ଭୁବନେଶ୍ୱର: ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଦ୍ୟାଳୟ ଅଙ୍ଗନୱାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି । ଆସନ୍ତା ୨୦ରୁ ୨୩ ତାରିଖ ପର୍ଯ୍ୟନ୍ତ ଛୁଟି ନିର୍ଦ୍ଦେଶ ରହିଛି । ଏନେଇ ସୂଚନା ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ ଋତୁରାଜ । ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଥିବା ଜିଲାପାଳ କହିଛନ୍ତି। ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ଏବଂ ନିରାପତ୍ତା ଆମ ପାଇଁ ପ୍ରାଥମିକତା। ପରବର୍ତ୍ତୀ ସମୟରେ ପାଣିପାଗ ସ୍ଥିତିକୁ ସମୀକ୍ଷା କରାଯାଇ ଆଗାମୀ ନିଷ୍ପତ୍ତି ନିଆଯିବ ବୋଲି ଜିଲାପାଳ କହିଛନ୍ତି। ସୂଚନାଯୋଗ୍ୟ, ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ପଶ୍ଚିମ ଓଡ଼ିଶାର ୯ରୁ ଅଧିକ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଥିଲା ।


