ପୁରୀ: ମହାପ୍ରଭୁଙ୍କ ସ୍ନାନ ଯାତ୍ରା ଦର୍ଶନ ପାଇଁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସକାଳୁ ପୁରୀରେ ପହଞ୍ଚିଛନ୍ତି। କେନ୍ଦ୍ରମନ୍ତ୍ରୀ ଶ୍ରୀମନ୍ଦିର ସିଂହଦ୍ୱାର ଦେଇ ପ୍ରବେଶ କରିଥିବା ବେଳେ ଶ୍ରୀଜିଉଙ୍କ ପହଣ୍ଡି ଦର୍ଶନ କରିଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କର ମଧ୍ୟ ଆଜି ପୁରୀ ଗସ୍ତ କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ପୁରୀରେ ପହଞ୍ଚି ଉତ୍ତରଦ୍ୱାର ବାଟେ ଶ୍ରୀମନ୍ଦିରକୁ ପ୍ରବେଶ କରିବେ। ସ୍ନାନବେଦିରେ ଦର୍ଶନ ପରେ ରାଜନଅରକୁ ଯାଇ ଗଜପତିଙ୍କ ସହ ମୁଖ୍ୟମନ୍ତ୍ରୀ ଭେଟିବାର କାର୍ଯ୍ୟସୂଚୀ ରହିଛି।


