ତାମିଲନାଡୁ: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ରାଜ୍ୟରେ କ୍ଷମତା ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ସମାପ୍ତ ହେବା ପରେ ଦେଶବ୍ୟାପୀ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇଁ ସେ ଭାରତୀୟ ଜନତା ପାର୍ଟି (ବିଜେପି) ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି ।
ମୁଖ୍ୟମନ୍ତ୍ରୀ ବିଜୟ କେନ୍ଦ୍ର ସରକାରଙ୍କ ଇନ୍ଧନ ମୂଲ୍ୟ ବୃଦ୍ଧି ନିଷ୍ପତ୍ତିକୁ ଗ୍ରହଣୀୟ ନୁହେଁ ବୋଲି କହିଛନ୍ତି ଏବଂ ଏହାକୁ ପ୍ରତ୍ୟାହାର କରିବାକୁ ଦାବି କରିଛନ୍ତି। ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଯୋଗୁଁ ବିଶ୍ୱବ୍ୟାପୀ ଅଶୋଧିତ ତୈଳ ମୂଲ୍ୟରେ ସମ୍ପ୍ରତି ବୃଦ୍ଧି ଘଟିବା ମଧ୍ୟରେ ତାଙ୍କର ଏହି ବକ୍ତବ୍ୟ ଆସିଛି, ଯାହା ଫଳରେ ଭାରତ ସରକାର ଶୁକ୍ରବାର (୧୫ ମଇ, ୨୦୨୬) ଦିନ ଦେଶବ୍ୟାପୀ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତି ଲିଟର ପ୍ରାୟ ୩ ଟଙ୍କା ବୃଦ୍ଧି କରିଛନ୍ତି।
ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ସମସ୍ତ ବିରୋଧୀ ଦଳ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ଏହି ପରିପ୍ରେକ୍ଷୀରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ମଧ୍ୟ କେନ୍ଦ୍ର ସରକାର ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସମାଲୋଚନା କରିଛନ୍ତି।


