Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି
ଜାତୀୟ ଖବର

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ
ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ନିଷ୍ପତି

ଭୁବନେଶ୍ୱର: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ସମ୍ପର୍କିତ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଯେହେତୁ ବର୍ତ୍ତମାନ ପଶ୍ଚିମ-ଏସିଆ ପରିସ୍ଥିତି ଯୋଗୁ ସମଗ୍ର ଦେଶ ଏକ ସଂକଟମୟ ପରିସ୍ଥିତି ଦେଇ ଗତି କରୁଛି, ସେଥିପାଇଁ ଏହି ଉତ୍ସବକୁ ନିରାଡମ୍ବର ଭାବେ ପାଳନ କରାଯିବାପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏଥିସହିତ ବ୍ୟାପକ ଉତ୍ସବ ପାଳନ ବଦଳରେ ୨ ବର୍ଷର ଉପଲବ୍ଧି ଉପରେ ଅଧିକ ଫୋକସ କରିବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି। ସରକାରଙ୍କ ଏହି ଉପଲବ୍ଧି ହେଉଛି ଲୋକଙ୍କ ପାଇଁ, ତେଣୁ ଏହି ସଫଳତା ଯେପରି ପ୍ରତ୍ୟେକ ଲୋକଙ୍କ ପାଖରେ ପହଞ୍ଚିବ ସେଥିପାଇଁ କାର୍ଯ୍ୟକ୍ରମ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଏଥିପାଇଁ ପ୍ରିଣ୍ଟ, ଇଲୋକ୍ଟ୍ରୋନିକ୍‌ସ, ସାମାଜିକ ଗଣମାଧ୍ୟମରେ ସରକାରଙ୍କ ଉପଲବ୍ଧିର ପ୍ରସାର ସହିତ ପୁସ୍ତିକା ପ୍ରକାଶନ କରାଯିବ। ଏଥିସହିତ କାର୍ଯ୍ୟକାରୀ ହୋଇଥିବା ପ୍ରତ୍ୟେକ ଜନକଲ୍ୟାଣକାରୀ ଯୋଜନା ମାଧ୍ୟମରେ ସାଧାରଣ ଲୋକ କିଭଳି ଉପକୃତ ହେଉଛନ୍ତି ତାର ଚିତ୍ର ସର୍ବସାଧାରଣକୁ ଆଣିବା ପାଇଁ ବୈଠକରେ ଗୁରୁତ୍ବାରୋପ ହୋଇଥିଲା।

ବୈଠକରୁ ଜଣାଯାଇଛି, ଆଗାମୀ ଜୁନ୍ ୧୨ ତାରିଖରେ ରାଜ୍ୟ ସରକାରଙ୍କର ୨ ବର୍ଷ ପୂର୍ତ୍ତି ପାଳନ କରାଯିବ। ଏଥିପାଇଁ ଜୁନ୍ ୧୨ରୁ ୨୧ ପର୍ଯ୍ୟନ୍ତ ଉଭୟ ରାଜ୍ୟ ଓ ଜିଲ୍ଲାସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ବିଭିନ୍ନ ବିଭାଗର ସଫଳତାକୁ ସନ୍ନିବେଶିତ କରି ଶକ୍ତି ଓଡିଶା,ସମୃଦ୍ଧ କୃଷି ଓଡିଶା, ସୁସ୍ଥ ଓଡିଶା, ନିର୍ମାଣ ଓଡିଶା, ଉତ୍କର୍ଷ ଓଡିଶା, ଜନଶକ୍ତି ଓଡିଶା ଏବଂ କୌଶଳ ଓଡିଶା ଆଦି ଏହି ୭ଟି ଥିମ୍‌ରେ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯିବ । ଏଥିସହିତ ୨୦୨୬ରୁ ୨୦୩୬ ପର୍ଯ୍ୟନ୍ତ ସରକାରଙ୍କ ଲକ୍ଷ୍ୟ ଏବଂ ଆଭିମୁଖ୍ୟ ଗୁଡିକ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ୍ ରହିବ।

ବିଭାଗୀୟ ମନ୍ତ୍ରୀମାନେ ୨ ବର୍ଷ ମଧ୍ୟରେ ନିଜ ନିଜ ବିଭାଗରେ ହାସଲ ହୋଇଥିବା ସଫଳତା ବିଷୟରେ ସାମ୍ବାଦିକ ସମ୍ମିଳନୀ କରିବା ସହିତ ବିଭାଗ ଗୁଡିକର ସଫଳତା ସମ୍ପର୍କିତ ଲିଫଲେଟ୍, ପୁସ୍ତିକା ପ୍ରକାଶନ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ମାଧ୍ୟମରେ ରାଜ୍ୟର ସମୃଦ୍ଧି ଓ ସାଧାରଣ ଲୋକଙ୍କ କଲ୍ୟାଣ ପାଇଁ ଆମର ଯେଉଁ ଆଭିମୁଖ୍ୟ ରହିଛି, ତାହା ଲୋକଙ୍କ ପାଖରେ ପହଞ୍ଚାଇବାରେ ଆମେ ସଫଳ ହେବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବୈଠକରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରମତୀ ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ଏବଂ ବିଭିନ୍ନ ବିଭାଗର ସଚିବସ୍ତରୀୟ ଅଧିକାରୀ ମାନେ ଯୋଗଦେଇଥିଲେ।

ଓଡିଶା ସରକାରକୁ ଦୁଇ ବର୍ଷ ଓଡିଶା ସରକାରଙ୍କ ପୁର୍ତ୍ତି ବିଜେପି ସରକାର ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Latest News

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.