Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଡିଜିପି ଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
ବିଶେଷ ଖବର

ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଡିଜିପି ଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

July 11, 2026No Comments3 Mins Read
Share Facebook Twitter LinkedIn Email WhatsApp Copy Link
ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଡିଜିପି ଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଡିଜିପି ଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଭୁବନେଶ୍ଵର: ଆସନ୍ତା ଜୁଲାଇ ୧୬ ତାରିଖରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଏହି ରଥଯାତ୍ରାକୁ ତ୍ରୁଟି ଶୂନ୍ୟ, ଶୃଙ୍ଖଳିତ ଏବଂ ସୁପରିଚାଳନା ଭାବେ ସମ୍ପନ୍ନ କରିବା ନିମନ୍ତେ ଆଜି ପୂର୍ବାହ୍ନରେ ପୁରୀସ୍ଥିତ ଟାଉନ୍‌ହଲ୍ ପରିସରରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।

ଏହି ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବାକୁ ପୋଲିସ୍ ପ୍ରଶାସନ ସମ୍ପୂର୍ଣ ଭାବେ ସଜାଗ ରହିଛି ବୋଲି ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ମତବ୍ୟକ୍ତ କରିଛନ୍ତି।

ଚଳିତ ବର୍ଷ ଲକ୍ଷାଧିକ ଭକ୍ତ ପୁରୀକୁ ଆସିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ସହରର ବିଭିନ୍ନ 8ଟି ସ୍ଥାନରେ ନୂତନ ପାର୍କିଂସ୍ଥଳ ପ୍ରସ୍ତୁତ କରାଯାଇଛି। ଭକ୍ତଙ୍କୁ ଉପଯୁକ୍ତ ସେବା ଓ ସୁରକ୍ଷା ଉପରେ ପ୍ରାଧାନ୍ୟ ଦିଆଯିବ ବୋଲି ଡିଜିପି ଶ୍ରୀ ଖୁରାନିଆ ଗୁରୁତ୍ୱାରୋପ କରିଛନ୍ତି। ଏହାସହ ଭକ୍ତଙ୍କ ପ୍ରତି ସହନଶୀଳ ମନୋଭାବ ପ୍ରଦର୍ଶନ କରିବା ଉପରେ ଡିଜିପି ଗୁରୁତ୍ୱାରୋପ କରିଥିଲେ। ଶୃଙ୍ଖଳିତ ଦର୍ଶନ ଏବଂ ରଥଯାତ୍ରାର ସୁପରିଚାଳନା ନିମନ୍ତେ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ରଥଯାତ୍ରା ଡ୍ୟୁଟିରେ ଅଭିଜ୍ଞତା ସମ୍ପନ୍ନ ପୋଲିସ୍ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି । ଅଘଟଣ ମୁକ୍ତ ରଥଟଣା ଏବଂ ରଥଯାତ୍ରା ପରିଚାଳନା ଉପରେ ସର୍ବାଧିକ ଗୁରୁତ୍ଵ ପ୍ରଦାନ କରାଯାଇଛି ବୋଲି ଡିଜିପି କହିଛନ୍ତି । ଉତ୍ତରା ଛକରୁ ଆରମ୍ଭ କରି ପୁରୀ ,ପୁରୀ -କୋଣାର୍କ ରୋଡ ସହିତ ସହରର ବିଭିନ୍ନ ଛକରେ ମଧ୍ୟ କ୍ୟାମେରା ବ୍ୟବସ୍ଥା କରାଯାଇଛି। ଯାହା ଫଳରେ ଭକ୍ତଙ୍କୁ ଟ୍ରାଫିକ ପରିଚାଳନାରେ ସହଯୋଗ ଓ ସୁବିଧା ମିଳିପାରିବ ବୋଲି ଡିଜିପି ଆଶାବ୍ୟକ୍ତ କରିଛନ୍ତି।

ନିର୍ଦ୍ଦେଶକ (ଗୁଇନ୍ଦା) ଆର୍. ପି. କୋଚେ ଟ୍ରାଫିକ୍ ନିୟନ୍ତ୍ରଣ, ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ଗମନାଗମନ, ଭିଡ଼ ନିୟନ୍ତ୍ରଣ ଏବଂ କର୍ଡନ ବ୍ୟବସ୍ଥା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହା ସହିତ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ ଓ ସମନ୍ୱିତ କରିବା ପାଇଁ କାର୍ଯ୍ୟରତ ସମସ୍ତ ଅଧିକାରୀମାନଙ୍କୁ ନିଜ ନିଜ ମଧ୍ୟରେ ନିରନ୍ତର ଯୋଗାଯୋଗ ରକ୍ଷା କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।

ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ( ଆଧୁନିକୀକରଣ) ସୌମେନ୍ଦ୍ର ପ୍ରିୟଦର୍ଶୀ ସମସ୍ତ କର୍ମଚାରୀଙ୍କୁ ସେବା ମନୋବୃତ୍ତି ନେଇ କାର୍ଯ୍ୟ ସମ୍ପାଦନ କରିବା ସହ ଭକ୍ତମାନଙ୍କ ପ୍ରତି ସୌହାର୍ଦ୍ୟପୂର୍ଣ୍ଣ, ଭଦ୍ର ବ୍ୟବହାର ପ୍ରଦର୍ଶନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କର୍ତ୍ତବ୍ୟର ନିଷ୍ଠାପୂର୍ଣ୍ଣ ସମ୍ପାଦନକୁ ସର୍ବୋଚ୍ଚ ଦାୟିତ୍ୱ ଭାବେ ଗ୍ରହଣ କରିବା ସହ କୌଣସି ପରିସ୍ଥିତିରେ ମଧ୍ୟ ନିଜ ନିର୍ଦ୍ଧାରିତ ଡ୍ୟୁଟି ସ୍ଥଳ (Duty Spot) ଛାଡ଼ି ନଯିବାକୁ ସେ ଗୁରୁତ୍ୱାରୋପ କରିଛନ୍ତି। ପ୍ରତିକୂଳ ପାଗ ପରିସ୍ଥିତି ଉପୁଜିଲେ ମଧ୍ୟ କର୍ମଚାରୀମାନେ ନିଜ ଦାୟିତ୍ୱ ପ୍ରତି ଅଟଳ ରହି ଶୃଙ୍ଖଳାର ସହିତ କର୍ତ୍ତବ୍ୟ ପାଳନ କରିବାକୁ ସେ ପରାମର୍ଶ ଦେଇଛନ୍ତି। ରଥଟଣା ସମୟରେ ଭକ୍ତଙ୍କ ପ୍ରବଳ ସମାଗମକୁ ଲକ୍ଷ୍ୟ କରି ଭିଡ ନିୟନ୍ତ୍ରଣ କରିବାକୁ ଉପଯୁକ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ମତବ୍ୟକ୍ତ କରିଥିଲେ। ପ୍ରତିଟି ଭକ୍ତ ଯେମିତି ଭଲ ଅନୁଭୂତି ନେଇ ଫେରିବେ ସେ ଦିଗରେ ଯତ୍ନବାନ୍ ହେବାକୁ ସେ ଉପସ୍ଥିତ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ।

ଟ୍ରାନ୍ସପୋର୍ଟ କମିଶନର ଅମିତାଭ ଠାକୁର କହିଥିଲେ ଯେ, ଟ୍ରାଫିକ ପରିଚାଳନା, ଭିଡ଼ ନିୟନ୍ତ୍ରଣ, ଭିଆଇପି ଗସ୍ତ ଓ ଜନସାଧାରଣଙ୍କ ସୁରକ୍ଷା ପରସ୍ପର ସହ ଜଡ଼ିତ। ସମନ୍ୱିତ ପଦକ୍ଷେପ ମାଧ୍ୟମରେ ପ୍ରତ୍ୟେକ ଭକ୍ତ ଯେପରି ସୁରକ୍ଷିତ ଓ ସନ୍ତୋଷଜନକ ଅନୁଭୂତି ସହ ପୁରୀରୁ ଫେରିବେ, ସେଥିପାଇଁ ସମସ୍ତ ଅଧିକାରୀଙ୍କୁ ସମର୍ପଣର ସହ କାର୍ଯ୍ୟ କରିବାକୁ ସେ ଆହ୍ୱାନ କରିଥିଲେ।

ଏହି ସମୀକ୍ଷା ବୈଠକରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସ୍‌ଏପି) ରାଜେଶ କୁମାର, ଆଇଜିପି (କ୍ରାଇମବ୍ରାଞ୍ଚ) ଡ଼ଃ ସାର୍ଥକ ଷଡ଼ଙ୍ଗୀ, ଆଇଜିପି (ଅପରେସନ) ଡ଼ଃ ଦୀପକ କୁମାର, ଆଇଜିପି (ଟ୍ରେନିଂ) ଅନୁପ କୁମାର ସାହୁ, ଆଇଜି (ଉତ୍ତର-କେନ୍ଦ୍ରାଞ୍ଚଳ) ସତ୍ୟବ୍ରତ ଭୋଇ, ଡିଆଇଜିପି (ପ୍ରୋଭିଜନିଂ) ଚରଣ ସିଂ ମିନା, ଡିଆଇଜିପି (ଏସ୍‌ଟିଏଫ୍) କେ. ବିଶାଲ ସିଂହ, ଡିଆଇଜିପି (ପୂର୍ବାଞ୍ଚଳ) ପିନାକ ମିଶ୍ର, ଡିଆଇଜିପି (କ୍ରାଇମବ୍ରାଞ୍ଚ) ବି. ଗଙ୍ଗାଧରଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।

ବୈଠକର ପ୍ରାରମ୍ଭରେ ପୁରୀ ଏସ୍‌ପି ପ୍ରତୀକ ସିଂ ଡିଜିପି ଓ ଉପସ୍ଥିତ ବରିଷ୍ଠ ଅଧିକାରୀମାନଙ୍କୁ ସ୍ୱାଗତ କରିଥିବା ବେଳେ, ଶେଷରେ ଆଇଜିପି (କେନ୍ଦ୍ରାଞ୍ଚଳ) ଡ଼ଃ ସତ୍ୟଜିତ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ

ଉଚ୍ଚସ୍ତରୀୟ ସମୀକ୍ଷା ବିଶ୍ଵପ୍ରସିଦ୍ଧ ରଥଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ତୃତୀୟ ବିଶ୍ୱଯୁଦ୍ଧ ପ୍ରତି ବିପଦ ସୃଷ୍ଟି କରୁଛି ଇରାନ-ଆମେରିକା ସଂଘର୍ଷ: ଜାଣନ୍ତୁ ନିରପେକ୍ଷ ରହିବ କେଉଁ ଦେଶ?

July 11, 2026

ରାଜ୍ୟ ସରକାର ୬୭ଟି ପ୍ରାଥମିକ ବିଦ୍ୟାଳୟକୁ କଲେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଦେଖନ୍ତୁ ପୁରା ତାଲିକା

July 11, 2026

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନାର ଶକ୍ତି ପ୍ରଦର୍ଶନ: ସୁରକ୍ଷିତ ଭାରତ ଆସିଲେ ୧୮ ଜାହାଜ

July 11, 2026

ନ୍ୟୁଜିଲ୍ୟାଣ୍ଡରେ ବ୍ୟବସାୟିକ ନେତୃବୃନ୍ଦଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମ୍ବୋଧନ

July 11, 2026
Latest News

ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଡିଜିପି ଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

July 11, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ତୃତୀୟ ବିଶ୍ୱଯୁଦ୍ଧ ପ୍ରତି ବିପଦ ସୃଷ୍ଟି କରୁଛି ଇରାନ-ଆମେରିକା ସଂଘର୍ଷ: ଜାଣନ୍ତୁ ନିରପେକ୍ଷ ରହିବ କେଉଁ ଦେଶ?

July 11, 2026

ଭିଏତନାମରେ ବୁଡ଼ିଲା ଭାରତୀୟ ପର୍ଯ୍ୟଟକଙ୍କ ଡଙ୍ଗା: ୧୫ ମୃତ, ହେଲ୍ପଲାଇନ୍ ନମ୍ବର ଜାରି

July 11, 2026

ରାଜ୍ୟ ସରକାର ୬୭ଟି ପ୍ରାଥମିକ ବିଦ୍ୟାଳୟକୁ କଲେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଦେଖନ୍ତୁ ପୁରା ତାଲିକା

July 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.