Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାର ସମସ୍ତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଓ ସରକାରଙ୍କୁ ଦାବିପତ୍ର ପ୍ରଦାନ
ଆଜିର ଖବର

ଓଡ଼ିଶାର ସମସ୍ତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଓ ସରକାରଙ୍କୁ ଦାବିପତ୍ର ପ୍ରଦାନ

August 6, 2026No Comments4 Mins Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଶାର ସମସ୍ତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଓ ସରକାରଙ୍କୁ ଦାବିପତ୍ର ପ୍ରଦାନ
ଓଡ଼ିଶାର ସମସ୍ତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଓ ସରକାରଙ୍କୁ ଦାବିପତ୍ର ପ୍ରଦାନ

ଭୁବନେଶ୍ୱର: ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ଆହ୍ୱାନରେ ସମସ୍ତ ସାମିଲ ସଂଗଠନର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀମାନଙ୍କର ଅନେକ ଅସମାହିତ ସମସ୍ୟାର ସମାଧାନ ଲାଗି ପ୍ରସ୍ତୁତ ଦାବିପତ୍ରକୁ ଆଜି ରାଜ୍ୟର ସମସ୍ତ ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବି.ଡି.ଓ.) ଙ୍କ ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀ, ମାନ୍ୟବର ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ, ମାନ୍ୟବର ଉଚ୍ଚଶିକ୍ଷାମନ୍ତ୍ରୀ, ମାନ୍ୟବର ଆଇନ ମନ୍ତ୍ରୀ ଓ ମୁଖ୍ୟଶାସନ ସଚିବଙ୍କୁ ପ୍ରଦାନ କରାଯାଇଛି ବୋଲି ସମନ୍ୱୟ ସମିତିର ଆବାହକ ରଞ୍ଜନ କୁମାର ଦାଶ ଏକ ପ୍ରେସ୍ ଇସ୍ତାହାରରେ କହିଛନ୍ତି।

ପ୍ରକାଶଥାଉକି, ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ନ୍ୟାଯ୍ୟ ଦାବି ଅନୁଦାନ, ଚାକିରି ସର୍ତ୍ତାବଳୀ ସହ ପେନସନ୍ ପ୍ରଦାନ ଓ ଶୂନ୍ୟ ପଡ଼ିଥିବା ପଦରେ ନିଯୁକ୍ତି ନିମନ୍ତେ ସରକାର ବାରମ୍ବାର ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ତାହା କାର୍ଯ୍ୟକାରୀ ହେଉନାହିଁ । ମାନ୍ୟବର ମୁଖ୍ୟମନ୍ତ୍ରୀ ପବିତ୍ର ବିଧାନସଭା ଗୃହରେ ଘୋଷଣା କରିଥିବା ଉଚ୍ଚସ୍ତରୀୟ କମିଟିର ସମୟ ଅବଧି ସରିଗଲା ପରେ ପୁନଶ୍ଚ ଆଉ ୬ ମାସ ବୃଦ୍ଧି କରିଛନ୍ତି ଏବଂ ଏହାକୁ ଆଳକରି ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ସମସ୍ୟା ସମାଧାନ ଦିଗରେ ଟାଳଟୁଳ ନୀତି ଅବଲମ୍ବନ କରୁଛନ୍ତି। ରାଜ୍ୟର ସମସ୍ତ ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ ଓ ଶିକ୍ଷାକର୍ମଚାରୀ ଅବସର ନେବାପରେ ଟଙ୍କାଟିଏ ପେନସନ୍ ନପାଇ ହା ହତାଶ ମଧ୍ୟରେ କାଳାତିପାତ କରିବା ଅତ୍ୟନ୍ତ ଦୁଃଖ ଓ ପରିତାପର ବିଷୟ। ଏହି ବର୍ଗର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ ଦୀର୍ଘ ୩୦ ବର୍ଷ ସେବା ଯୋଗାଇ ଶୂନ୍ୟ ହସ୍ତରେ ଅବସର ନେଉଛନ୍ତି।

ସେହି ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ ଓ ଶିକ୍ଷା କର୍ମଚାରୀମାନଙ୍କ ପାଇଁ କୋର୍ଟର ନିର୍ଦ୍ଦେଶ ଥିଲେ ମଧ୍ୟ ସେମାନଙ୍କୁ ପେନସନ୍ ମିଳୁନାହିଁ। ଅବସର ପରେ ନିଜର ଗୁଜୁରାଣ ମେଣ୍ଟାଇବା ପାଇଁ ସେମାନେ ପାନଦୋକାନ କରୁଛନ୍ତି ବା କେଉଁ ସ୍ଥାନରେ ମୂଲ ଲାଗୁଛନ୍ତି। ବାର୍ଦ୍ଧକ୍ୟ ଅବସ୍ଥାରେ ଔଷଧ ଟୋପାଏ ଖାଇବାକୁ ମଧ୍ୟ ତାଙ୍କ ପାଖରେ ସମ୍ବଳ ନାହିଁ। ରାଜ୍ୟର ଜନପ୍ରିୟ ସରକାରଙ୍କର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ବିରୋଧୀ ଦଳର ନେତା ଥିବାବେଳେ ଦେଇଥିବା ପ୍ରତିଶ୍ରୁତିକୁ ଦୀର୍ଘ ଦୁଇବର୍ଷ ଦୁଇମାସ ବିତି ଯାଇଥିଲେ ମଧ୍ୟ କାର୍ଯ୍ୟକାରୀ କରିବାକୁ ଟାଳଟୁଳ ନୀତି ଅବଲମ୍ବନ କରିବା ଅତ୍ୟନ୍ତ ଦୁଃଖର ବିଷୟ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି ରକ୍ଷାକରି ତୁରନ୍ତ ଏହି ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କୁ ୧୯୮୧ ପେନସନ୍ ରୁଲ ଅନୁଯାୟୀ ପେନସନ୍ ପ୍ରଦାନ କରନ୍ତୁ ବୋଲି ସମନ୍ୱୟ ସମିତି ପକ୍ଷରୁ ଦୃଢ଼ ଦାବି କରାଯାଇଛି। ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକରେ ଶୂନ୍ୟ ପଡ଼ିଥିବା ସ୍ଥାନରେ ସରକାର ଅଦ୍ୟାବଧି ନିଯୁକ୍ତିର ବ୍ୟବସ୍ଥା ସୃଷ୍ଟି କରିନାହାଁନ୍ତି। ଏଣୁ ଅନେକ ବିଦ୍ୟାଳୟ ଜଣେ କିମ୍ବା ଦୁଇଜଣ ଶିକ୍ଷକରେ ଚାଲିଛି। ଆଉ ବର୍ଷେ ଦୁଇବର୍ଷ ମଧ୍ୟରେ ଏହି ବିଦ୍ୟାଳୟଗୁଡ଼ିକ ଭାଙ୍ଗିଯିବାର ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନପାରେ। ଏଣୁ ଏହି ବର୍ଗର ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକରେ ଶିକ୍ଷକ ଓ ଶିକ୍ଷାକର୍ମଚାରୀ ନିଯୁକ୍ତିର ବ୍ୟବସ୍ଥା କରନ୍ତୁ ଓ ଅବସର ନେଇଥିବା ଓ ନେବାକୁଥିବା ଶିକ୍ଷକ ଓ ଶିକ୍ଷାକର୍ମଚାରୀଙ୍କ ପାଇଁ ଚାକିରି ସର୍ତ୍ତାବଳୀ ସହ ପେନସନ ପ୍ରଦାନ କରନ୍ତୁ ବୋଲି ସମନ୍ୱୟ ସମିତି ପକ୍ଷରୁ କୁହାଯାଇଛି।

ସେହିପରି ଦୀର୍ଘ ୨୫ ରୁ ୩୦ ବର୍ଷ ଧରି ଅଭାବ ଅସୁବିଧାରେ ଗ୍ରାମାଞ୍ଚଳରେ ଗଢ଼ି ଉଠିଥିବା ଅନୁଦାନ ଯୋଗ୍ୟ ବିଦ୍ୟଳୟ ଓ ମହାବିଦ୍ୟାଳୟ ଗୁଡ଼ିକରେ କାର୍ଯ୍ୟରତ ଶିକ୍ଷକ ଓ ଶିକ୍ଷାକର୍ମଚାରୀ ବିନା ପାରିଶ୍ରମିକରେ ଶିକ୍ଷାଦାନ କରି ଦୁର୍ଦ୍ଦିନରେ କାଳାତିପାତ କରୁଛନ୍ତି। ସେମାନଙ୍କର ବଞ୍ଚିବାର ରାହା ନାହିଁ ଓ ସେହି ଅନୁଦାନ ଯୋଗ୍ୟ ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରଛାତ୍ରୀ ମାନଙ୍କୁ ମଧ୍ୟ କୌଣସି ସରକାରୀ ସୁବିଧା ଯଥା- ବହି, ପୋଷାକ, ସାଇକେଲ ଓ ମଧ୍ୟାହ୍ନ ଭୋଜନ ଆଦି ମିଳୁ ନାହିଁ ଯାହା ଏକ ଦୁର୍ଭାଗ୍ୟଜନକ ଘଟଣା। ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ପାଇଁ ସମାନ ସୁବିଧା ଯୋଗାଇ ଦେବା ସରକାରଙ୍କର ଦାୟିତ୍ୱ ଓ କର୍ତ୍ତବ୍ୟ। ତେଣୁ ପ୍ରତିଶ୍ରୁତି ଦେଇ ପ୍ରତାରଣା କରିବା ବିରୋଧରେ ଆଜି ରାଜ୍ୟର ୩୧୪ ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ମାଧ୍ୟମରେ ସରକାରଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି।

ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତିର ନେତୃବୃନ୍ଦ ଶିକ୍ଷକ ଓ କର୍ମଚାରୀମାନଙ୍କର ସମସ୍ୟା ସମ୍ପର୍କରେ ଆଲୋଚନା ମାଧ୍ୟମରେ ସରକାରଙ୍କୁ ବାରମ୍ବାର ଅବଗତ କରାଇଥିଲେ ମଧ୍ୟ ଏହାର କୌଣସି ସୁଫଳ ମିଳିନାହିଁ ଏବଂ ଶିକ୍ଷକମାନଙ୍କ ସମସ୍ୟାକୁ ନେଇ ସରକାର ଗଠନ କରିଥିବା କମିଟିର ରିପୋର୍ଟ ସରକାରଙ୍କର ହସ୍ତଗତ ହୋଇଥିଲେ ମଧ୍ୟ ତାହା ଅଦ୍ୟାବଧି କାର୍ଯ୍ୟକାରୀ ହୋଇ ନାହିଁ। ଶିକ୍ଷକ କର୍ମଚାରୀ ମାନଙ୍କର ବିଭିନ୍ନ ଦାବିଗୁଡ଼ିକ ମଧ୍ୟରେ “ଅନୁଦାନ ପାଉନଥିବା ବିଦ୍ୟାଳୟକୁ ଅନୁଦାନ ପ୍ରଦାନ, ଅବସର ନେଇଥିବା ଓ ନେବାକୁ ଥିବା ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କୁ ଚାକିରି ସର୍ତ୍ତାବଳୀ ସହିତ ପେନସନ୍ ପ୍ରଦାନ, ଖାଲିପଡ଼ିଥିବା ପଦବୀରେ ନିଯୁକ୍ତିର ବ୍ୟବସ୍ଥା, ଗ୍ରେଡ଼ପେରେ ଥିବା ଅସଙ୍ଗତି, ୨୦୦୪ ରୁ ୨୦୧୩ ମସିହା ମଧ୍ୟରେ ନିଯୁକ୍ତି ପାଇଥିବା ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କୁ ୬ଟି ନୋସନାଲ ଇନକ୍ରିମେଣ୍ଟ ସହ ବରିଷ୍ଠତା ପ୍ରଦାନ, ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ସରକାରୀ କରଣ ଓ ଅବସର ବୟସ ସୀମା ୬୦ ରୁ ୬୨ ବର୍ଷକୁ ବୃଦ୍ଧି\’ ଆଦି ଅନ୍ତର୍ଭୁକ୍ତ।

ଏହି କାର୍ଯ୍ୟକ୍ରମରେ ସମସ୍ତ ସାମିଲ ସଂଗଠନର ବ୍ଲକ ତଥା ଜିଲ୍ଲାର ନେତୃତ୍ୱଙ୍କ ସହିତ ଶିକ୍ଷକ, ଶିକ୍ଷିକା, ଶିକ୍ଷାକର୍ମଚାରୀ ମାନେ ଉପସ୍ଥିତ ରହି ବି.ଡ଼ି.ଓ.ଙ୍କ ମାଧ୍ୟମରେ ସରକାରଙ୍କୁ ଦାବିପତ୍ର ପ୍ରଦାନ କରିବା ସହ ସରକାରଙ୍କର କୁମ୍ଭକର୍ଣ୍ଣ ନିଦ୍ରା ଭାଙ୍ଗିବା ପାଇଁ ପ୍ରଚେଷ୍ଟା କରିଛନ୍ତି ବୋଲି ସମନ୍ୱୟ ସମିତିର ଆବାହକ ରଞ୍ଜନ କୁମାର ଦାଶଙ୍କ ସମେତ ସଭାପତି ସୁକାନ୍ତ କୁମାର ବେହେରା, ଅକ୍ଷୟ କୁମାର ମିଶ୍ର, ନିର୍ମଳା ପଣ୍ଡା, ବିକ୍ରମ କୁମାର ଦାସ, ପ୍ରମୋଦ କୁମାର ହୋତା, ହରେକୃଷ୍ଣ ପାଣିଗ୍ରାହୀ, ଅଜୟ କୁମାର ପତି, ରଞ୍ଜନ କୁମାର ପଣ୍ଡା, ଏମ୍‌.ଏ. କାସିମ୍ ବେଗ୍‌, ପ୍ରଶାନ୍ତ କୁମାର ପତି, ସୁରେଶ ଚନ୍ଦ୍ର ଦାଶ, ରାଜା ଓସିମ୍‌, ନୀଳମଣି ପୁରୋହିତ, ବ୍ରଜ କିଶୋର ବିଶ୍ୱାଳ, ଅଶୋକ କୁମାର ମହାପାତ୍ର, ଶଙ୍କର କୁମାର ସୁବୁଦ୍ଧି, ରାଜଲକ୍ଷ୍ମୀ ବେହେରା, ଜୟନ୍ତୀ ବଳ, ମାଣିକେଶ୍ୱର ସ୍ୱାଇଁ, ରମାକାନ୍ତ ମହାପାତ୍ର, ପ୍ରଦୀପ କୁମାର ମଙ୍ଗରାଜ, ନବକୁମାର ପଣ୍ଡା, ଗଦାଧର ଶତପଥୀ, ରମାକାନ୍ତ ଲେଙ୍କା ଏବଂ ମଧୁସୂଦନ ଦେ ପ୍ରମୁଖ ଗଣମାଧ୍ୟମକୁ ଜଣାଇଛନ୍ତି।

ଗଣଧାରଣା ଦାବିପତ୍ର ପ୍ରଦାନ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମନ୍ୱୟ ସମିତି
Share. Facebook Twitter LinkedIn Email WhatsApp Copy Link

Related Posts

ରେଢ଼ାଖୋଲ ଅଞ୍ଚଳରୁ ଫେରିବାଲା ଓ ମିସ୍ତ୍ରୀଙ୍କୁ ଚିହ୍ନଟ କରି ବିଦା କରାଯାଉ: ବିଜେପି ନେତାଙ୍କ ଦାବି

August 6, 2026

ଅଗଷ୍ଟ ୬ ତାରିଖ ରାଶିଫଳ: ପଢନ୍ତୁ ଆଜିର ଦିନଟି କିପରି ରହିବ?

August 6, 2026

ବ୍ରିକ୍ସ ଶିକ୍ଷାମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ଅନ୍ତର୍ଜାତୀୟ ପ୍ରତିନିଧି

August 5, 2026

ସଠିକ୍ ସୂଚନା ହିଁ ସରକାର ଓ ଜନତାଙ୍କ ମଧ୍ୟରେ ବିଶ୍ୱାସର ଆଧାର: ଅତିରିକ୍ତ ମହାନିର୍ଦ୍ଦେଶକ

August 5, 2026
Latest News

ଓଡ଼ିଶାର ସମସ୍ତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଓ ସରକାରଙ୍କୁ ଦାବିପତ୍ର ପ୍ରଦାନ

August 6, 2026

ରେଢ଼ାଖୋଲ ଅଞ୍ଚଳରୁ ଫେରିବାଲା ଓ ମିସ୍ତ୍ରୀଙ୍କୁ ଚିହ୍ନଟ କରି ବିଦା କରାଯାଉ: ବିଜେପି ନେତାଙ୍କ ଦାବି

August 6, 2026

ଅଗଷ୍ଟ ୬ ତାରିଖ ରାଶିଫଳ: ପଢନ୍ତୁ ଆଜିର ଦିନଟି କିପରି ରହିବ?

August 6, 2026

ବ୍ରିକ୍ସ ଶିକ୍ଷାମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ଅନ୍ତର୍ଜାତୀୟ ପ୍ରତିନିଧି

August 5, 2026

ସଠିକ୍ ସୂଚନା ହିଁ ସରକାର ଓ ଜନତାଙ୍କ ମଧ୍ୟରେ ବିଶ୍ୱାସର ଆଧାର: ଅତିରିକ୍ତ ମହାନିର୍ଦ୍ଦେଶକ

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.