁକୂଲ୍ୟରେ ଆଜି ଦିବା ୧୨ ଘଟିକା ସମୟରେ ଜିଲ୍ଲାପରିଷଦ କାର୍ଯ୍ୟାଳୟ ନୂତନ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଅମ୍ରିତ୍ ଋତୁରାଜଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ ହୋଇଯାଇଅଛି। ଏହି ଦିବସରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ସଭାପତି ରୁପଶ୍ରୀ ରାଣୀ ଗୁମାନ ସିଂହ, ସମ୍ମାନିତ ଅତିଥି ଭାବେ ଜିଲ୍ଲାପରିଷଦ ଉପସଭାପତି ଗୋପୀନାଥ ମହାରଣା, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ସାଫଲ୍ୟ ମଣ୍ଡିତ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ପ୍ରତାପ ଚନ୍ଦ୍ର ବେଉରା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ (ଜିଲ୍ଲା ପରିଷଦ) ଜ୍ୟୋତି ଶଙ୍କର ସାହୁ ପ୍ରମୁଖ ଯୋଗ ଦେଇଥିଲେ।

ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ରାଜ୍ୟ ସଦର ମହକୁମା ପାନ୍ଥ ନିବାସରୁ ଅଭାସିରେ ଯୋଡ଼ି ହୋଇ ଖୋର୍ଦ୍ଧା ଜିଲ୍ଲାର ପଖାଳ ଦିବସ ପାଳନକୁ ଅନୁଧ୍ୟାନ କରିବା ସହ ରାଜ୍ୟର ସମସ୍ତ ଜିଲ୍ଲା, ଦେଶର ମୁମ୍ବାଇ, ଜାମସେଦପୁର, ଗହ୍ୱାଟି ଆଦି ଚଉଦ ଗୋଟି ନଗରୀ ଓ ବିଶ୍ଵର ଆମେରିକା ଦେଶ ସହ ଛଅ ଗୋଟି ଦେଶ ସହ ଏହି ପଖାଳ ପର୍ବ ଦିବସରେ ଆଭାସିରେ ଯୋଡ଼ି ହୋଇ ପଖାଳ ଆମ ଓଡିଆଙ୍କ ଅସ୍ମିତାର ପରିଚୟ ବହନ କରେ ବୋଲି ଅଭିଭାଷଣ ରଖି ଏହାକୁ ବିଶ୍ଵର ସମଗ୍ର ଦେଶରେ ପରିଚିତ କରାଇ ଜଗନ୍ନାଥ ସଂସ୍କୃତିରେ ମହାପ୍ରଭୁଙ୍କ ନୈବେଦ୍ୟ ପଖାଳ ପର୍ବକୁ ଆମ ଓଡିଶାର ଜନସାଧାରଣମାନେ ବିଶ୍ଵର କୋଣ ଅନୁକୋଣରେ ବ୍ୟାପକ ପ୍ରଚାର ପ୍ରସାର କରିବାକୁ ଆହ୍ଵାନ ଦେଇଥିଲେ। ଜିଲ୍ଲା ସ୍ତରୀୟ ପଖାଳ ପର୍ବ ଦିବସ କୁ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ସାହୁ ପ୍ରତ୍ୟକ୍ଷ ପରିଚାଳନା କରିଥିବା ବେଳେ ଜିଲ୍ଲା ପର୍ଯ୍ୟଟନ ଉନ୍ନୟନ ଅଧିକାରୀ ସୁସ୍ମିତା ପ୍ରଧାନ ସହଯୋଗ ପ୍ରଦାନ କରିଥିଲେ।

ଜିଲ୍ଲାର ସମସ୍ତ ଜିଲ୍ଲା ପରିଷଦ ସଭ୍ୟ ସଭ୍ୟା, ପଂଚାୟତ ସମିତି ଅଧ୍ୟକ୍ଷ ଅଧ୍ୟକ୍ଷା, ପୌର ପରିଷଦ ଓ ବିଜ୍ଞାପିତ ଅଞ୍ଚଳ ଅଧ୍ୟକ୍ଷ ଅଧ୍ୟକ୍ଷା, ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ସମସ୍ତ ବି ଡି ଓ ଏବଂ ତହସିଲଦାର, ସମସ୍ତ ଡେପୁଟୀ କଲେକ୍ଟର, ଆସିଷ୍ଟାଣ୍ଟ କଲେକ୍ଟର, ଜିଲ୍ଲା ପରିଷଦ କାର୍ଯ୍ୟାଳୟ ସମସ୍ତ ଅଧିକାରୀ ଏବଂ କର୍ମଚାରୀ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମସ୍ତ ଅଧିକାରୀ ଏବଂ କର୍ମଚାରୀ ସମେତ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧିମାନେ ଯୋଗ ଦେଇଥିଲେ।

ପରିଶେଷରେ ସମସ୍ତେ ଓଡ଼ିଶାର ପାରମ୍ପାରିକ ଖାଦ୍ୟ ପଖାଳ ଓ ତତ୍ ସହ ବିଭିନ୍ନ ପ୍ରକାର ସୁସ୍ୱାଦୁ ବ୍ୟଞ୍ଜନ ଭୋଜନ କରିଥିଲେ।

ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ପଖାଳ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଚୁକ୍ତିଭିତ୍ତିକ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କୁ କଲେ ନିୟମିତ

March 20, 2026

ମମତା ବାନାର୍ଜୀ ଜାରି କଲେ ଇସ୍ତାହାର: ମହିଳାମାନଙ୍କୁ ମାସିକ ୧୫୦୦, ବେକାରଙ୍କ ପାଇଁ ପକେଟ ଖର୍ଚ୍ଚ

March 20, 2026

ଘୋଷଣା ହେଲା ଟିମ୍ ଇଣ୍ଡିଆର ପରବର୍ତ୍ତୀ ସିରିଜ: ଜାଣନ୍ତୁ କେବେ?

March 20, 2026
Latest News

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଚୁକ୍ତିଭିତ୍ତିକ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କୁ କଲେ ନିୟମିତ

March 20, 2026

ମମତା ବାନାର୍ଜୀ ଜାରି କଲେ ଇସ୍ତାହାର: ମହିଳାମାନଙ୍କୁ ମାସିକ ୧୫୦୦, ବେକାରଙ୍କ ପାଇଁ ପକେଟ ଖର୍ଚ୍ଚ

March 20, 2026

ପେଟ୍ରୋଲ ପରେ ମହଙ୍ଗା ହେଲା ଶିଳ୍ପ ଡିଜେଲ: ପ୍ରତି ଲିଟର ପ୍ରାୟ ୨୨ ଟଙ୍କାକୁ ବୃଦ୍ଧି

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.