Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁରରେ ମିଶ୍ରଣ ପର୍ବ: ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ବହୁ ବିଜେଡ଼ି କାଉନସିଲର
ଆଜିର ଖବର

ବାଣପୁରରେ ମିଶ୍ରଣ ପର୍ବ: ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ବହୁ ବିଜେଡ଼ି କାଉନସିଲର

June 10, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁରରେ ମିଶ୍ରଣ ପର୍ବ: ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ବହୁ ବିଜେଡ଼ି କାଉନସିଲର
ବାଣପୁରରେ ମିଶ୍ରଣ ପର୍ବ: ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ବହୁ ବିଜେଡ଼ି କାଉନସିଲର

ବାଣପୁର: ଆଜି ଭୁବନେଶ୍ୱର ସ୍ଥିତ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସରକାରୀ ବାସଭବନ ଠାରେ ଚ଼ିଲିକା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।ବିଜୁ ଜନତା ଦଳର ଯୁବ ସଂଗଠକ ଦେବୀ ପ୍ରସାଦ ମିଶ୍ରଙ୍କ ନେତୃତ୍ବରେ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର‌ ୩ ନଂ ୱାର୍ଡ଼ର କାଉନସିଲର ଅଭିମନ୍ୟୁ ପ୍ରଧାନ, ୧୫ ନଂ ୱାର୍ଡ଼ର କାଉନସିଲର ଅଞ୍ଜଳୀ ପ୍ରଭା ତ୍ରିପାଠୀ, ୭ ନଂ ୱାର୍ଡ଼ର କାଉନସିଲର ଅଞ୍ଜନା ପ୍ରଧାନ, ୧୨ ନଂ ୱାର୍ଡ଼ର ପୂର୍ବତନ କାଉନସିଲର ହୃଷିକେଶ ନାୟକ, ୧୦ ନଂ ୱାର୍ଡ଼ର ପୂର୍ବତନ କାଉନସିଲର ସୁଧାକର ଭୋପାଙ୍କ ସମେତ ୨୫ରୁ ଉର୍ଦ୍ଧ୍ବ ଆଗଧାଡ଼ିର କର୍ମକର୍ତ୍ତା ବିଜୁ ଜନତା ଦଳ ପରିତ୍ୟାଗ କରି ଭାରତୀୟ ଜନତା ପାର୍ଟିର ନୀତି ଓ ଆଦର୍ଶ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ବ ଓ ମୁଖ୍ୟମନ୍ତ୍ରୀ ମୋହନ ଚ଼ରଣ ମାଝି, ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନଙ୍କ ବିକାଶ ମୂଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି।

ଦଳରେ ଯୋଗଦାନ କରିଥିବା ସମସ୍ତ କର୍ମକର୍ତ୍ତାଙ୍କୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଦଳୀୟ ଉତ୍ତରୀୟ ପିନ୍ଧାଇ ଭା.ଜ.ପା ପରିବାରକୁ ସ୍ବାଗତ କରିବା ସହ ହାର୍ଦ୍ଦିକ ଅଭିନନ୍ଦନ ଜଣାଇବା ସହ ଆପଣମାନଙ୍କର ଏହି ଯୋଗଦାନ ଆଗାମୀ ଦିନରେ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ବିକାଶ ଓ ଦଳୀୟ ସଂଗଠନ ଆହୁରି ସୁଦୃଢ଼, ସକ୍ରିୟ ଏବଂ ଗତିଶୀଳ କରିବ ବୋଲି ମତବ୍ୟକ୍ତ କରିଛନ୍ତି।

ଏହି ମିଶ୍ରଣ ପର୍ବରେ ରାଜ୍ୟ ଭାଜପା ପ୍ରବକ୍ତା ସୁଦୀପ୍ତ ରାୟ, ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚ଼ନ୍ଦନ, ବାଣପୁର ଭାଜପା ନଗର ମଣ୍ଡଳ ସଭାପତି ସଚ଼ିନ୍ ଷଡ଼ଙ୍ଗୀ, ବରିଷ୍ଠ ବିଜେପି ନେତା ନନ୍ଦକିଶୋର ମିଶ୍ର, ଭଗବାନ ପ୍ରଧାନ, ବାଣପୁର ନଗର ମଣ୍ଡଳ ଭାଜପା ପ୍ରଭାରୀ ରାଜକିଶୋର ପଣ୍ଡା ଓ ମହିଳା ମୋର୍ଚ୍ଚା ସଭାପତି ବନଜା ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

ଚିଲିକା ନିର୍ବାଚନମଣ୍ଡଳୀ ବାଣପୁର ବାଣପୁର ଏନଏସି ବିଜେଡି ବିଜେପି ବିଜ୍ଞାପିତ ଅଞ୍ଚଳ ପରିଷଦ
Share. Facebook Twitter LinkedIn Email WhatsApp Copy Link

Related Posts

NEET ପରୀକ୍ଷାର୍ଥୀଙ୍କ ସହିତ ବସ୍‌ରେ ମାଗଣା ଯାଇପାରିବେ ଅଭିଭାବକ: ଘୋଷଣା କଲେ ଏହି ସରକାର

June 10, 2026

କଂଗ୍ରେସରେ ମିଶିବା ଉଚିତ କି ମମତା ବାନାର୍ଜୀଙ୍କ ଦଳ?: ଏହି ପରାମର୍ଶ ଦେଲେ ସଞ୍ଜୟ ରାଉତ

June 10, 2026

୧୯ ବିଦ୍ରୋହୀ ଟିଏମସି ସାଂସଦଙ୍କ ତାଲିକା ପ୍ରକାଶ: ରଚନା ବାନାର୍ଜୀ ଏବଂ ଶତ୍ରୁଘ୍ନ ସିହ୍ନା ମଧ୍ୟ ସାମିଲ

June 10, 2026

ଓଡ଼ିଶାରେ କୃଷି ରପ୍ତାନି ପାଇଁ ଅପାର ସମ୍ଭାବନା ରହିଛି: କେନ୍ଦ୍ର ବାଣିଜ୍ୟ ବିଭାଗ ଅତିରିକ୍ତ ସଚିବ

June 10, 2026
Latest News

ବାଣପୁରରେ ମିଶ୍ରଣ ପର୍ବ: ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ବହୁ ବିଜେଡ଼ି କାଉନସିଲର

June 10, 2026

NEET ପରୀକ୍ଷାର୍ଥୀଙ୍କ ସହିତ ବସ୍‌ରେ ମାଗଣା ଯାଇପାରିବେ ଅଭିଭାବକ: ଘୋଷଣା କଲେ ଏହି ସରକାର

June 10, 2026

କଂଗ୍ରେସରେ ମିଶିବା ଉଚିତ କି ମମତା ବାନାର୍ଜୀଙ୍କ ଦଳ?: ଏହି ପରାମର୍ଶ ଦେଲେ ସଞ୍ଜୟ ରାଉତ

June 10, 2026

୧୯ ବିଦ୍ରୋହୀ ଟିଏମସି ସାଂସଦଙ୍କ ତାଲିକା ପ୍ରକାଶ: ରଚନା ବାନାର୍ଜୀ ଏବଂ ଶତ୍ରୁଘ୍ନ ସିହ୍ନା ମଧ୍ୟ ସାମିଲ

June 10, 2026

ଓଡ଼ିଶାରେ କୃଷି ରପ୍ତାନି ପାଇଁ ଅପାର ସମ୍ଭାବନା ରହିଛି: କେନ୍ଦ୍ର ବାଣିଜ୍ୟ ବିଭାଗ ଅତିରିକ୍ତ ସଚିବ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.