Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»Ghare Ghare Triranga: ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
ଜାତୀୟ ଖବର

Ghare Ghare Triranga: ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ

August 9, 2026No Comments3 Mins Read
Share Facebook Twitter LinkedIn Email WhatsApp Copy Link
Ghare Ghare Triranga
Ghare Ghare Triranga: ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ

Ghare Ghare Triranga: ପବିତ୍ର ଅଗଷ୍ଟ କ୍ରାନ୍ତି ଦିବସ ଅବସରରେ ଭୁବନେଶ୍ୱରଠାରେ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନର ଐତିହାସିକ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ। ଏହି ଅବସରରେ ଅଗଷ୍ଟ ୯ ରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ପ୍ରତ୍ୟେକ ଗ୍ରାମ, ପଞ୍ଚାୟତ, ସହର, ଘର, ବିଦ୍ୟାଳୟ ଓ କାର୍ଯ୍ୟାଳୟରେ ଗୌରବର ସହ ଜାତୀୟ ପତାକା ଉଡ଼ାଇବାକୁ ସେ ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କୁ ନିବେଦନ କରିଛନ୍ତି।

ନିଜ ଅଭିଭାଷଣ ସ୍ୱାଧୀନତା ସଂଗ୍ରାମୀ, ବୀର ଶହୀଦ ଏବଂ ଓଡ଼ିଶାର ଅମର ସପୁତମାନଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୧୯୪୨ ଅଗଷ୍ଟ ୯ ରେ ମୁମ୍ବାଇର ଅଗଷ୍ଟ କ୍ରାନ୍ତି ମଇଦାନରୁ ଆରମ୍ଭ ହୋଇଥିବା ‘ଭାରତ ଛାଡ଼’ ଆନ୍ଦୋଳନ ସ୍ୱାଧୀନତା ସଂଗ୍ରାମକୁ ନୂଆ ଦିଗଦର୍ଶନ ଦେଇଥିଲା।

ଜାତୀୟ ପତାକା ‘ତ୍ରିରଙ୍ଗା’ କେବଳ ତିନୋଟି ରଙ୍ଗର ସମାହାର ନୁହେଁ, ବରଂ ଏହା ୧୪୦ କୋଟି ଭାରତୀୟଙ୍କ ସ୍ୱାଭିମାନ, ଗୌରବ ଓ ଆକାଂକ୍ଷାର ପ୍ରତୀକ। କେଶରୀ ରଙ୍ଗ ସାହସ ଓ ତ୍ୟାଗ, ଶ୍ୱେତ ରଙ୍ଗ ଶାନ୍ତି ଓ ସତ୍ୟ, ସବୁଜ ରଙ୍ଗ ସମୃଦ୍ଧି ଏବଂ ମଝିରେ ଥିବା ଅଶୋକ ଚକ୍ର ନିରନ୍ତର କର୍ତ୍ତବ୍ୟପଥରେ ଆଗେଇ ଚାଲିବାର ଶିକ୍ଷା ଦିଏ।

ଏହି ପବିତ୍ର ଜାତୀୟ ଉତ୍ସବକୁ ସମ୍ପୂର୍ଣ୍ଣ ପରିବେଶ-ଅନୁକୂଳ କରିବା ପାଇଁ ପ୍ଲାଷ୍ଟିକ୍ ପତାକାକୁ ସମ୍ପୂର୍ଣ୍ଣ ବର୍ଜନ କରି କେବଳ କପଡ଼ା ପତାକା ବ୍ୟବହାର କରିବାକୁ ମୁଖ୍ୟମନ୍ତ୍ରୀ ଦୃଢ଼ ଆହ୍ୱାନ ଦେଇଛନ୍ତି।

ଏହି ଅବସରରେ ଏକ ବର୍ଣ୍ଣାଢ଼୍ୟ ପଦଯାତ୍ରା ଆୟୋଜିତ ହୋଇଥିଲା। ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ସ୍କାଉଟ୍ସ ଆଣ୍ଡ ଗାଇଡ୍ସ, ଏନ.ସି.ସି. (NCC) ଏବଂ ଏନ.ଏସ.ଏସ. (NSS) ର ସ୍ୱେଚ୍ଛାସେବୀମାନେ ହାତରେ ତ୍ରିରଙ୍ଗା ଧରି ଶୃଙ୍ଖଳିତ ଭାବେ ପଦଯାତ୍ରା କରିଥିଲେ। ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ସାଂସ୍କୃତିକ ଦଳ ନିଜର ପାରମ୍ପରିକ ଲୋକନୃତ୍ୟ ଓ କଳା ପ୍ରଦର୍ଶନ କରିଥିଲେ। ମୁଖ୍ୟମନ୍ତ୍ରୀ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ, ବିଶିଷ୍ଟ କ୍ରୀଡ଼ାବିତ୍‌ ଏବଂ ହଜାର ହଜାର ଛାତ୍ରଛାତ୍ରୀ “ବନ୍ଦେ ମାତରମ୍” ଓ “ଭାରତ ମାତା କି ଜୟ” ନାରା ଦେଇ ଏହି ଶୋଭାଯାତ୍ରାରେ ସାମିଲ ହୋଇଥିଲେ।

ରାଜ୍ୟର ‘ଜେନ୍-ଜି’ (Gen-Z) ଓ ଯୁବସମାଜକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜିର ଡିଜିଟାଲ୍ ଯୁଗରେ ଆମ ଯୁବପିଢ଼ିକୁ ବିପଥଗାମୀ କରିବାକୁ କିଛି ବାହ୍ୟ ଶକ୍ତି, ଅଦୃଶ୍ୟ ଶତ୍ରୁ, ସାମାଜିକ ଗଣମାଧ୍ୟମର ଅପବ୍ୟବହାର ଓ ନିଶାଦ୍ରବ୍ୟ ଭଳି କୁପ୍ରଭାବ ସକ୍ରିୟ ରହିଛନ୍ତି। ସେହି ଅଦୃଶ୍ୟ କୁଚକ୍ରୀ ଶକ୍ତି କେବେହେଲେ ନିଜ ଉଦ୍ଦେଶ୍ୟରେ ସଫଳ ହେବେ ନହିଁ। ସେମାନଙ୍କ ମାୟାଜାଲରେ ନପଡ଼ି ଦେଶଭକ୍ତିକୁ ପ୍ରଥମ ସ୍ଥାନ ଦେବାକୁ ସେ ପରାମର୍ଶ ଦେଇଥିଲେ ଦେଇ ସେ “ଯୁବଶକ୍ତିର ଏକ ହିଁ ସ୍ୱର — ସୁରକ୍ଷିତ ହେବ ଦେଶ ଆମର!” ନାରା ଦେଇଥିଲେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ବିକଶିତ ଭାରତ – ୨୦୪୭’ ସଂକଳ୍ପରେ ଓଡ଼ିଶାର ଭୂମିକା ସବୁଠାରୁ ନିର୍ଣ୍ଣାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। ରାଜ୍ୟର ଚାଷୀ, ଶ୍ରମିକ, ଯୁବକ ଓ ସ୍ୱାବଲମ୍ବୀ ମହିଳାଙ୍କ ଅବଦାନ ଯୋଗୁଁ ଓଡ଼ିଶା ଦେଶର ଆର୍ଥିକ ଓ ଶିଳ୍ପ ବିକାଶର ପ୍ରମୁଖ ଇଞ୍ଜିନ୍ ପାଲଟିବ। ସ୍ୱାଧୀନତା ଦିବସ ଅବସରରେ ଦେଶର ସୁରକ୍ଷାରେ ନିୟୋଜିତ ବୀର ସୈନିକ ଓ ପୋଲିସ କର୍ମଚାରୀଙ୍କ ପରିବାରବର୍ଗଙ୍କୁ ଗୌରବର ସହ ସମ୍ମାନିତ କରିବାକୁ ସେ ଜନସାଧାରଣଙ୍କୁ ଆହ୍ୱାନ କରିଥିଲେ।

ଏହି ସମାରୋହରେ ଉପମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀଯୁକ୍ତ ସୁରେଶ ପୂଜାରୀ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀଯୁକ୍ତ ବିଭୂତି ଭୂଷଣ ଜେନା, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ ଏବଂ ଉଚ୍ଚଶିକ୍ଷା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ତଥା କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ସୂରଜ ପ୍ରମୁଖ ମଞ୍ଚାସୀନ ଥିଲେ।

​ଏହା ବ୍ୟତୀତ କନ୍ଧମାଳ ସାଂସଦ ଶ୍ରୀଯୁକ୍ତ ସୁକାନ୍ତ କୁମାର ପାଣିଗ୍ରାହୀ, ଦିଗପହଣ୍ଡି ବିଧାୟକ ଶ୍ରୀଯୁକ୍ତ ସିଦ୍ଧାନ୍ତ ମହାପାତ୍ର, ଏକାମ୍ର-ଭୁବନେଶ୍ୱର ବିଧାୟକ ଶ୍ରୀଯୁକ୍ତ ବାବୁ ସିଂ, ପାଲଲହଡ଼ା ବିଧାୟକ ଶ୍ରୀଯୁକ୍ତ ଅଶୋକ ମହାନ୍ତି , ପିପିଲି ବିଧାୟକ ଶ୍ରୀ ଆଶ୍ରିତ ପଟ୍ଟନାୟକ, ବିଜେପି ଓଡ଼ିଶାର ରାଜ୍ୟ ସଂଗଠନ ସାଧାରଣ ସମ୍ପାଦକ ଶ୍ରୀଯୁକ୍ତ ମାନସ ମହାନ୍ତି ଏବଂ ବିଜେପି ଓଡ଼ିଶା ରାଜ୍ୟ ପ୍ରଭାରୀ ଶ୍ରୀଯୁକ୍ତ ବିଜୟପାଲ ସିଂହ ତୋମାର ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଶୋଭାମଣ୍ଡିତ କରିଥିଲେ।

ଏହି ସମାରୋହରେ ଓଡ଼ିଶାର ଗୌରବ ତଥା ଆନ୍ତର୍ଜାତୀୟ ସ୍ତରର ଅନ୍ତରଙ୍ଗ କ୍ରୀଡ଼ାବିତ୍ ପ୍ରମୋଦ ଭଗତ, ଅନୁପମା ସ୍ୱାଇଁ, ସୁନୀଲ ପ୍ରଧାନ, ରବି କୁମାର ଏବଂ କମଳା କାନ୍ତ ନାୟକ ପ୍ରମୁଖ ଉପସ୍ଥିତ ରହି ଯୁବସମାଜ ମଧ୍ୟରେ ଦେଶପ୍ରେମ ଓ ଉତ୍ସାହ ଭରିଦେଇଥିଲେ।

Ghare Ghare Triranga ଘରେ ଘରେ ତ୍ରିରଙ୍ଗା ଘରେ ଘରେ ତ୍ରିରଙ୍ଗା ଅଭିଯାନ
Share. Facebook Twitter LinkedIn Email WhatsApp Copy Link

Related Posts

ପରବର୍ତ୍ତୀ କିସ୍ତିରେ ୪ ହଜାର ପାଇବେ ଏହି ଚାଷୀ: ଜାଣନ୍ତୁ କିଏ ପାଇବେ ଲାଭ?

August 9, 2026

ଅଭ୍ୟାସ ମ୍ୟାଚ୍ ପରେ ଭାରତର ପ୍ଲେଇଂ ଇଲେଭେନ ଚୂଡ଼ାନ୍ତ: ସାଇ ସୁଦର୍ଶନଙ୍କ ସ୍ଥାନ ନେବେ ଏହି ଖେଳାଳି

August 9, 2026

ନିବେଶର ନୂଆ ଦିଗନ୍ତ: ଦିଲ୍ଲୀରୁ ଓଡ଼ିଶାକୁ ୬୬,୩୯୨ କୋଟିର ପୁଞ୍ଜିନିବେଶ ପ୍ରସ୍ତାବ, ୫୪ ହଜାରରୁ ଅଧିକ ନିଯୁକ୍ତି ଆଶା

August 9, 2026

ସମୁଦ୍ର ମୁହାଣରୁ ଯୁବକ ଉଦ୍ଧାର

August 9, 2026
Latest News

Ghare Ghare Triranga: ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ

August 9, 2026

ପରବର୍ତ୍ତୀ କିସ୍ତିରେ ୪ ହଜାର ପାଇବେ ଏହି ଚାଷୀ: ଜାଣନ୍ତୁ କିଏ ପାଇବେ ଲାଭ?

August 9, 2026

ଅଭ୍ୟାସ ମ୍ୟାଚ୍ ପରେ ଭାରତର ପ୍ଲେଇଂ ଇଲେଭେନ ଚୂଡ଼ାନ୍ତ: ସାଇ ସୁଦର୍ଶନଙ୍କ ସ୍ଥାନ ନେବେ ଏହି ଖେଳାଳି

August 9, 2026

ନିବେଶର ନୂଆ ଦିଗନ୍ତ: ଦିଲ୍ଲୀରୁ ଓଡ଼ିଶାକୁ ୬୬,୩୯୨ କୋଟିର ପୁଞ୍ଜିନିବେଶ ପ୍ରସ୍ତାବ, ୫୪ ହଜାରରୁ ଅଧିକ ନିଯୁକ୍ତି ଆଶା

August 9, 2026

ସମୁଦ୍ର ମୁହାଣରୁ ଯୁବକ ଉଦ୍ଧାର

August 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.