Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ
ଆଜିର ଖବର

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ପାତ୍ରପଡ଼ା ଅଞ୍ଚଳରେ ଥିବା ଏକ ତୁଳା ଭର୍ତ୍ତି ଗୋଦାମରେ ସୋମବାର ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ସକାଳ ପ୍ରାୟ ୯ଟା ବେଳେ ଗୋଦାମରୁ ଘନ ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ।

ଖବର ପାଇବା ପରେ ଅଗ୍ନିଶମ ବାହିନୀର ଟିମ୍‌ଗୁଡ଼ିକ ଘଟଣାସ୍ଥଳରେ ପହଞ୍ଚି ଅଗ୍ନି ନିର୍ବାପନ କାର୍ଯ୍ୟ ଆରମ୍ଭ କରିଥିଲେ। ତେବେ ଗୋଦାମରେ ବହୁ ପରିମାଣରେ ତୁଳା ମହଜୁଦ ଥିବାରୁ ନିଆଁ ଦ୍ରୁତ ଗତିରେ ବ୍ୟାପି ଯାଇଥିଲା ଏବଂ ଏହାକୁ ନିୟନ୍ତ୍ରଣ କରିବା ଚ୍ୟାଲେଞ୍ଜ ସୃଷ୍ଟି କରିଛି।

ଅଗ୍ନିକାଣ୍ଡକୁ ଆୟତ୍ତ କରିବା ପାଇଁ ୧୦ରୁ ଅଧିକ ଅଗ୍ନିଶମ ଟିମ୍‌ ନିୟୋଜିତ ହୋଇଥିବାବେଳେ ଘଣ୍ଟା ଘଣ୍ଟା ଧରି ଅଗ୍ନି ନିର୍ବାପନ କାର୍ଯ୍ୟ ଜାରି ରହିଛି। ଘଟଣାସ୍ଥଳରେ ବରିଷ୍ଠ ଅଗ୍ନିଶମ ଅଧିକାରୀମାନେ ଉପସ୍ଥିତ ରହି ପରିସ୍ଥିତିର ସମୀକ୍ଷା କରୁଛନ୍ତି।

ତେବେ ଏପର୍ଯ୍ୟନ୍ତ ନିଆଁ ସମ୍ପୂର୍ଣ୍ଣ ଭାବେ ଆୟତ୍ତକୁ ଆସିନଥିବାବେଳେ ଅଗ୍ନିକାଣ୍ଡର ପ୍ରକୃତ କାରଣ ମଧ୍ୟ ସ୍ପଷ୍ଟ ହୋଇନାହିଁ। ନିଆଁ ସମ୍ପୂର୍ଣ୍ଣ ଲିଭିବା ପରେ କ୍ଷୟକ୍ଷତିର ପରିମାଣ ଓ ଅଗ୍ନିକାଣ୍ଡର କାରଣ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିବ ବୋଲି ଅଗ୍ନିଶମ ବିଭାଗ ପକ୍ଷରୁ କୁହାଯାଇଛି।

ପାତ୍ରପଡା ଭୟାବହ ଅଗ୍ନିକାଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ମହିଳାଙ୍କୁ ଟାଣିନେଲା କୁମ୍ଭୀର !

August 3, 2026

ଶ୍ରାବଣ ମାସର ପ୍ରଥମ ସୋମବାରରେ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ

August 3, 2026
Latest News

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ମହିଳାଙ୍କୁ ଟାଣିନେଲା କୁମ୍ଭୀର !

August 3, 2026

ଶ୍ରାବଣ ମାସର ପ୍ରଥମ ସୋମବାରରେ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.