Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ସମସ୍ତ ଜିଲ୍ଲାଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ଦାବିପତ୍ର ପ୍ରଦାନ: ସମନ୍ୱୟ ସମିତି
ଆଜିର ଖବର

ଆଜି ସମସ୍ତ ଜିଲ୍ଲାଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ଦାବିପତ୍ର ପ୍ରଦାନ: ସମନ୍ୱୟ ସମିତି

August 7, 2026No Comments3 Mins Read
Share Facebook Twitter LinkedIn Email WhatsApp Copy Link
ସମନ୍ୱୟ ସମିତି
ଆଜି ସମସ୍ତ ଜିଲ୍ଲାଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ଦାବିପତ୍ର ପ୍ରଦାନ: ସମନ୍ୱୟ ସମିତି

ଭୁବନେଶ୍ୱର: ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଅଗଷ୍ଟ ୭ ତାରିଖରେ ରାଜ୍ୟର ୩୦ଟି ଜିଲ୍ଲାର ଜିଲ୍ଲାଶିକ୍ଷାଧିକାରୀ ଓ ଜିଲ୍ଲାପାଳଙ୍କ ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀ, ଆଇନ ମନ୍ତ୍ରୀ, ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ, ଉଚ୍ଚଶିକ୍ଷାମନ୍ତ୍ରୀ ଓ ମୁଖ୍ୟଶାସନ ସଚିବଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯିବ ବୋଲି ସମନ୍ୱୟ ସମିତିର ଆବାହକ ରଞ୍ଜନ କୁମାର ଦାଶ ଏକ ପ୍ରେସ୍ ବିବୃତ୍ତି ଜରିଆରେ ଜଣାଇଛନ୍ତି।

ସୂଚନାଥାଉକି, ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତାର ୮ଟି ସାମିଲ ସଂଗଠନ ଯଥା- ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା), ନିଖିଳ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘ(ଅଲୋଷ୍ଟା), ନିଖିଳ ଉତ୍କଳ ସଂସ୍କୃତ ମହାସଂଘ, ନିଖିଳ ଉତ୍କଳ ମାଦ୍ରାସା ଶିକ୍ଷକ ସଂଘ, ଅବସରପ୍ରାପ୍ତ ଶିକ୍ଷକକର୍ମଚାରୀ ସଂଘ, ୬୬୨ ଓ ୪୮୮ ବର୍ଗ କଲେଜ ଶିକ୍ଷକ କର୍ମଚାରୀ ସଂଘ,  ଅଣଅନୁଦାନ ପ୍ରାପ୍ତ ଶିକ୍ଷକ ସଂଘ, ନୂତନ ଅନୁଦାନ ପ୍ରାପ୍ତ ଶିକ୍ଷକ ସଂଘ ପ୍ରଭୃତି ସଂଗଠନର ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କୁ ନେଇ ଆନ୍ଦୋଳନର ଦ୍ୱିତୀୟ ପର୍ଯ୍ୟାୟରେ ଆସନ୍ତା ଅଗଷ୍ଟ ୭ ତାରିଖ ଶୁକ୍ରବାର ଦିନ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେବା ସହିତ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ଚାରିଦଫା ସମ୍ବଳିତ ଦାବିପତ୍ର ରାଜ୍ୟର ବିଭିନ୍ନ ଜିଲ୍ଲାର ଜିଲ୍ଲା ଶିକ୍ଷାଧିକାରୀ ଓ ଜିଲ୍ଲାପାଳଙ୍କ ମାଧ୍ୟମରେ ସରକାରଙ୍କୁ ପ୍ରଦାନ କରିବେ। ପ୍ରତ୍ୟେକ ଜିଲ୍ଲାରେ ଶତାଧିକ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଭାବରେ ପଟୁଆରରେ ଆସି ଜିଲ୍ଲାଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସମବେତ ହୋଇ ଧାରଣାରେ ବସି ରହିବେ।

୨୦୦୦ ମସିହା ପୂର୍ବରୁ ଦୀର୍ଘ ୨୫ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଖୋଲିଥିବା ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକ ଅନୁଦାନ ନିୟମର ସମସ୍ତ ସର୍ତ୍ତ ପୂରଣ କରିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ସେଗୁଡ଼ିକ ଅନୁଦାନ ପରିସରଭୁକ୍ତ ହୋଇ ନାହାଁନ୍ତି। ସେହି ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସମସ୍ତ ସରକାରୀ ସୁବିଧାରୁ ବଞ୍ଚିତ ଅଟନ୍ତି। ସୁପ୍ରିମ୍ କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସବୁ ଛାତ୍ରଙ୍କୁ ସମାନ ସୁବିଧା ଓ ସମାନ କାମକୁ ସମାନ ଦରମା ଦେବା କଥା କିନ୍ତୁ ତାହା କାର୍ଯ୍ୟକାରି ହେଉ ନାହିଁ। ଅନୁଦାନ ନୀତିକୁ କାର୍ଯ୍ୟକାରୀ କରିବାରେ ସରକାର ଟାଳଟୁଳ ନୀତି ଅବଲମ୍ବନ କରିବାରୁ ଶିକ୍ଷକ ଓ ଛାତ୍ରଛାତ୍ରୀମାନେ ତାଙ୍କର ଉଚିତ ନ୍ୟାୟରୁ ବଞ୍ଚିତ ହେଉଛନ୍ତି। ସରକାରଙ୍କ ସହିତ ବାରମ୍ବାର ଆଲୋଚନା ଓ ପ୍ରତିଶ୍ରୁତି ପାଇବା ପରେ ମଧ୍ୟ ତାହା କାର୍ଯ୍ୟକାରୀ ନହେବା ଦୁଃଖ ଓ ପରିତାପର ବିଷୟ। ଆଲୋଚ୍ୟ ବିଷୟ ଗୁଡ଼ିକ ମଧ୍ୟରେ “ଅବସର ନେଇଥିବା / ନେବାକୁ ଥିବା ଶିକ୍ଷକ/ଶିକ୍ଷାକର୍ମଚାରୀମାନଙ୍କୁ ଚାକିରି ସର୍ତ୍ତାବଳୀ ସହିତ ପେନସନ୍ ପ୍ରଦାନ, ଅନୁଦାନ ପାଉନଥିବା ବିଦ୍ୟାଳୟ ଓ ମହାବିଦ୍ୟାଳୟକୁ ଅନୁଦାନ ପ୍ରଦାନ, ଶୂନ୍ୟପଡ଼ିଥିବା ପଦବୀରେ ନିଯୁକ୍ତିର ବ୍ୟବସ୍ଥା, ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କୁ ୬ଟି ନୋସନାଲ ଇନକ୍ରିମେଣ୍ଟ ସହ ବରିଷ୍ଠତା ପ୍ରଦାନ, ଗ୍ରେଡ଼ପେରେ ଥିବା ଅସଙ୍ଗତି ଦୂରୀକରଣ, ସପ୍ତମ ବେତନରୁ ବଞ୍ଚିତ ଶିକ୍ଷକମାନଙ୍କୁ ସପ୍ତମ ବେତନ ପ୍ରଦାନ, ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ସରକାରୀ କରଣ ଏବଂ ଅବସର ବୟସ ସୀମା ୬୦ ରୁ ୬୨ ବର୍ଷକୁ ବୃଦ୍ଧି\’ ଇତ୍ୟାଦି ଅନ୍ତର୍ଭୁକ୍ତ।

ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକରେ ଖାଲି ପଡ଼ିଥିବା ପଦବୀରେ ସରକାର ଅଦ୍ୟାବଧି ନିଯୁକ୍ତିର ବ୍ୟବସ୍ଥା ସୃଷ୍ଟି କରି ନାହାଁନ୍ତି। ଅନେକ ବିଦ୍ୟାଳୟରେ ଜଣେ କିମ୍ବା ଦୁଇଜଣ ଶିକ୍ଷକରେ ବିଦ୍ୟାଳୟ ଚାଲିଛି। ବର୍ତ୍ତମାନର ଜନପ୍ରିୟ ସରକାର ଏହି ବର୍ଗର ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଶିକ୍ଷକ କର୍ମଚାରୀ ନିଯୁକ୍ତିର ବ୍ୟବସ୍ଥା କରନ୍ତୁ ନଚେତ୍ ୩୫ରୁ ୪୦ ବର୍ଷ ଧରି ଚାଲୁଥିବା ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକ ଅଚିରେ ଭାଙ୍ଗିଯିବ। ସେହି ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକରୁ ଅବସର ନେଉଥିବା ଶିକ୍ଷକ କର୍ମଚାରୀମାନେ ପେନସନ୍ ଓ ଅବସରକାଳୀନ ସୁବିଧା ନପାଇ ଅବସର ପର ଜୀବନ ହା ହୁତାଶରେ ଚଳିବା ଅତ୍ୟନ୍ତ ଯନ୍ତ୍ରଣା ଦାୟକ ଅଟେ। ତେଣୁ ସରକାର ତୁରନ୍ତ ଶିକ୍ଷକମାନଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଳନ କରି ଅନୁଦାନ, ପେନସନ ଓ ନିଯୁକ୍ତିର ବ୍ୟବସ୍ଥା କରନ୍ତୁ ବୋଲି ସମନ୍ୱୟ ସମିତି ପକ୍ଷରୁ ଦୃଢ଼ ଦାବି କରାଯାଇଛି।

ଏହି କାର୍ଯ୍ୟକ୍ରମରେ ସମସ୍ତ ସାମିଲ ସଂଗଠନର ନିଜ ନିଜ ଜିଲ୍ଲାର ନେତୃତ୍ୱ, ଶିକ୍ଷକ, ଶିକ୍ଷିକା, ଶିକ୍ଷାକର୍ମଚାରୀ, ସମସ୍ତ ବ୍ଲକ୍‌, ଜିଲ୍ଲା ଓ ରାଜ୍ୟର ପ୍ରାକ୍ତନ ଓ ବର୍ତ୍ତମାନର ନେତୃତ୍ୱଗଣ ବହୁସଂଖ୍ୟାରେ ଉପସ୍ଥିତ ରହି ଏହାକୁ ସଫଳ କରିବା ନିମନ୍ତେ ସମନ୍ୱୟ ସମିତି ତରଫରୁ ଆବାହକ ରଞ୍ଜନ କୁମାର ଦାଶଙ୍କ ସମେତ ସଭାପତିି ସୁକାନ୍ତ କୁମାର ବେହେରା, ଅକ୍ଷୟ କୁମାର ମିଶ୍ର, ନିର୍ମଳା ପଣ୍ଡା, ବିକ୍ରମ କୁମାର ଦାସ, ପ୍ରମୋଦ କୁମାର ହୋତା, ହରେକୃଷ୍ଣ ପାଣିଗ୍ରାହୀ, ଅଜୟ କୁମାର ପତି, ରଞ୍ଜନ କୁମାର ପଣ୍ଡା, ଏମ୍‌.ଏ. କାସିମ୍ ବେଗ୍‌, ପ୍ରଶାନ୍ତ କୁମାର ପତି, ସୁରେଶ ଚନ୍ଦ୍ର ଦାଶ, ରାଜା ଓସିମ୍‌, ନୀଳମଣି ପୁରୋହିତ, ବ୍ରଜ କିଶୋର ବିଶ୍ୱାଳ, ଅଶୋକ କୁମାର ମହାପାତ୍ର, ଶଙ୍କର କୁମାର ସୁବୁଦ୍ଧି, ରାଜଲକ୍ଷ୍ମୀ ବେହେରା, ଜୟନ୍ତୀ ବଳ, ମାଣିକେଶ୍ୱର ସ୍ୱାଇଁ, ରମାକାନ୍ତ ମହାପାତ୍ର, ପ୍ରଦୀପ କୁମାର ମଙ୍ଗରାଜ, ନବକୁମାର ପଣ୍ଡା, ଗଦାଧର ଶତପଥୀ, ରମାକାନ୍ତ ଲେଙ୍କା ଏବଂ ମଧୁସୂଦନ ଦେ ପ୍ରମୁଖ ଅନୁରୋଧ କରିଛନ୍ତି।

ଦାବିପତ୍ର ପ୍ରଦାନ ଧାରଣା ସମନ୍ୱୟ ସମିତି
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଛତିଶଗଡ଼ର ରାଜ୍ୟପାଳ

August 7, 2026

ଆଜି ଅଗଷ୍ଟ ୭ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

August 7, 2026

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026
Latest News

ଆଜି ସମସ୍ତ ଜିଲ୍ଲାଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ଦାବିପତ୍ର ପ୍ରଦାନ: ସମନ୍ୱୟ ସମିତି

August 7, 2026

ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଛତିଶଗଡ଼ର ରାଜ୍ୟପାଳ

August 7, 2026

ଆଜି ଅଗଷ୍ଟ ୭ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

August 7, 2026

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.