Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»Odisha CM Meets Amit Shah: ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଜାତୀୟ ଖବର

Odisha CM Meets Amit Shah: ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

July 31, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
Odisha CM Meets Amit Shah
Odisha CM Meets Amit Shah: ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Odisha CM Meets Amit Shah:ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀଠାରେ କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱ ଏବଂ କେନ୍ଦ୍ର ଗୃହମନ୍ତ୍ରୀଙ୍କ ନିରନ୍ତର ପ୍ରେରଣାରେ ବିକାଶ, ପ୍ରଗତି ଓ ସମୃଦ୍ଧିର ଏକ ନୂତନ ପଥରେ ଓଡ଼ିଶା ଦ୍ରୁତ ଗତିରେ ଆଗେଇ ଚାଲିଛି ବୋଲି ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ରାଜ୍ୟର ବିକାଶମୂଳକ ପଦକ୍ଷେପ, ଆଇନ ଶୃଙ୍ଖଳା ପରିସ୍ଥିତି, ଆଭ୍ୟନ୍ତରୀଣ ସୁରକ୍ଷା ଏବଂ ଚାଲୁରହିଥିବା ବିଭିନ୍ନ ବିକାଶମୂଳକ ଓ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ଅବଗତ କରାଇଥିଲେ। ରାଜ୍ୟର ବିକାଶ ପ୍ରକ୍ରିୟାକୁ ଆହୁରି ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ କେନ୍ଦ୍ର ଗୃହମନ୍ତ୍ରୀଙ୍କ ନିରନ୍ତର ସହଯୋଗ କାମନା କରିଥିଲେ। କେନ୍ଦ୍ର ଗୃହମନ୍ତ୍ରୀଙ୍କ ଦୃଢ଼ ନେତୃତ୍ୱ ଯୋଗୁଁ ଓଡ଼ିଶା ଆଜି ଏକ “ନକ୍ସଲମୁକ୍ତ ରାଜ୍ୟ” ଭାବେ ମାନ୍ୟତା ପାଇପାରିଛି ବୋଲି ଦର୍ଶାଇ ମୁଖ୍ୟମନ୍ତ୍ରୀ ତାଙ୍କୁ ଧନ୍ୟବାଦ ଦେଇଥିଲେ।

ନକ୍ସଲ ଦମନରେ ଏହି ସଫଳତା ରାଜ୍ୟର ସାମାଜିକ-ଅର୍ଥନୈତିକ ବିକାଶ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିଛି ବୋଲି ସେ କହିଥିଲେ। ନକ୍ସଲ ମୁକ୍ତ ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର ‘ଗ୍ରାମୋଦୟ ଯୋଜନା’ ମାଧ୍ୟମରେ ସେହି ଅଞ୍ଚଳ ଗୁଡ଼ିକରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମସ୍ତ କଲ୍ୟାଣକାରୀ ଯୋଜନା ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକାରୀ କରୁଛନ୍ତି। ସକ୍ରିୟ ପୋଲିସିଂ ଯୋଗୁଁ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଗତ ଦୁଇ ବର୍ଷ ମଧ୍ୟରେ ଓଡ଼ିଶାରେ ହୋଇଥିବା ଦ୍ରୁତ ଶିଳ୍ପାୟନ ବିଷୟରେ ଆଲୋଚନା କରି ଏହାକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ଶିଳ୍ପ ସୁରକ୍ଷା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଗୃହମନ୍ତ୍ରୀଙ୍କ ସହଯୋଗ ଲୋଡ଼ିଥିଲେ। ସେହିପରି ସମବାୟ କ୍ଷେତ୍ରରେ ମଧ୍ୟ କେନ୍ଦ୍ର ସରକାର ଓଡ଼ିଶାକୁ ସହଯୋଗ ଯୋଗାଇ ଦେଉଛନ୍ତି। ଓଡ଼ିଶାରେ ଚିନି କଳ ଗୁଡ଼ିକର ପୁନରୁଦ୍ଧାର ପାଇଁ କେନ୍ଦ୍ର ସରକାରଙ୍କ ପ୍ରତ୍ୟକ୍ଷ ସହଯୋଗ ଯୋଗୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗୃହ ମନ୍ତ୍ରୀ ଶ୍ରୀ ଶାହାଙ୍କୁ ଧନ୍ୟବାଦ ଦେଇଥିଲେ ।

ଓଡ଼ିଶାର “ଡବଲ୍-ଇଞ୍ଜିନ୍ ସରକାର” ସିଧାସଳଖ ଜନସମ୍ପର୍କ ଏବଂ ଦ୍ରୁତ ଅଭିଯୋଗ ପ୍ରତିକାର ମାଧ୍ୟମରେ ଜନସାଧାରଣଙ୍କ ଆସ୍ଥା ଜିତି ପାରିଛି ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ୋକ୍ତି ପ୍ରକାଶ କରିଥିଲେ। ଏହା ସହିତ ସେ ରାଜ୍ୟର ପ୍ରମୁଖ ବିକାଶ ଓ କଲ୍ୟାଣକାରୀ ପଦକ୍ଷେପଗୁଡ଼ିକ ବିଷୟରେ ଆଲୋକପାତ କରିଥିଲେ।

କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହ, ରାଜ୍ୟର ପ୍ରଶଂସନୀୟ ଓ ଜନକଲ୍ୟାଣକାରୀ ପଦକ୍ଷେପଗୁଡ଼ିକର ଭୂୟସୀ ପ୍ରଶଂସା କରିଥିଲେ ଏବଂ ଓଡ଼ିଶାବାସୀଙ୍କ ଆଶା ଆକାଂକ୍ଷା ପୂରଣ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ଆଶ୍ୱାସନା ଦେଇଥିଲେ।

Odisha CM Meets Amit Shah ଅମିତ ଶାହ ଅମିତ ଶାହା ଅମିତ ଶାହାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଗୃହମନ୍ତ୍ରୀ ଅମିତ ଶାହା ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ବିହାରରେ ଅଘଟଣ: ପୋଖରୀରେ ବୁଡ଼ି ପ୍ରାଣ ହରାଇଲେ ୬ ଶିଶୁ

September 21, 2026

କେରଳରେ ପ୍ରକୃତିର ତାଣ୍ଡବ: ଭୂସ୍ଖଳନ ଓ ଆକସ୍ମିକ ବନ୍ୟାରେ ୯ ମୃତ

September 21, 2026

କାନାଡାରେ ବିମାନ ଦୁର୍ଘଟଣାଗ୍ରସ୍ତ: ୨ ଭାରତୀୟ ପାଇଲଟ୍ ଛାତ୍ରଙ୍କ ମୃତ୍ୟୁ

September 21, 2026

ବଙ୍ଗଳା ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ଭୟର ବାତାବରଣ: ଇସିଙ୍କୁ ଚିଠି ଲେଖିଲେ ହୁମାୟୁନ କବୀର

September 21, 2026
Latest News

ବିହାରରେ ଅଘଟଣ: ପୋଖରୀରେ ବୁଡ଼ି ପ୍ରାଣ ହରାଇଲେ ୬ ଶିଶୁ

September 21, 2026

କେରଳରେ ପ୍ରକୃତିର ତାଣ୍ଡବ: ଭୂସ୍ଖଳନ ଓ ଆକସ୍ମିକ ବନ୍ୟାରେ ୯ ମୃତ

September 21, 2026

କାନାଡାରେ ବିମାନ ଦୁର୍ଘଟଣାଗ୍ରସ୍ତ: ୨ ଭାରତୀୟ ପାଇଲଟ୍ ଛାତ୍ରଙ୍କ ମୃତ୍ୟୁ

September 21, 2026

ବଙ୍ଗଳା ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ଭୟର ବାତାବରଣ: ଇସିଙ୍କୁ ଚିଠି ଲେଖିଲେ ହୁମାୟୁନ କବୀର

September 21, 2026

ମୌସୁମୀ ଅଧିବେଶନ ପୂର୍ବରୁ ରାଜନୀତି ସରଗରମ : ଆଜି ସର୍ବଦଳୀୟ ବୈଠକ

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.