Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁରରେ ରଥଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି
ଆଜିର ଖବର

ରଣପୁରରେ ରଥଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି

July 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ରଣପୁରର ଐତିହ୍ୟବାହୀ ଶ୍ରୀଜଗନ୍ନାଥ ରଥଯାତ୍ରାକୁ ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ବୁଧବାର ବ୍ଲକ ପଞ୍ଚାୟତ ସମିତି ସଭାଗୃହରେ ଆୟୋଜିତ ପ୍ରସ୍ତୁତି ବୈଠକରେ ରଥଯାତ୍ରାକୁ ସୁରକ୍ଷିତ, ଶୃଙ୍ଖଳିତ ଓ ପ୍ଲାଷ୍ଟିକମୁକ୍ତ ଭାବେ ସମ୍ପନ୍ନ କରିବାକୁ ବିଭିନ୍ନ ବିଭାଗକୁ ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଛି।

ତହସିଲଦାର ଆର୍ଯ୍ୟ କୁମାର ସର୍ବଦମନଙ୍କ ଆବାହକତ୍ୱରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ଭାବେ ବାଚସ୍ପତି ସୁରମା ପାଢ଼ୀ ଯୋଗଦେଇ ସମସ୍ତ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି ଭକ୍ତମାନଙ୍କ ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେବାକୁ ଆହ୍ୱାନ କରିଥିଲେ।

ବୈଠକରେ ଟ୍ରାଫିକ୍ ପରିଚାଳନା, ଆଇନଶୃଙ୍ଖଳା, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ, ସ୍ୱାସ୍ଥ୍ୟସେବା, ପରିମଳ ବ୍ୟବସ୍ଥା ଓ ଜରୁରୀକାଳୀନ ସେବା ଉପରେ ବିସ୍ତୃତ ସମୀକ୍ଷା କରାଯାଇଥିଲା। ଚଳିତ ବର୍ଷ ରଥଯାତ୍ରାକୁ ସମ୍ପୂର୍ଣ୍ଣ ପ୍ଲାଷ୍ଟିକମୁକ୍ତ କରିବା ପାଇଁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ ସମସ୍ତଙ୍କ ସହଯୋଗ ଲୋଡ଼ିଥିଲେ।

ବୈଠକ ଆରମ୍ଭରେ ବାହୁବଳୀ ସେବାୟତ ସ୍ୱର୍ଗତ ଲଳିତ କୁମାର ମହାପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କରାଯାଇ ଦୁଇ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା।

ବୈଠକରେ ବିଡିଓ ମନୋଜ କୁମାର ନାୟକ, ଏନ୍‌ଏସି ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ବ୍ଲକ ଅଧ୍ୟକ୍ଷା ନିର୍ମଳା ବେହେରା, ଥାନା ଅଧିକାରୀ ଆଶିଷ ଦେବ ସାହୁ, ସାଂସଦ ପ୍ରତିନିଧି ପ୍ରିୟବ୍ରତ ପ୍ରହରାଜ, ପୂର୍ବତନ ବିଧାୟକ ରବି ନାରାୟଣ ମହାପାତ୍ର, ପ୍ରଭାତ ଦଳ ବେହେରାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ, ସେବାୟତ ଓ ସାମାଜିକ କର୍ମୀମାନେ ଉପସ୍ଥିତ ଥିଲେ।

ରଥଯାତ୍ରାକୁ ନେଇ ରଣପୁରରେ ଏବେ ଚୂଡ଼ାନ୍ତ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ପ୍ରଶାସନ ପକ୍ଷରୁ ସୁରକ୍ଷା ଓ ସ୍ୱଚ୍ଛତାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଇଛି।

ରଣପୁର ରଥଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ବିଭାଗରେ ଅବସରକାଳୀନ ସମ୍ବର୍ଦ୍ଧନା, ୧୪ ଜଣ ଶିକ୍ଷକ ଓ କର୍ମଚାରୀଙ୍କୁ ପୂର୍ଣ୍ଣାଙ୍ଗ ପେନସନ ପ୍ରଦାନ

July 2, 2026

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ଜାତୀୟ ଡାକ୍ତର ଦିବସ ପାଳିତ

July 2, 2026

ତାରାତାରିଣୀ ପୀଠ ନିକଟ ହୋଟେଲ ରୁ ଯୁବକର ଶବ ଉଦ୍ଧାର

July 2, 2026

ଦିଅରଙ୍କ ଆକ୍ରମଣରେ ଭାଉଜଙ୍କ ମୃତ୍ୟୁ, ପୁଅ ଗୁରୁତର

July 2, 2026
Latest News

ରଣପୁରରେ ରଥଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି

July 2, 2026

ଆଜି ଜୁଲାଇ ୨ ତାରିଖ ଗୁରୁବାରରେ ଏହି ରାଶିଗୁଡିକ ପାଇଁ ରହିଛି ଧନ ବର୍ଷା

July 2, 2026

ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ବିଭାଗରେ ଅବସରକାଳୀନ ସମ୍ବର୍ଦ୍ଧନା, ୧୪ ଜଣ ଶିକ୍ଷକ ଓ କର୍ମଚାରୀଙ୍କୁ ପୂର୍ଣ୍ଣାଙ୍ଗ ପେନସନ ପ୍ରଦାନ

July 2, 2026

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ଜାତୀୟ ଡାକ୍ତର ଦିବସ ପାଳିତ

July 2, 2026

ତାରାତାରିଣୀ ପୀଠ ନିକଟ ହୋଟେଲ ରୁ ଯୁବକର ଶବ ଉଦ୍ଧାର

July 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.