ଭୁବନେଶ୍ଵର : ଆଜି ରାଜ୍ୟ କାର୍ଯ୍ୟାଳୟରେ କୋର କମିଟି ବୈଠକ ଅନୁଷ୍ଠିତ ହେଉଛି । ରାଜ୍ୟ ସଭାପତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଯୋଗ ଦେଇଛନ୍ତି । ଏହି ଅବସରରେ ନୀତିନ ନବୀନଙ୍କୁ ଭବ୍ୟ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ଏହି ବୈଠକରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଯୋଗଦେଇଛନ୍ତି । ଏହି ବୈଠକରେ ଗୁରୁମନ୍ତ୍ର ଦେବେ ନୀତିନ ନବୀନ ।


