ଓ୍ବାଶିଂଟନ୍: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧବିରତି ଘୋଷଣା କରିଛନ୍ତି । ଟ୍ରମ୍ପ ଘୋଷଣା କରିଛନ୍ତି ଯେ ଆମେରିକା ଇରାନ ସହିତ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ରାଜି ହୋଇଛି। ହର୍ମୁଜ ପ୍ରଣାଳୀ ଖୋଲିବାକୁ ଇରାନ୍ ରାଜି ହେବା ପରେ ଦୁଇ ସପ୍ତାହ ପାଇଁ ଯୁଦ୍ଧ ବିରତିର ଘୋଷଣା କରିଛନ୍ତି ଆମେରିକା ରାଷ୍ଟ୍ରପତି । ଇରାନର ୧୦ ସୂତ୍ରୀ ପ୍ରସ୍ତାବ ଉପରେ ମଧ୍ୟ ଆଲୋଚନା କରାଯିବା ନେଇ ଆମେରିକା ରାଷ୍ଟ୍ରପତି ସୂଚନା ଦେଇଛନ୍ତି । ଯୁଦ୍ଧବିରତି ସୁନିଶ୍ଚିତ କରିବାରେ ପାକିସ୍ତାନ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲା, ଯାହା ଟ୍ରମ୍ପ ତାଙ୍କ ସୋସିଆଲ ମିଡିଆ ପୋଷ୍ଟରେ ଉଲ୍ଲେଖ କରିଛନ୍ତି। ଏହି ସମୟରେ, ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି ପାକିସ୍ତାନର ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଏବଂ ସେନାମୁଖ୍ୟ ମୁନିରଙ୍କୁ ଧନ୍ୟବାଦ ଜଣାଇଛନ୍ତି।


