Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭଗବତୀ ମନ୍ଦିରର ଉନ୍ନତିକରଣ ଉପରେ ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ
ଆଜିର ଖବର

ଭଗବତୀ ମନ୍ଦିରର ଉନ୍ନତିକରଣ ଉପରେ ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 11, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭଗବତୀ ମନ୍ଦିରର ଉନ୍ନତିକରଣ ଉପରେ ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ
ଭଗବତୀ ମନ୍ଦିରର ଉନ୍ନତିକରଣ ଉପରେ ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

ବାଣପୁର: ଆଜି ବାଣପୁର ବ୍ଲକ ପରିସରରେ ଓଡ଼ିଶାର ଅନନ୍ୟ ଶକ୍ତିପୀଠ ତଥା ବାଣପୁରବାସୀଙ୍କ ଆରାଧ୍ୟା ଦେବୀ ମା’ ଭଗବତୀଙ୍କ ମନ୍ଦିରର ଉନ୍ନତିକରଣ, ସୌନ୍ଦର୍ଯ୍ୟୀକରଣ ଏବଂ ଚତୁଃପାର୍ଶ୍ୱର ସାମଗ୍ରିକ ବିକାଶ ନେଇ ଅନୁଷ୍ଠିତ ବୈଠକରେ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ ବିସ୍ତୃତ ଭାବେ ଆଲୋଚନା କରିଛନ୍ତି।

ମା’ ଭଗବତୀଙ୍କ ଐତିହ୍ୟ, ଆଧ୍ୟାତ୍ମିକ ମହତ୍ତ୍ୱ ଓ ପ୍ରାଚୀନ ପରମ୍ପରାକୁ ଅକ୍ଷୁର୍ଣ୍ଣ ରଖି ମନ୍ଦିରର ଭିତ୍ତିଭୂମିର ବିକାଶ,ପାର୍କିଂ‌ ବ୍ୟବସ୍ଥା ,ଭକ୍ତମାନଙ୍କ ପାଇଁ ଆବଶ୍ୟକ ସୁବିଧା, ସୁବ୍ୟବସ୍ଥିତ ପରିଚାଳନା ସମ୍ପର୍କରେ ଆଲୋଚନା କରାଯାଇଥିଲା।

ମା’ ଭଗବତୀଙ୍କ ପବିତ୍ର ପୀଠକୁ ଏକ ଆଧ୍ୟାତ୍ମିକ ପର୍ଯ୍ୟଟନର ପ୍ରମୁଖ କେନ୍ଦ୍ର ଭାବେ ବିକଶିତ କରିବା ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ।

ଏହି ଅବସରରେ ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂହ, ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର‌ ଅଧ୍ୟକ୍ଷ ମିଟୁ ନାୟକ, ଓବିସିସିର ମୁଖ୍ୟ ମହାପ୍ରବନ୍ଧକ-୨ ଇଂ ଟିକିନା ରାଉତ,ପୂର୍ତ୍ତ ବିଭାଗ ଖୋର୍ଦ୍ଧା ଡ଼ିଭିଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ଶିବଲାଲ୍ ସାହୁ, ବାଣପୁର ତହସିଲଦାର ହରପ୍ରିୟା ମଲ୍ଲିକ, ଖୋର୍ଦ୍ଧାର‌ ଡେପୁଟି ଜିଲ୍ଲାପାଳ ( ଭୂମି ଅଧିଗ୍ରହଣ) ଅନନ୍ୟା ସୃଷ୍ଟି ଶତପଥୀ, ଦକ୍ଷେଶ୍ବର ଓ ମା’ ଭଗବତୀ ଏଣ୍ଡାଉମେଣ୍ଟର କାର୍ଯ୍ୟନିର୍ବାହୀ ଅଧିକାରୀ ବାଳମୁକୁନ୍ଦ ଦାସ, ମନ୍ଦିର ପରିଚାଳନା କମିଟି ସଦସ୍ୟ, ସ୍ଥାନୀୟ ବୁଦ୍ଧିଜୀବୀ ଓ ବିଭାଗୀୟ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ।

ପୃଥ୍ୱୀରାଜ ହରିଚନ୍ଦନ ବାଣପୁର ମନ୍ଦିରର ଉନ୍ନତିକରଣ ମା’ ଭଗବତୀଙ୍କ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ଜିଲ୍ଲାପାଳଙ୍କ ଅଫିସ୍‌ରେ କୀଟନାଶକ ପିଇଲେ ବ୍ୟକ୍ତି

August 12, 2026

ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଶ୍ରମିକ ଆହତ

August 11, 2026

ଛାତ୍ରୀଙ୍କ ମୃତ୍ୟୁକୁ ନେଇ ରାସ୍ତାରେ ଜଳିଲା ଟାୟାର, ଭାପୁରରେ ଉତ୍ତେଜନା

August 11, 2026

ଅର୍ଥ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ପୁଞ୍ଜିବ୍ୟୟ ଆହୁରି ବୃଦ୍ଧି କରିବାକୁ ଦେଲେ ପରାମର୍ଶ

August 11, 2026
Latest News

ଜିଲ୍ଲାପାଳଙ୍କ ଅଫିସ୍‌ରେ କୀଟନାଶକ ପିଇଲେ ବ୍ୟକ୍ତି

August 12, 2026

ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଶ୍ରମିକ ଆହତ

August 11, 2026

ଛାତ୍ରୀଙ୍କ ମୃତ୍ୟୁକୁ ନେଇ ରାସ୍ତାରେ ଜଳିଲା ଟାୟାର, ଭାପୁରରେ ଉତ୍ତେଜନା

August 11, 2026

ଭଗବତୀ ମନ୍ଦିରର ଉନ୍ନତିକରଣ ଉପରେ ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 11, 2026

ଅର୍ଥ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ପୁଞ୍ଜିବ୍ୟୟ ଆହୁରି ବୃଦ୍ଧି କରିବାକୁ ଦେଲେ ପରାମର୍ଶ

August 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.