ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ଆଙ୍କୋରଡା ଗ୍ରାମର ଅଶୋକ ବିଷୋୟୀ ନାମକ ଜଣେ ଯୁବକଙ୍କୁ କିଛି ଯୁବକ ହଠାତ୍ କାରରେ ଆସି ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରିଛନ୍ତି। ଯାହା ଫଳରେ ଅଶୋକ ଶରିରର ବିଭିନ୍ନ ସ୍ଥାନରେ କ୍ଷତ ସୃଷ୍ଟି ହୋଇଛି। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ପ୍ରଥମେ ସ୍ଥାନୀୟ ଡ଼ାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
ଗୁରୁତର ଅଶୋକଙ୍କ ଘର ରଥ ସାହି ଓ ସେ ଡାକ୍ତରଖାନା ଛକରେ ବସିଥିବା ବେଳେ ଏହି ଘଟଣା ଘଟିଛି। ଖବର ପାଇ ଆସ୍କା ଏସଡିପିଓ ଓ ଥାନା ଅଧିକାରୀ ପୋଲିସ ଫୋର୍ସ ସହ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।


