Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
ଅନ୍ତରାଷ୍ଟ୍ରୀୟ

ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

March 21, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଇରାନ
ଇରାନ ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଇରାନ୍‌ ରାଷ୍ଟ୍ରପତି ଡକ୍ଟର ମସୁଦ ପେଜେକସିୟାନଙ୍କ ସହ କଥା ହୋଇଛନ୍ତି। ଉଭୟଙ୍କ ମଧ୍ୟରେ କ୍ଷେତ୍ରୀୟ ଘଟଣାକ୍ରମ ଏବଂ ଦ୍ୱିପାକ୍ଷିକ ସହଯୋଗକୁ ସୁଦୃଢ଼ କରିବା ନେଇ ଆଲୋଚନା ହୋଇଛି।

ପ୍ରଧାନମନ୍ତ୍ରୀ ଇଦ୍ ଏବଂ ନୌରୋଜର ପବିତ୍ର ଅବସରରେ ରାଷ୍ଟ୍ରପତି ଡକ୍ଟର ମସୁଦ ପେଜେଶକିୟନଙ୍କୁ ତାଙ୍କର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ। ଏହି ପାର୍ବଣ ଋତୁ ପଶ୍ଚିମ ଏସୀୟ କ୍ଷେତ୍ର ପାଇଁ ଶାନ୍ତି, ସ୍ଥିରତା ଏବଂ ସମୃଦ୍ଧିର ଏକ ସମୟ ଆଣିବ ବୋଲି ଆଲୋଚନା ସମୟରେ  ଉଭୟ ନେତା ମିଳିତ ଭାବେ ଆଶା ପ୍ରକାଶ କରିଥିଲେ। ଶ୍ରୀ ମୋଦୀ ଏହି ଅଞ୍ଚଳର ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ଉପରେ ସମ୍ପ୍ରତି ହୋଇଥିବା ଆକ୍ରମଣକୁ ନିନ୍ଦା କରି କହିଛନ୍ତି ଯେ ଏପରି କାର୍ଯ୍ୟ ଆଞ୍ଚଳିକ ସ୍ଥିରତାକୁ ବିପଦରେ ପକାଇଛି। ଏହା ମଧ୍ୟ ଗୁରୁତ୍ୱପୂର୍ଣ୍ଣ ବିଶ୍ୱ ଯୋଗାଣ ଶୃଙ୍ଖଳକୁ ବିପର୍ଯ୍ୟସ୍ତ କରୁଛି।

ପ୍ରଧାନମନ୍ତ୍ରୀ ଜାହାଜ ଚଳାଚଳ ସ୍ୱାଧୀନତାକୁ ସୁରକ୍ଷା ଦେବା ଏବଂ ଅନ୍ତର୍ଜାତୀୟ ଜାହାଜ ଚଳାଚଳ ମାର୍ଗଗୁଡ଼ିକୁ ଖୋଲା ଓ ସୁରକ୍ଷିତ ରଖିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହା ବ୍ୟତୀତ, ଶ୍ରୀ ମୋଦୀ ଦେଶରେ ରହୁଥିବା ଭାରତୀୟ ନାଗରିକଙ୍କ ସୁରକ୍ଷା ଏବଂ ନିରାପତ୍ତା ସୁନିଶ୍ଚିତ କରିବାରେ ଇରାନର ନିରନ୍ତର ସମର୍ଥନ ପାଇଁ ତାଙ୍କର ଆନ୍ତରିକ କୃତଜ୍ଞତା ପ୍ରକାଶ କରିଥିଲେ।

ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି:

‘‘ରାଷ୍ଟ୍ରପତି ଡକ୍ଟର ମସୁଦ ପେଜେଶକିୟନଙ୍କ ସହ କଥା ହେଲି ଏବଂ ଇଦ୍ ଓ ନୌରୋଜର ଶୁଭେଚ୍ଛା ଜଣାଇଲି। ଏହି ପାର୍ବଣ ଋତୁ ପଶ୍ଚିମ ଏସିଆରେ ଶାନ୍ତି, ସ୍ଥିରତା ଏବଂ ସମୃଦ୍ଧି ଆଣିବ ବୋଲି ଆମେ ଆଶା ପ୍ରକାଶ କରିଛୁ।

ଆଞ୍ଚଳିକ ସ୍ଥିରତାକୁ ବିପଦରେ ପକାଉଥିବା ଏବଂ ବିଶ୍ୱ ଯୋଗାଣ ଶୃଙ୍ଖଳାକୁ ବାଧାପ୍ରାପ୍ତ କରୁଥିବା ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ଉପରେ ଆକ୍ରମଣକୁ ନିନ୍ଦା କଲି।

ଜାହାଜ ଚଳାଚଳ କ୍ଷେତ୍ରରେ ସ୍ୱାଧୀନତାକୁ ସୁରକ୍ଷା ଦେବା ଏବଂ ଜାହାଜ ଚଳାଚଳ ମାର୍ଗଗୁଡ଼ିକୁ ଖୋଲା ଏବଂ ସୁରକ୍ଷିତ ରଖିବା ନିଶ୍ଚିତ କରିବାର ଗୁରୁତ୍ୱକୁ ଦୋହରାଇଲି।

ଇରାନରେ ଭାରତୀୟ ନାଗରିକଙ୍କ ସୁରକ୍ଷା ଏବଂ ନିରାପତ୍ତା ପାଇଁ ଇରାନର ନିରନ୍ତର ସମର୍ଥନ ପାଇଁ କୃତଜ୍ଞତା ଜଣାଇଲି।’’

ଇଦ୍ ଇରାନ ରାଷ୍ଟ୍ରପତି ଡକ୍ଟର ମସୁଦ ପେଜେକସିୟାନ ନରେନ୍ଦ୍ର ମୋଦୀ ନୌରଜର ଶୁଭକାମନା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅକ୍ବୋବର ତିନି ତାରିଖରେ ଏହି ସାତଟି ରାଶିର ଲୋକ ରୁହନ୍ତୁ ସାବଧାନ

October 3, 2026

RBIରେ ବଡ଼ ନିଯୁକ୍ତି: ସୁଧାକର ମଲ୍ଲୀ ହେଲେ ନୂଆ Executive Director, ଜାଣନ୍ତୁ କ’ଣ ରହିବ ଦାୟିତ୍ୱ

October 2, 2026

ଷ୍ଟାଲିନଙ୍କ ତୀବ୍ର ଆକ୍ରମଣ, TVK ଓ ବିଜୟଙ୍କୁ ନେଇ ତାମିଲନାଡୁରେ ବଢ଼ିଲା ଚର୍ଚ୍ଚା

October 2, 2026

୧୨ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ, ପୁଣି ଡରାଇଲାଣି ଅକ୍ଟାେବର

October 2, 2026
Latest News

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

ମା’ ଭଗବତୀଙ୍କ ପୀଠରେ ବାଜିଲା ଶୁଭାରମ୍ଭ ଶଙ୍ଖ କାହାଳୀ: ରାଜାଙ୍କ ନଅରକୁ ଗଲା ପର୍ବ ଅନୁକୂଳ ଗୁଆ ପଇତା

October 3, 2026

ଆଜି ଅକ୍ବୋବର ତିନି ତାରିଖରେ ଏହି ସାତଟି ରାଶିର ଲୋକ ରୁହନ୍ତୁ ସାବଧାନ

October 3, 2026

RBIରେ ବଡ଼ ନିଯୁକ୍ତି: ସୁଧାକର ମଲ୍ଲୀ ହେଲେ ନୂଆ Executive Director, ଜାଣନ୍ତୁ କ’ଣ ରହିବ ଦାୟିତ୍ୱ

October 2, 2026

ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ମାମଲା: ଡିସିପିଙ୍କୁ ମହିଳା କମିଶନଙ୍କ ରିପୋର୍ଟ ତଲବ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.