Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଦେଶୀ ଛାତ୍ରଛାତ୍ରୀଙ୍କ ପାଇଁ ସୋଆରେ ସ୍ୱତନ୍ତ୍ର ଗ୍ରାଜୁଏସନ୍ ସମାରୋହ
ଆଜିର ଖବର

ବିଦେଶୀ ଛାତ୍ରଛାତ୍ରୀଙ୍କ ପାଇଁ ସୋଆରେ ସ୍ୱତନ୍ତ୍ର ଗ୍ରାଜୁଏସନ୍ ସମାରୋହ

August 25, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଦେଶୀ ଛାତ୍ରଛାତ୍ରୀଙ୍କ ପାଇଁ ସୋଆରେ ସ୍ୱତନ୍ତ୍ର ଗ୍ରାଜୁଏସନ୍ ସମାରୋହ
ବିଦେଶୀ ଛାତ୍ରଛାତ୍ରୀଙ୍କ ପାଇଁ ସୋଆରେ ସ୍ୱତନ୍ତ୍ର ଗ୍ରାଜୁଏସନ୍ ସମାରୋହ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟରେ ବିଭିନ୍ନ ପାଠ୍ୟକ୍ରମରେ ଅଧ୍ୟୟନ କରି ଶିକ୍ଷା ସମାପ୍ତ କରିଥିବା ୪୬ ଜଣ ବିଦେଶୀ ଛାତ୍ରଛାତ୍ରୀଙ୍କୁ ମଙ୍ଗଳବାର ଏକ ବିଶେଷ କାର୍ଯ୍ୟକ୍ରମରେ ଡିଗ୍ରୀ ପ୍ରଦାନ କରାଯାଇଛି।

ପନ୍ଦରଟି ବିଭିନ୍ନ ଦେଶରୁ ଆସିଥିବା ଏହି ଛାତ୍ରଛାତ୍ରୀମାନେ ବି.ଟେକ୍‌, ଏମ.ଟେକ୍‌, ବି.ଫାର୍ମ, ବି.ଏସ.ସି (କୃଷି), ବିବିଏ, ମାଷ୍ଟର ଇନ୍ ହସ୍ପିଟାଲ ଆଡମିନିଷ୍ଟ୍ରେସନ ଓ ବି.ଏସ.ସି (ଅପଟୋମେଟ୍ରି) ପାଠ୍ୟକ୍ରମର ଅନ୍ତଭୁର୍କ୍ତ ଥିଲେ।

ଏହି କାର୍ଯ୍ୟକ୍ରମରେ ଇଟଂରନ୍ୟାସନାଲ ଟ୍ରିବ୍ୟୁନାଲ ଫର ଦ ଲ ଅଫ ଦ ସି, ହାମବର୍ଗର ବିଚାରପତି ପ୍ରଫେସର ମରିସ କାମଗା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଦେଶୀ ଛାତ୍ରଛାତ୍ରୀମାନଙ୍କ ସଫଳତା ନିମନ୍ତେ ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ। ତାଙ୍କ ନିଜ ଦେଶ କ୍ୟାମେରୁନ୍‌ର ଛାତ୍ରଛାତ୍ରୀମାନେ ମଧ୍ୟ ଏହି ସଫଳତା ଲାଭ କରିଥିବାରୁ ସେ ଆନନ୍ଦ ପ୍ରକାଶ କରିଥିଲେ। ସୋଆ ସହିତ କ୍ୟାମେରୁନ୍‌ର ହାନସିଆଟିକ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକନୋଲୋଜି ଆଣ୍ଡ ଆପ୍ଳାଇଡ୍ ସାଇନସେସର ଉଚ୍ଚ ଶିକ୍ଷାରେ ସହଯୋଗ ନିମନ୍ତେ ଏକ ବୁଝାମଣା ସ୍ୱାକ୍ଷରିତ ହୋଇଥିବା ସେ ପ୍ରକାଶ କରିଥିଲେ।
ପ୍ରଫେସର କାମଗାଙ୍କ ପତ୍ନୀ ଜିନି କାମଗା ଯିଏ କି ଦ ହେଗ ସ୍ଥିତ ଇଟଂରନ୍ୟାସନାଲ କୋର୍ଟ ଅଫ୍ ଜଷ୍ଟିସ୍‌ରେ କାର୍ଯ୍ୟରତ ସେ ମଧ୍ୟ ଉତ୍ସବରେ ଉପସ୍ଥିତ ଥିଲେ।

ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଛାତ୍ରଛାତ୍ରୀମାନଙ୍କୁ ଡିଗ୍ରୀ ପ୍ରଦାନ କରିବା ସହ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ସେ କହିଥିଲେ ଯେ ଏହି ଛାତ୍ରଛାତ୍ରୀମାନେ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ ର‌୍ୟାଙ୍କିଙ୍ଗ ଫ୍ରେକ୍‌ୱାକ୍ (ଏନଆଇଆରଏଫ୍‌) ର‌୍ୟାଙ୍କିଙ୍ଗ୍ ଅନୁଯାୟୀ ଭାରତର ୧୫ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟରୁ ଡିଗ୍ରୀ ହାସଲ କରିଥିବାରୁ ଗର୍ବିତ ହେବା ଆବଶ୍ୟକ।

ଏହି କାର୍ଯ୍ୟକ୍ରମରେ ଉପକୁଳପତି ପ୍ରଫେସର ଅନୁପ କୁମାର ସାମନ୍ତରାୟ, ପ୍ରଫେସର ପ୍ରଶାନ୍ତ କୁମାର ପାତ୍ର ଓ ପ୍ରଫେସର (ଡ) ନୀତା ମହାନ୍ତି, କଂଟ୍ରୋଲର ଅଫ୍ ଏଗଜାମିନେସନ ପ୍ରଫେସର ମଞ୍ଜୁଳା ଦାସ, ୟୁନିଭର୍ସିଟି ଆଉଟ୍‌ରିଚ ପ୍ରୋଗ୍ରାମ ଓ ଇଂଟରନ୍ୟାସନାଲ ରିଲେନ୍ସ ନିର୍ଦ୍ଦେଶକ ପ୍ରଫେସର ନଚିକେତା କେ. ଶର୍ମା ଓ ସୋଆ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଂଜନ ଦାସ ଉପସ୍ଥିତ ଥିଲେ।

ବିଦେଶୀ ଛାତ୍ରଛାତ୍ରୀ ସୋଆ ସ୍ୱତନ୍ତ୍ର ଗ୍ରାଜୁଏସନ୍ ସମାରୋହ
Share. Facebook Twitter LinkedIn Email WhatsApp Copy Link

Related Posts

ନୟାଗଡ଼ ଡାଏଟ ପରିଦର୍ଶନ କଲେ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶିକା

August 25, 2026

କ୍ରିତି ସାନନଙ୍କୁ ସମର୍ଥନ କଲେ ରାହୁଲ ଗାନ୍ଧୀ: ଜାଣନ୍ତୁ କ’ଣ କହିଲେ କଂଗ୍ରେସ ନେତା?

August 25, 2026

ରକ୍ତ ଭଣ୍ଡାର କାର୍ଯ୍ୟକ୍ଷମ ଦାବିରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ଧାରଣା

August 25, 2026

ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ଯୋଗ ଦେଲେ ଅନୁଗୁ ଶିବା ମାରୁତି ରେଡ୍ଡୀ

August 25, 2026
Latest News

ବିଦେଶୀ ଛାତ୍ରଛାତ୍ରୀଙ୍କ ପାଇଁ ସୋଆରେ ସ୍ୱତନ୍ତ୍ର ଗ୍ରାଜୁଏସନ୍ ସମାରୋହ

August 25, 2026

ନୟାଗଡ଼ ଡାଏଟ ପରିଦର୍ଶନ କଲେ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶିକା

August 25, 2026

କ୍ରିତି ସାନନଙ୍କୁ ସମର୍ଥନ କଲେ ରାହୁଲ ଗାନ୍ଧୀ: ଜାଣନ୍ତୁ କ’ଣ କହିଲେ କଂଗ୍ରେସ ନେତା?

August 25, 2026

ରକ୍ତ ଭଣ୍ଡାର କାର୍ଯ୍ୟକ୍ଷମ ଦାବିରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ଧାରଣା

August 25, 2026

ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ଯୋଗ ଦେଲେ ଅନୁଗୁ ଶିବା ମାରୁତି ରେଡ୍ଡୀ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.