ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମସ୍ଥିତ ଆକ୍ୱାଟିକ୍ ସେଣ୍ଟରରେ ଆଜି ୬୬ତମ ଓଡ଼ିଶା ରାଜ୍ୟ ଜୁନିୟର ଓ ସବ୍-ଜୁନିୟର ସନ୍ତରଣ ପ୍ରତିଯୋଗିତା–୨୦୨୬ର ଶୁଭାରମ୍ଭ ହୋଇଛି। କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ଓଡ଼ିଶା ସ୍ୱିମିଂ ଆସୋସିଏସନ୍ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ପ୍ରତିଯୋଗିତାରେ ୨୧ଟି ଜିଲ୍ଲାର ୪୪୭ ଜଣ ଜୁନିୟର ଓ ସବ୍-ଜୁନିୟର ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି।
ଉଦ୍ଘାଟନୀ କାର୍ଯ୍ୟକ୍ରମରେ କ୍ରୀଡ଼ା ଓ ଯୁବସେବା ବିଭାଗର ସଚିବ, ନିର୍ଦ୍ଦେଶକ ଏବଂ ଓଡ଼ିଶା ସ୍ୱିମିଂ ଆସୋସିଏସନ୍ର ପ୍ରମୁଖ ଅଧିକାରୀମାନେ ଉପସ୍ଥିତ ଥିଲେ। ପ୍ରତିଯୋଗିତା ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ। କୃତକାର୍ଯ୍ୟ ପ୍ରତିଯୋଗୀମାନେ ଜାତୀୟ ସ୍ତରର ସନ୍ତରଣ ପ୍ରତିଯୋଗିତାରେ ଓଡ଼ିଶାର ପ୍ରତିନିଧିତ୍ୱ କରିବେ।


