ଭୁବନେଶ୍ବର : ଆଜି ଠାରୁ ରାଜ୍ୟରେ ଆରମ୍ଭ ହେବ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍)। ଜୁନ୍ ୨୮ ତାରିଖ ପର୍ଯ୍ୟନ୍ତ ବୁଥସ୍ତରୀୟ ଅଧିକାରୀ (ବିଏଲ୍ଓ)ମାନେ ଘରକୁ ଘର ପରିଦର୍ଶନ କରି ଭୋଟରଙ୍କୁ ଦୁଇଟି ପରିଗଣନା ଫର୍ମ ପ୍ରଦାନ କରିବେ । ଏଥିପାଇଁ ବିଏଲ୍ଓଙ୍କ ପ୍ରଶିକ୍ଷଣ ମଧ୍ୟ ଶେଷ ହୋଇଛି।
ଜୁନ୍ ୨୮ ତାରିଖ ସୁଦ୍ଧା ମତଦାନ କେନ୍ଦ୍ରଗୁଡ଼ିକର ପୁନର୍ବିନ୍ୟାସ ପରେ ଜୁଲାଇ ୫ ତାରିଖରେ ଭୋଟର ତାଲିକା ପ୍ରକାଶ କରାଯିବ। ସେହିଦିନଠାରୁ ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଦାବି ଓ ଆପତ୍ତି ଦାଖଲ ସମୟସୀମା ଧାର୍ଯ୍ୟ ହୋଇଛି। ଜୁଲାଇ ୫ ତାରିଖରୁ ସେପ୍ଟେମ୍ବର ୨ ତାରିଖ ପର୍ଯ୍ୟନ୍ତ ନୋଟିସ୍ ପର୍ଯ୍ୟାୟ, ଦାବି ଓ ଆପତ୍ତିର ସମାଧାନ କରାଯିବ। ସେପ୍ଟେମ୍ବର ୬ ତାରିଖରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ।


