ନେପାଳ: ନେପାଳର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବା ସମୟରେ ତୁର୍କୀଏ ଏୟାରଲାଇନ୍ସର ଏକ ବିମାନର ଟାୟାରରେ ନିଆଁ ଲାଗିଯିବାରୁ ଏକ ବଡ଼ ଦୁର୍ଘଟଣା ଏଡାଇ ଯାଇଛି। ତେବେ ମିଳିଥିବା ସୂଚନା ଅନୁସାରେ ନିଆଁକୁ ନିୟନ୍ତ୍ରଣ କରାଯାଇଛି ଏବଂ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବରେ ସ୍ଥାନାନ୍ତର କରାଯାଇଛି। ବିମାନଟିରେ ୨୭୮ ଜଣ ଯାତ୍ରୀ ଏବଂ ୧୧ ଜଣ କ୍ରୁ ସଦସ୍ୟ ଥିଲେ।


