ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଧିରେ ଧିରେ ଲଘୁଚାପର ରୂପ ନେଉଛି । ଏହାର ପ୍ରଭାବରେ ଉତ୍ତର, ଉପକୂଳ ସମେତ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଅନୁଗୋଳ, ସୋନପୁର, ଦେବଗଡ ଓ ବୌଦ୍ଧ ଆଦି ଜିଲ୍ଲାରେ ବର୍ଷାର ପରିମାଣ ଅଧିକ ରହିବ । ଆଜି ଏହି ସବୁ ଜିଲ୍ଲାରେ ସକାଳ 10.30 ଯାଏଁ ଘଡ଼ଘଡ଼ି ସହ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏଥିପାଇଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଏହି ସମୟରେ ଘରୁ ବାହାରକୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି ।