Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି
ଆଜିର ଖବର

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ତିରୁବନନ୍ତପୁରମ: କେରଳରେ ଲଗାଣ ବର୍ଷା, ଭୂସ୍ଖଳନ ଏବଂ ବନ୍ୟା ପରିସ୍ଥିତି ଯୋଗୁଁ ଜନଜୀବନ ଗୁରୁତର ଭାବେ ପ୍ରଭାବିତ ହୋଇଛି। ଶନିବାରର ପ୍ରବଳ ବର୍ଷା ପରେ ମୃତ୍ୟୁସଂଖ୍ୟା ୮ରେ ପହଞ୍ଚିଥିବାବେଳେ ୮ ଜଣ ଏବେ ମଧ୍ୟ ନିଖୋଜ ଅଛନ୍ତି। ଏହାସହ ୧୩ ଜଣ ଆହତ ହୋଇଥିବା ସୂଚନା ମିଳିଛି।

ରାଜ୍ୟ ସରକାରଙ୍କ ସୂଚନା ଅନୁସାରେ, ବର୍ଷା ବିତ୍ପାତରେ ୨୭ଟି ଘର ସମ୍ପୂର୍ଣ୍ଣ ଧ୍ୱଂସ ହୋଇଥିବାବେଳେ ୧୯୬ଟି ଘର ଆଂଶିକ କ୍ଷତିଗ୍ରସ୍ତ ହୋଇଛି। ପ୍ରଭାବିତ ଅଞ୍ଚଳରୁ ଏପର୍ଯ୍ୟନ୍ତ ୫,୭୯୨ ଜଣଙ୍କୁ ଉଦ୍ଧାର କରାଯାଇ ରାଜ୍ୟବ୍ୟାପୀ ଖୋଲାଯାଇଥିବା ୨୦୯ଟି ରିଲିଫ୍ କ୍ୟାମ୍ପରେ ରଖାଯାଇଛି।

ମୁଖ୍ୟମନ୍ତ୍ରୀ ଭି. ଡି. ସତୀଶନ କହିଛନ୍ତି, ମୃତକଙ୍କ ପରିବାର ଏବଂ ବାସସ୍ଥାନ ଓ ଜୀବିକା ହରାଇଥିବା ସମସ୍ତ ପ୍ରଭାବିତ ଲୋକଙ୍କୁ ସରକାର ପକ୍ଷରୁ ଆବଶ୍ୟକ ସହାୟତା ଯୋଗାଇ ଦିଆଯିବ। ଶନିବାର ତୁଳନାରେ ରବିବାର ବର୍ଷାର ପ୍ରକୋପ କମିଥିଲେ ମଧ୍ୟ ପାହାଡ଼ିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ରାଜସ୍ୱ ମନ୍ତ୍ରୀ ଏ. ପି. ଅନିଲକୁମାର କହିଛନ୍ତି, ବନ୍ୟା ସ୍ଥିତି ବର୍ତ୍ତମାନ ନିୟନ୍ତ୍ରଣାଧୀନ ରହିଛି।

ପ୍ରବଳ ବର୍ଷାରେ ପଠାନମଥିଟ୍ଟା, ଇଡୁକ୍କି, ୱାୟାନାଡ, କୋଟାୟାମ, କୋଜିକୋଡ ଏବଂ କନ୍ନୁର ଜିଲ୍ଲାର ନଦୀକୂଳିଆ ଓ ତଳିଆ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ଅନେକ ଘର ଭିତରକୁ ବନ୍ୟାଜଳ ପ୍ରବେଶ କରିଥିବାବେଳେ ପଠାନମଥିଟ୍ଟାର ରାନି ଏବଂ ଆଲାପୁଝାର କୁଟ୍ଟାନାଡ ଅଞ୍ଚଳରେ ଏପର୍ଯ୍ୟନ୍ତ ଜଳସ୍ତର ହ୍ରାସ ପାଇନାହିଁ। ଫଳରେ ସ୍ଥାନୀୟ ଲୋକମାନେ ଯାତାୟାତ ପାଇଁ ଛୋଟ ଡଙ୍ଗା ଉପରେ ନିର୍ଭର କରୁଛନ୍ତି।

ଏପଟେ ରାଜ୍ୟର ୧୨ଟି ଜିଲ୍ଲାରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଲଗାଣ ବର୍ଷା ଯୋଗୁଁ ନଦୀ ଓ ଜଳଭଣ୍ଡାରଗୁଡ଼ିକର ଜଳସ୍ତର ବୃଦ୍ଧି ପାଇଥିବାବେଳେ ବିଭିନ୍ନ ସମ୍ବେଦନଶୀଳ ଅଞ୍ଚଳରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା କାର୍ଯ୍ୟ ଜାରି ରହିଛି।

ପ୍ରବଳ ବର୍ଷା ଭି. ଡି. ସତୀଶନ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ମହିଳାଙ୍କୁ ଟାଣିନେଲା କୁମ୍ଭୀର !

August 3, 2026

ଶ୍ରାବଣ ମାସର ପ୍ରଥମ ସୋମବାରରେ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ

August 3, 2026
Latest News

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ମହିଳାଙ୍କୁ ଟାଣିନେଲା କୁମ୍ଭୀର !

August 3, 2026

ଶ୍ରାବଣ ମାସର ପ୍ରଥମ ସୋମବାରରେ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.