ବାଣପୁର: ଆଜି ସାରା ଦେଶରେ ୮୦ ତମ ସ୍ଵାଧୀନତା ଦିବସ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀର ଲାଲକିଲ୍ଲାରୁ ସ୍ୱାଧୀନତା ଦିବସ ପାଳନର ନେତୃତ୍ୱ ନେଇଥିଲେ। ସେହିଭଳି ଭୁବନେଶ୍ୱରର ମହାତ୍ମାଗାନ୍ଧୀ ମାର୍ଗରେ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ସାରା ଦେଶର ସ୍କୁଲ କଲେଜରେ ମଧ୍ୟ ସ୍ଵାଧୀନତା ଦିବସ ପାଳନ କରାଯାଉଛି।
ଏହି ପ୍ରରିପ୍ରେକ୍ଷୀରେ ଆଜି ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଶୀତମ ସ୍ବାଧିନତା ଦିବସ ପାଳନ କରାଯାଇଛି। କଲେଜ ଅଧ୍ୟକ୍ଷ ସର୍ବେଶ୍ଵର ଷଡ଼ଙ୍ଗୀ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ସମେତ ଛାତ୍ରୀମାନେ ଯୋଗ ଦେଇଥିଲେ।
ଏହି ଉପଲକ୍ଷେ ଛାତ୍ରୀମାନଙ୍କ ମଧ୍ୟରେ ରଙ୍ଗୋଲି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।


