Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନ, ଆଜି ୯୩ ବର୍ଷ ବୟସରେ କଲେ ପଦାର୍ପଣ
ଜାତୀୟ ଖବର

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନ, ଆଜି ୯୩ ବର୍ଷ ବୟସରେ କଲେ ପଦାର୍ପଣ

August 3, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡିଶା ରାଜନୀତିର ଭୀଷ୍ମ ପିତାମହ
ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନ, ଆଜି ୯୩ ବର୍ଷ ବୟସରେ କଲେ ପଦାର୍ପଣ

ଭୁବନେଶ୍ବର: ଆଜି ୯୩ ବର୍ଷ ବୟସରେ ପଦାର୍ପଣ କରିଛନ୍ତି ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ। ସେ ଓଡିଶା ରାଜନୀତିରେ ଭୀଷ୍ମ ପିତାମହ ଭାବେ ପରିଚିତ । ଜଣେ ପାଇକ ପୁଅ ହିସାବରେ ସେ ଯେପରି ଶିଖରୀକୁ ଛୁଇଁଛନ୍ତି ହୁଏତ ଆଉ କେହି ସେପରି ହୋଇପାରି ନାହିଁ।

ପରିଣତ ବୟସରେ ମଧ୍ୟ ସେ ଓଡିଶାର ପାଇକମାନଙ୍କ ପାଇଁ ସଂଗ୍ରାମ ଜାରି ରଖିଛନ୍ତି। ସେ ଯେ କେବଳ ଜଣେ ରାଜନେତା ତାହା ନୁହେଁ। ସେ ଏକାଧାରରେ ଜଣେ ସାହିତ୍ୟିକ, ନାଟ୍ୟକାର, ନାଟ୍ୟ ନିର୍ଦ୍ଦେଶକ ଭାବେ ମଧ୍ୟ ପରିଚିତ।୧୯୩୪ ମସିହା ଅଗଷ୍ଟ ୩ ତାରିଖରେ ଜନ୍ମଗ୍ରହଣ କରିଥିବା ବିଶ୍ବଭୂଷଣ ଭାରତୀୟ ଜନସଂଘରୁ ରାଜନୈତିକ ଜୀବନ ଆରମ୍ଭ କରିଥିଲେ।

ସେ ପ୍ରଥମେ ୧୯୭୧ ମସିହାରେ ଭାରତୀୟ ଜନସଂଘରେ ସାମିଲ ହୋଇଥିଲେ। ୧୯୭୭ ମସିହାରେ ଜନତା ପାର୍ଟି ଗଠନ ହେବା ପର୍ଯ୍ୟନ୍ତ ସେ ଜନସଂଘର ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ରାଜ୍ୟ ସାଧାରଣ ସମ୍ପାଦକ ଭାବେ କାର୍ଯ୍ୟ କରିଥିଲେ। ୧୯୭୫ ମସିହାରେ ସେ ଜରୁରୀ କାଳୀନ ପରିସ୍ଥିତିକୁ ବିରୋଧ କରି ମିସା ଆଇନରେ ଗିରଫ ହୋଇ ଜେଲ ମଧ୍ୟ ଯାଇଥିଲେ।

ସେ ୧୯୮୦ରୁ ୧୯୮୮ ମସିହା ପର୍ଯ୍ୟନ୍ତ ୮ ବର୍ଷ ଧରି ବିଜେପିର ରାଜ୍ୟ ସଭାପତି ରହିଥିଲେ। ପରେ ସେ ବିଜେପି ଛାଡ଼ି ଜନତା ପାର୍ଟିରେ ସାମିଲ ହୋଇଥିଲେ ମଧ୍ୟ ପୁଣିଥରେ ୧୯୯୬ ଏପ୍ରିଲ ମାସରେ ବିଜେପିକୁ ଫେରିଥିଲେ।

ବିଜୁ ପଟ୍ଟନାୟକଙ୍କ ସରକାରରେ ଶ୍ରୀ ହରିଚନ୍ଦନ ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ରହିଥିଲେ। ସେ ଚିଲିକା ଏବଂ ଭୁବନେଶ୍ୱରରୁ ପାଞ୍ଚ ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ସେ ଦୁଇଥର ଜନତା ଦଳରୁ ଏବଂ ତିନି ଥର ବିଜେପିରୁ ନିର୍ବାଚିତ ହୋଇଛନ୍ତି।

ଏହି ବରିଷ୍ଠ ବିଜେପି ନେତା ୨୦୦୪ ମସିହାରେ ବିଜେପି-ବିଜେଡି ମେଣ୍ଟ ସରକାରରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀତ୍ବ ସମୟରେ କ୍ୟାବିନେଟ୍‌ ମନ୍ତ୍ରୀ ଥିଲେ। ସେ ରାଜସ୍ୱ, ଆଇନ, ଶିଳ୍ପ ଏବଂ ଗ୍ରାମ୍ୟ ଉନ୍ନୟନ ଆଦି ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇ ସାରିଛନ୍ତି। ସେ ଓଡିଶା ରାଜନୀତିର ଜଣେ ଭୀଷ୍ମ ପିତାମହ।

ରାଜନୀତି ବ୍ୟତୀତ ସାହିତ୍ୟରେ ମଧ୍ୟ ବେଶ୍‌ ରୁଚି ରଖିଛନ୍ତି ଶ୍ରୀ ହରିଚନ୍ଦନ। ତାଙ୍କ ରଚିତ ପୁସ୍ତକଗୁଡ଼ିକ ମଧ୍ୟରେ ରହିଛି ‘ମାତୃଭାଷା’, ‘ଶେଷ ଝଲକ୍‌’, ‘ରାଣା ପ୍ରତାପ’, ‘ଅସ୍ତଶିଖା’, ମହାସଂଗ୍ରାମର ମହାନାୟକ ବକ୍ସି ଜଗବନ୍ଧୁ, ‘ମାନସୀ’ ଏଇ ମାଟି କଥା କୁହେ, ସଂଘର୍ଷ ସରି ନାହିଁ ପ୍ରମୁଖ। ଲେଖାଲେଖିରେ ରୁଚି ରଖିଥିବା ବିଶ୍ୱଭୂଷଣ ପାଇକ ଆନ୍ଦୋଳନର ୨୦୦ ବର୍ଷ ପୂର୍ତ୍ତି ପାଳନ ପାଇଁ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।

Biswabhusan Harichandan ବିଶ୍ବଭୁଷଣଙ୍କ ଜନ୍ମଦିନ ବିଶ୍ବଭୂଷଣ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ଜିଓର ଏକ କୋଟି ୮୯ ଲକ୍ଷରୁ ଉର୍ଦ୍ଧ୍ବ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଗ୍ରାହକ

August 3, 2026

Rashifal: ଶ୍ରାବଣ ମାସର ପ୍ରଥମ ସୋମବାରରେ ଏହି ରାଶି ପ୍ରତି ମହାଦେବଙ୍କର ରହିଛି ଆର୍ଶିବାଦ

August 3, 2026

ପୁଅକୁ ବଞ୍ଚାଇବାକୁ ଯାଇ ମହାନଦୀରେ ଭାସିଗଲେ ବାପା

August 2, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026
Latest News

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନ, ଆଜି ୯୩ ବର୍ଷ ବୟସରେ କଲେ ପଦାର୍ପଣ

August 3, 2026

ଓଡ଼ିଶାରେ ଜିଓର ଏକ କୋଟି ୮୯ ଲକ୍ଷରୁ ଉର୍ଦ୍ଧ୍ବ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଗ୍ରାହକ

August 3, 2026

ଆଜି ଶ୍ରାବଣ ମାସର ପ୍ରଥମ ସୋମବାର, କେବେ ବି ଖାଆନ୍ତୁ ନାହିଁ ଏହି ଜିନିଷ

August 3, 2026

Rashifal: ଶ୍ରାବଣ ମାସର ପ୍ରଥମ ସୋମବାରରେ ଏହି ରାଶି ପ୍ରତି ମହାଦେବଙ୍କର ରହିଛି ଆର୍ଶିବାଦ

August 3, 2026

ପୁଅକୁ ବଞ୍ଚାଇବାକୁ ଯାଇ ମହାନଦୀରେ ଭାସିଗଲେ ବାପା

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.