ଗଞ୍ଜାମ: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ୍ ଅନ୍ତର୍ଗତ ପାଟପୁର ଥାନା ସିଙ୍ଗିପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଘଟିଛି ଏକ ଭୟାବହ ବାଣ ବିସ୍ଫୋରଣ। ଘରେ ବାଣ ଭିଡୁଥିବା ବେଳେ ହଠାତ୍ ବିସ୍ଫୋରଣ ଘଟି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ବାପା ଓ ମାଆ ଗୁରୁତର ଆହତ ହୋଇଛନ୍ତି।
ସୂଚନା ଅନୁଯାୟୀ, ବୁଧବାର ସନ୍ଧ୍ୟାରେ ପରିବାର ସଦସ୍ୟମାନେ ଘରେ ଥିବା ବେଳେ ବାଣ ଭିଡୁଥିବା ସମୟରେ ହଠାତ୍ ବିସ୍ଫୋରଣ ଘଟିଥିଲା। ଏହାର ପ୍ରଭାବରେ ଘରର ଚାଳ ଓ ଛପର ଉଡ଼ିଯାଇଥିବା ଚାରିଆଡେ ଆତଙ୍କ ଖେଳିଯାଇଥିଲା।
ଘଟଣାର ଖବର ପାଇ ପାଟପୁର ପୋଲିସ ଓ ସ୍ଥାନୀୟ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ମାତ୍ର ପରେ ବାପା ଓ ମାଆକୁ ବ୍ରହ୍ମପୁରକୁ ସ୍ଥାନାନ୍ତର କରାଯାଇଛି । ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ବିସ୍ଫୋରଣର ପ୍ରକୃତ କାରଣ ପୋଲିସ ତଦନ୍ତ ପରେ ସ୍ପଷ୍ଟ ହେବ।


