ବଲାଙ୍ଗୀର: ପଶ୍ଚିମ ଓଡ଼ିଶାର ପ୍ରମୁଖ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ଚଳିତ ବର୍ଷର ନବାନ୍ନ ଲଗ୍ନ ନିର୍ଦ୍ଧାରଣ କରାଯାଇଛି। ବଲାଙ୍ଗୀର ଜିଲ୍ଲା ଜ୍ୟୋତିଷ ପଣ୍ଡିତ ମହାସଭାର ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟି ଏବଂ ରାଜପୁରୋହିତଙ୍କ ନିଷ୍ପତ୍ତି ଅନୁଯାୟୀ, ସେପ୍ଟେମ୍ବର ୧୫ ତାରିଖ ସକାଳ ୯ଟା ୩୬ ମିନିଟରୁ ୧୦ଟା ୧୦ ମିନିଟ ମଧ୍ୟରେ ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି କରାଯିବ। ପରମ୍ପରା ଅନୁସାରେ ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀ ଏବଂ ବଲାଙ୍ଗୀର ରାଜପରିବାରର ରାଶି-ନକ୍ଷତ୍ରକୁ ବିଚାର କରି ଏହି ଶୁଭ ଲଗ୍ନ ନିର୍ଦ୍ଧାରଣ କରାଯାଇଛି। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଅର୍ପଣ ପରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ପାରମ୍ପରିକ ରୀତିନୀତି ଅନୁଯାୟୀ ନୂଆଁଖାଇ ପାଳନ କରାଯିବ।


