ଭୁବନେଶ୍ଵର: ଲୋକସେବା ଭବନର ସମ୍ମିଳନୀ କକ୍ଷରେ ୫୦ କୋଟିରୁ ଅଧିକ ବ୍ୟୟ ଅଟକଳର ବିଭିନ୍ନ ଜାତୀୟ ରାଜପଥ ପ୍ରକଳ୍ପର ଅଗ୍ରଗତି ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଆଇନ ଓ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଚାଲୁଥିବା ପ୍ରକଳ୍ପଗୁଡ଼ିକର ଅଗ୍ରଗତି ପ୍ରସଙ୍ଗରେ ସମୀକ୍ଷା କରିଛନ୍ତି। ଏହି ଅବସରରେ ମନ୍ତ୍ରୀ କହିଛନ୍ତି, ସମସ୍ତ ଜାତୀୟ ରାଜପଥ ପ୍ରକଳ୍ପକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଶେଷ କରିବା ପାଇଁ ସରକାର ସଂକଳ୍ପବଦ୍ଧ।


