ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ରେଢାଖୋଲ ଥାନା ଲୁହାପଙ୍କ ପଞ୍ଚାୟତ ଅନ୍ତର୍ଗତ ଖରସାଳି ଗ୍ରାମରେ ରବିବାର ଦିନ ଜଣେ ବ୍ୟକ୍ତି ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମୃତ୍ୟୁ ବରଣ କରିଥିବା ଜଣାପଡିଛି। ସୂଚନାରୁ ପ୍ରକାଶ ଯେ, ଉକ୍ତ ଗ୍ରାମର ବାବୁଲି ମୁଣ୍ଡା ଘର ବାଡ଼ିରେ ପନିପରିବା ଚାଷରେ ପାଣି ବଦଳାଇବା ପାଇଁ କୂଅରେ ଟୁଲୁ ମଟର ଲଗାଇଥିବା ବେଳେ କୈଣସି କାରଣରୁ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଗୁରୁତର ହୋଇପଡିଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ରେଢ଼ାଖୋଲ ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ପୋଲିସ ଘଟଣାର ଖବର ପାଇ ମେଡିକାଲରେ ପହଞ୍ଚି ଶବ ଜବତ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଦେଇ ଘଟଣାର ତଦନ୍ତ କରୁଛି।


