UP CM Birthday: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ତାଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି। ଏକ ସୋସିଆଲ ମିଡିଆ ପୋଷ୍ଟରେ ଶ୍ରୀ ମୋଦୀ କହିଛନ୍ତି ଯେ ରାଜ୍ୟର ପ୍ରଗତି ପାଇଁ ତାଙ୍କର କାର୍ଯ୍ୟ ଉଲ୍ଲେଖନୀୟ।
ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ ଯୋଗୀ ଆଦିତ୍ୟନାଥ ସର୍ବଦା ଲୋକଙ୍କ ଜୀବନର ଗୁଣବତ୍ତା ଉନ୍ନତ କରିବା ଏବଂ ସର୍ବାଙ୍ଗୀନ ବିକାଶ ସୁନିଶ୍ଚିତ କରିବା ଉପରେ ଧ୍ୟାନ ଦେଇଛନ୍ତି। ଉଲ୍ଲେଖ ଯୋଗ୍ୟ ଯେ, ଯୋଗୀ ଆଦିତ୍ୟନାଥ 1972 ମସିହା ଜୁନ 5 ତାରିଖରେ ଜନ୍ମଗ୍ରହଣ କରିଛନ୍ତି। ସେଥିପାଇଁ ଆଜି ତାଙ୍କର 54 ବର୍ଷ ବୟସ ପୁରିଲା।
PM Wrote in X
Best wishes to Uttar Pradesh Chief Minister, Yogi Adityanath Ji on his birthday. His work towards the state’s progress is noteworthy. He has always focused on improving the quality of life for people and ensuring all-round growth. Praying for his long and healthy life.


