ମହାରାଷ୍ଟ୍ରରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ 11 ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ 12 ଜଣ ଆହତ ହୋଇଛନ୍ତି । ରବିବାର ରାତି 10.30 ସମୟରେ ମହାରାଷ୍ଟ୍ରର ଧୁଲେ ଜିଲ୍ଲାରେ ଏକ ବସ ଏବଂ ଟ୍ରକ୍ ମଧ୍ୟରେ ଦୁର୍ଘଟଣା ଘଟିଥିଲା । ବସ୍ଟି ଔରଙ୍ଗାବାଦରୁ ଶାହଦା ଅଭିମୁଖେ ଯାତ୍ରା କରୁଥିଲା । ଉଭୟ ଯାନର ଡ୍ରାଇଭର ଘଟଣାସ୍ଥଳରେ ପ୍ରାଣ ହରାଇଛନ୍ତି । ଆହତ 12 ଜଣଙ୍କ ମଧ୍ୟରୁ ଅନେକ ଗୁରୁତର ରହିଥିବାରୁ ମୃତକଙ୍କ ସଂଖ୍ୟା ବଢିପାରେ ବୋଲି କୁହାଯାଇଛି । ଆହତ ମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।