ଭୁବନେଶ୍ୱର: ଲୋକସେବା ଭବନରେ ଉଚ୍ଚସ୍ତରୀୟ ଅଗ୍ନି ନିରାପତ୍ତା ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଯୋଗଦେଇ ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜ, ହସ୍ପିଟାଲ ଓ ସ୍ୱାସ୍ଥ୍ୟାନୁଷ୍ଠାନର ଅଗ୍ନି ନିରାପତ୍ତା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି।
ଅଗ୍ନି ନିର୍ବାପକ ଉପକରଣର ନିୟମିତ ଯାଞ୍ଚ, ଜରୁରୀକାଳୀନ ପ୍ରସ୍ତୁତି ଏବଂ ସୁରକ୍ଷା ମାନଦଣ୍ଡର କଡ଼ାକଡ଼ି ପାଳନ ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିବା ସହ ରୋଗୀ ଓ ସ୍ୱାସ୍ଥ୍ୟକର୍ମୀଙ୍କ ସୁରକ୍ଷା ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା ବୋଲି କହିଛନ୍ତି। ସମସ୍ତ ସ୍ୱାସ୍ଥ୍ୟାନୁଷ୍ଠାନରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବାକୁ ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ନିର୍ଦ୍ଦେଶ ଦେଇଛନ୍ତି।


