ଭୁବନେଶ୍ଵର: ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏ ନେଇ ବିଧାନସଭା ଜଗିବେ ୭୦ପ୍ଲାଟୁନ ପୋଲିସ ଫୋର୍ସ। ମହିଳା ସଂରକ୍ଷଣ ବିଲ୍ ସଂପର୍କରେ ଆଲୋଚନା ପାଇଁ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ବସିବ। ଆସନ୍ତା ୩୦ ତାରିଖରେ ବିଧାନସଭାର ଦିନିକିଆ ସ୍ୱତନ୍ତ୍ର ଅଧିବେଶନ ହେବ । ଦିନ ୧୧ଟାରୁ ସ୍ୱତନ୍ତ୍ର ଅଧିବେଶନ ବସିବ । ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଥିଲା। ଏହି ସ୍ଵତନ୍ତ୍ର ଅଧିବେଶନ ପାଇଁ STU, ଡଗ ସ୍କ୍ବାଡ, ବମ ସ୍କ୍ବାଡ ସହ ଅଗ୍ନିଶମ ବିଭାଗକୁ ମଧ୍ୟ ଦାୟିତ୍ୱ ଦିଆଯାଇଛି।


