Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁନ ୨୫ରୁ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ତୃତୀୟ ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ
ଆଜିର ଖବର

ଜୁନ ୨୫ରୁ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ତୃତୀୟ ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ

June 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ, ଆସନ୍ତା ଜୁନ୍ ୨୫ ରୁ ଜୁନ୍ ୨୮ ପର୍ଯ୍ୟନ୍ତ ଆରମ୍ଭ ହେବାକୁ ଥିବା “ତୃତୀୟ ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ-୨୦୨୬” ର ଆନୁଷ୍ଠାନିକ କାର୍ଯ୍ୟସୂଚୀ (Schedule) ଉନ୍ମୋଚନ କରିଛନ୍ତି ।

ଏହି ଅବସରରେ ଫେଷ୍ଟିଭାଲ ଡିରେକ୍ଟର ଶ୍ରୀ ସଞ୍ଜୟ ପଟ୍ଟନାୟକ, କୋ-ଡିରେକ୍ଟର ଶ୍ରୀ ସୁକାନ୍ତ ରଥ ଓ ଶ୍ରୀ ଅଶୋକ ପାଲିତଙ୍କ ସହ ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଚଳଚ୍ଚିତ୍ର ମହୋତ୍ସବର ପ୍ରଶଂସା କରିଥିଲେ । ସେ କହିଥିଲେ ଯେ ଓଡ଼ିଶାର କଳା, ଐତିହ୍ୟ ଏବଂ ସିନେମାକୁ ବିଶ୍ୱ ଦରବାରରେ ପହଞ୍ଚାଇବା ପାଇଁ ଆଗାମୀ ବର୍ଷ (୨୦୨୭) ଠାରୁ ଏହି ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲକୁ ଆହୁରି ବଡ଼ ଏବଂ ବ୍ୟାପକ ଭାବେ ଆୟୋଜନ କରାଯିବ ।

ଏହି ଆଲୋଚନାରେ ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲର ନିର୍ଦ୍ଦେଶକ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ପ୍ରଦାନ କରାଯାଇଥିବା ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ । ସଂସ୍କୃତି ବିଭାଗର ଏହି ପ୍ରୋତ୍ସାହନ ରାଜ୍ୟରେ ସିନେ-ସଂସ୍କୃତିର ବିକାଶ ଏବଂ ଚଳଚ୍ଚିତ୍ରର ପ୍ରସାର ଦିଗରେ ଏକ ମାଇଲଖୁଣ୍ଟ ସଦୃଶ ବୋଲି ସେ କହିଥିଲେ ।

ସୂଚନାଯୋଗ୍ୟ ଯେ, ଚଳିତ ବର୍ଷ ଜୁନ୍ ୨୫ ରୁ ଜୁନ୍ ୨୮ ତାରିଖ ପର୍ଯ୍ୟନ୍ତ ସକାଳ ୧୦ଟାରୁ ରାତି ୧୦ଟା ଯାଏଁ ଭୁବନେଶ୍ୱରସ୍ଥିତ ଜୟଦେବ ଭବନରେ ଏହି ଉତ୍ସବ ଅନୁଷ୍ଠିତ ହେବ। ଏଥିରେ ଓଡ଼ିଆ ଚଳଚ୍ଚିତ୍ର ସହ କନ୍ନଡ଼, ହିନ୍ଦୀ, ବଙ୍ଗଳା, ମରାଠୀ, ଗୁଜରାଟୀ, ଆସାମୀୟା, ମାଲାୟଲମ୍‌ ଓ ଡେମ୍‌ସା ଭାଷାର ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ପୁରସ୍କୃତ ଚଳଚ୍ଚିତ୍ର ପ୍ରଦର୍ଶିତ ହେବ।

bhubaneswarfilmfestival goldenodiacinema jayadevbhavan odiacinema
Share. Facebook Twitter LinkedIn Email WhatsApp Copy Link

Related Posts

ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମାଥ୍‌ମାଟିକ୍ସ- ଏକାମ୍ର କାନନ ୬ ଲେନ୍ ବିଶିଷ୍ଟ ରାସ୍ତା ଉଦ୍‌ଘାଟନ

June 13, 2026

ଏନଟିଏର ଡିଜିଙ୍କ ସହ ନିଟ୍‌ ପୁନଃପରୀକ୍ଷା ପ୍ରସ୍ତୁତି ସମୀକ୍ଷା କଲେ କ୍ୟାବିନେଟ ସଚିବ

June 13, 2026

ରାଜଧାନୀରେ ଡେଲିଭରିବୟଙ୍କୁ ଆକ୍ରମଣ

June 13, 2026

ଇଣ୍ଡିଆ ଏଆଇ ମିଶନ୍‌ର ବଡ଼ ପଦକ୍ଷେପ: ସୁଲଭ ମୂଲ୍ୟରେ ଉନ୍ନତ ଭିଡିଓ ପାଇଁ ‘ଭାର୍ୟା’ ଏଆଇ ଲଞ୍ଚ

June 13, 2026
Latest News

ଜୁନ ୨୫ରୁ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ତୃତୀୟ ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ

June 13, 2026

ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମାଥ୍‌ମାଟିକ୍ସ- ଏକାମ୍ର କାନନ ୬ ଲେନ୍ ବିଶିଷ୍ଟ ରାସ୍ତା ଉଦ୍‌ଘାଟନ

June 13, 2026

ଜନପଥରେ ଜନାଶ୍ରୟ ଭବନର ଶିଳାନ୍ୟାସ

June 13, 2026

ଏନଟିଏର ଡିଜିଙ୍କ ସହ ନିଟ୍‌ ପୁନଃପରୀକ୍ଷା ପ୍ରସ୍ତୁତି ସମୀକ୍ଷା କଲେ କ୍ୟାବିନେଟ ସଚିବ

June 13, 2026

ରାଜଧାନୀରେ ଡେଲିଭରିବୟଙ୍କୁ ଆକ୍ରମଣ

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.