ସୁନ୍ଦରଗଡ଼: ସୁନ୍ଦରଗଡ ଜିଲ୍ଲା ବଣାଇ ଅଞ୍ଚଳରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଚାନ୍ଦିପୋଷ ମୂଷାବିରା ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଯାତ୍ରୀବାହୀ ବସ୍ଟି ରାଉରକେଲାରୁ ଯାଜପୁର ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ ସହ ଏହାର ସିଧାସଳଖ ଧକ୍କା ହୋଇଥିଲା। ଆହତଙ୍କ ମଧ୍ୟରୁ ୮ ଜଣଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ରହିଛି। ସେମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ତୁରନ୍ତ ରାଉରକେଲା ସ୍ଥାନାନ୍ତର କରାଯାଇଛି।


