(କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): କବିସୂର୍ଯ୍ୟ ନଗର ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଯାହାକି ନିଜ ଘର ବାରିପଟେ ଖେଳୁଥିବା ନାବାଳକମାନେ ତଳେ ପଡିଥିବା ବୋମାକୁ ବଲ୍ ଭାବି ଧରିବା ବେଳେ ହଠାତ ହାତରେ ବିସ୍ଫୋରଣ ହୋଇଥିଲା। ଯାହା ଫଳରେ ଜଣେ ସାମାନ୍ୟ ଆହତ ହୋଇ କୋଦଳା ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ଆଉଜଣେ ନାବାଳକ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର ହୋଇଛନ୍ତି।
ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି। ଘର ବାରିପଟେ ବୋମା କିଏ ରଖିଥିଲା ଓ କାହିଁକି ରଖିଥିଲା। ତାହା ଉପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ଏଭଳି ପରିସ୍ଥିତିରେ ଗାଁରେ ସମ୍ବେଦନଶୀଳ ପରିସ୍ଥିତି ସୃଷ୍ଟି ହୋଇଛି।


