ଚ଼ିଲିକା: ଆଜି ଚ଼ିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବଡ଼କୂଳ ପାନ୍ଥନିବାସ ଠାରେ ଆୟୋଜିତ ବଡ଼କୂଳର ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’ ରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ ଉପସ୍ଥିତ ନେତୃବୃନ୍ଦ ଓ କାର୍ଯ୍ୟକର୍ତ୍ତାଙ୍କ ସହିତ ସାଂଗଠନିକ କାର୍ଯ୍ୟଧାରା ସମ୍ପର୍କରେ ଆଲୋଚନା କରିଛନ୍ତି।
ସଂଗଠନକୁ ଅଧିକ ସୁଦୃଢ଼ କରି ଭାରତୀୟ ଜନତା ପାର୍ଟିକୁ ଆହୁରି ଶକ୍ତିଶାଳୀ ଭାବେ ଆଗେଇ ନେବା ଆମ ସମସ୍ତଙ୍କର ପ୍ରମୁଖ କର୍ତ୍ତବ୍ୟ। ଏଥିସହ ସରକାରଙ୍କ ବିକାଶମୂଳକ ଓ ଜନକଲ୍ୟାଣକାରୀ ଯୋଜନାର ସୁଫଳ ପ୍ରତ୍ୟେକ ପରିବାର ନିକଟରେ ପହଞ୍ଚାଇବା ଆମର ମୁଖ୍ୟ ଦାୟିତ୍ୱ।ଭାରତୀୟ ଜନତା ପାର୍ଟିର ପ୍ରତ୍ୟେକ କାର୍ଯ୍ୟକର୍ତ୍ତା ଏହି ବିରାଟ ଲକ୍ଷ୍ୟକୁ ସାକାର ରୂପ ଦେବା ଏବଂ ଏକ ସମୃଦ୍ଧ, ବିକଶିତ ଭାରତ ଗଠନ ପାଇଁ ଆଗେଇ ଆସିବା ନିମନ୍ତେ କାର୍ଯ୍ୟକର୍ତ୍ତାଙ୍କୁ ଆହ୍ଵାନ ଦେଇଛନ୍ତି।
ଏହି ଅବସରରେ ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚ଼ନ୍ଦନ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ, ଚ଼ିଲିକା ବ୍ଲକ ସାଂସଦ ପ୍ରତିନିଧି ଦୀନବନ୍ଧୁ ସାହୁ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଦିଲ୍ଲୀପ ମହାନ୍ତି, ବଡ଼କୂଳ ମଣ୍ଡଳ ଭାଜପା ସଭାପତି ପ୍ରଶାନ୍ତ ପ୍ରଧାନଙ୍କ ସମେତ ଦଳର ବରିଷ୍ଠ ନେତୃବୃନ୍ଦ, ପଦାଧିକାରୀ ଓ କାର୍ଯ୍ୟକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।


