ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଅଗଷ୍ଟ ୧୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ।
ରବିବାର ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁରର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି। ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି ହୋଇଛି।
ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ରହିଛି। ବାକି ଅଞ୍ଚଳରେ ହାଲୁକାରୁ ମଧ୍ୟମ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ପବନ ବହିପାରେ।
ଅଗଷ୍ଟ ୧୦ ଓ ୧୧ରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ଏବଂ ୧୨ରେ ସମ୍ବଲପୁର ଓ କେନ୍ଦୁଝରର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ୧୩ ତାରିଖରୁ ବର୍ଷାର ପ୍ରଭାବ କମିବା ସମ୍ଭାବନା ରହିଛି।


