ବିନିକା : ବିନିକା ସହରର ପାପକ୍ଷୟ ଛକରେ ଦିନ ଦ୍ୱିପ୍ରହରରେ ଘଟିଛି ଏକ ଚାଞ୍ଚଲ୍ୟକର ଘଟଣା। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଜଣ ଦୁର୍ବୃତ୍ତ ଜଣେ ଯୁବକଙ୍କ ଉପରେ ଧାରୁଆ ଅସ୍ତ୍ରରେ ଅତର୍କିତ ଆକ୍ରମଣ କରିଥିବା ସୂଚନା ମିଳିଛି।
ଆକ୍ରମଣରେ ଯୁବକ ଗୁରୁତର ଭାବେ ଆହତ ହୋଇ ରକ୍ତାକ୍ତ ଅବସ୍ଥାରେ ରାସ୍ତାରେ ପଡ଼ିଯାଇଥିଲେ। ସ୍ଥାନୀୟ ଲୋକେ ତୁରନ୍ତ ତାଙ୍କୁ ଉଦ୍ଧାର କରି ପ୍ରଥମେ ନିକଟସ୍ଥ ଚିକିତ୍ସାଳୟକୁ ନେଇଥିଲେ। ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲାସ୍ଥିତ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।
ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଆକ୍ରମଣର ପ୍ରକୃତ କାରଣ ଏବଂ ଫେରାର ଦୁର୍ବୃତ୍ତଙ୍କୁ ଧରିବା ପାଇଁ ପୋଲିସ ଛାନଭିନ୍ ଜୋରଦାର କରିଛି। ପ୍ରାଥମିକ ତଦନ୍ତରୁ ପୂର୍ବ ଶତ୍ରୁତା ଯୋଗୁଁ ଏହି ଆକ୍ରମଣ ହୋଇଥିବା ସନ୍ଦେହ କରାଯାଉଛି।
ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟ ଓ ଉତ୍ତେଜନାର ପରିବେଶ ସୃଷ୍ଟି ହୋଇଛି।


