Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି
ଆଜିର ଖବର

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି
ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

ଭୁବନେଶ୍ୱର: ରାଜ୍ୟ ଏବଂ ଜାତୀୟସ୍ତରର ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତାରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ଆଜି ଭୁବନେଶ୍ୱରସ୍ଥିତ ପୋଲିସ ଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ କରାଯାଇଛି।

ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ କ୍ରୀଡ଼ାବିତମାନଙ୍କୁ ସେମାନଙ୍କର ଅସାଧାରଣ ପ୍ରଦର୍ଶନ ପାଇଁ ପ୍ରଶଂସାପତ୍ର ସହ ନଗଦ ଅର୍ଥ ରାଶି ପ୍ରଦାନ କରିଥିଲେ।

ଏହି ଅବସରରେ ଡିଜିପି ଶ୍ରୀ ଖୁରାନିଆ ପଦକ ବିଜେତାମାନଙ୍କୁ ଅଭିନନ୍ଦନ ଜଣାଇ ସେମାନଙ୍କର ପ୍ରତିଭା, ଶୃଙ୍ଖଳା ଓ ଦୃଢ଼ ପ୍ରୟାସକୁ ଭୂୟସୀ ପ୍ରଶଂସା କରିଛନ୍ତି। କ୍ରୀଡାବିତଙ୍କ ଏହି ସଫଳତା ରାଜ୍ୟ ଓ ଓଡ଼ିଶା ପୋଲିସ ପାଇଁ ଗୌରବର ବିଷୟ ଏବଂ ସେମାନଙ୍କ ଏହି ସଫଳତା ଓଡ଼ିଶାର ଯୁବ ପିଢ଼ୀକୁ କ୍ରୀଡ଼ା ପ୍ରତି ଆକୃଷ୍ଟ କରିବ ବୋଲି ସେ କହିଥିଲେ।

ଉଲ୍ଲେଖନୀୟ ଯେ, ନିକଟରେ ଆୟୋଜିତ ସର୍ବଭାରତୀୟ ପୋଲିସ ଓ ସିନିୟର ନ୍ୟାସନାଲ ଚାମ୍ପିୟନସିପ୍–୨୦୨୬ରେ ଓଡ଼ିଶା ପୋଲିସର କ୍ରୀଡ଼ାବିତମାନେ ଏକାଧିକ ସ୍ୱର୍ଣ୍ଣ, ରୌପ୍ୟ ଓ କାଂସ୍ୟ ପଦକ ବିଜୟୀ ହୋଇଛନ୍ତି।  ରୋଇଂ ପ୍ରତିଯୋଗିତାରେ ରିତୁ କାଉଡି ଓ ସୋନାଲିକା ଦାସ ସ୍ୱର୍ଣ୍ଣ ପଦକ ଅର୍ଜନ କରିଥିଲେ। ସେହିପରି କ୍ୟାନୋଇଂ, କାୟାକିଂ, କରାଟେ ଏବଂ ଆଥଲେଟିକ୍ସ ମଧ୍ୟରେ ମଧ୍ୟ କ୍ରୀଡ଼ାବିତମାନେ ଉଲ୍ଲେଖନୀୟ ସଫଳତା ଅର୍ଜନ କରିଛନ୍ତି।

ଅନ୍ୟପକ୍ଷରେ କଟକରେ ଆୟୋଜିତ ୭୪ତମ ରାଜ୍ୟ ପୋଲିସ ଆଥଲେଟିକ୍ ଚାମ୍ପିୟନସିପ୍ ୨୦୨୫–୨୬ରେ ଓଡ଼ିଶା ପୋଲିସର ୭ ଜଣ ଆଥଲେଟ୍ ୧୧ଟି ଭିନ୍ନ ବିଭାଗରେ ନୂତନ ‘ମିଟ୍ ରେକର୍ଡ’ ସୃଷ୍ଟି କରି ଏକ ନୂଆ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ବିଘ୍ନରାଜ ମିରିଡ଼ିଆ, ଅଶୋକ ଦାଣ୍ଡସେନା, ସୁସ୍ମିତା ତିଗା ଓ ସବିତା ଟପ୍ପୋଙ୍କ ଭଳି କ୍ରୀଡ଼ାବିତମାନେ ନିଜ ନିଜ ବର୍ଗରେ ଅସାଧାରଣ ପ୍ରଦର୍ଶନ କରି ନୂତନ କୀର୍ତ୍ତିମାନ ସ୍ଥାପନ କରିଛନ୍ତି।

ଆଜିର ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାରଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ। ଓଡ଼ିଶା ପୋଲିସର କ୍ରୀଡ଼ା ଅଧିକାରୀ ନୀଳମାଧବ ସ୍ୱାଇଁ କାର୍ଯ୍ୟକ୍ରମକୁ ସଫଳଭାବେ ପରିଚାଳନା କରିଥିଲେ।

ଓଡିଶା ପୋଲିସ କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ ଯୋଗେଶ ବାହାଦୁର ଖୁରାନିଆ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026
Latest News

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.