ଭୁବନେଶ୍ୱର: ଭୁବନେଶ୍ୱର ସଂସ୍କୃତି ଭବନଠାରେ ବିଜୟ ମିଶ୍ରଙ୍କ ରଚିତ ନାଟକକୁ ନେଇ ଶ୍ରୁତି ନାଟକ ଉତ୍ସବ ଆୟୋଜିତ ହୋଇଯାଇଛି। ଓଡିଶା ସାହିତ୍ୟ ଏକାଡେମୀ ଓ ଓଡିଶା ନାଟ୍ୟ ସଂଘର ମିଳିତ ସହଯୋଗରେ ଆୟୋଜିତ ହୋଇଥିଲା କାର୍ଯ୍ୟକ୍ରମ। ସେଠାରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଯୋଗ ଦେଇ ଶ୍ରୁତି ନାଟକ ଉତ୍ସବ ଉପରେ ବକ୍ତବ୍ୟ ଉପସ୍ଥାପନ କରିଥିଲେ। କାର୍ଯ୍ୟକ୍ରମରେ ବିଭିନ୍ନ ମାନ୍ୟଗଣ ବ୍ୟକ୍ତି ଯୋଗ ଦେଇ ଶ୍ରୁତି ନାଟକ ଉତ୍ସବର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ।


