Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ବର୍ଷା ଓ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ
ଆଜିର ଖବର

ରାଜ୍ୟରେ ବର୍ଷା ଓ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ

August 25, 2026No Comments3 Mins Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟରେ ବର୍ଷା ଓ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ
ରାଜ୍ୟରେ ବର୍ଷା ଓ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ

ଭୁବନେଶ୍ୱର: ରାଜ୍ୟରେ ଲଘୁଚାପଜନିତ ବର୍ଷା ଓ କେତେକ ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପରେ ସ୍ପେଶାଲ ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ତଥା ରାଜ୍ୟ ଜରୁରୀକାଳୀନ ପରିଚାଳନା କେନ୍ଦ୍ର ପକ୍ଷରୁ ୨୪ ଘଣ୍ଟିଆ ନଜର ରଖାଯାଇଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ସଂଲଗ୍ନ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ଅଞ୍ଚଳ ଉପରେ ରହିଥିବା ଲଘୁଚାପ କ୍ଷେତ୍ର ସମାନ ଅଞ୍ଚଳରେ ସକ୍ରିୟ ରହିଛି। ଏହା ସହିତ ସଂପୃକ୍ତ ଘୂର୍ଣ୍ଣିବଳୟ ପ୍ରବାହ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି।

ଆସନ୍ତା ୨୪ ଘଣ୍ଟାରେ ଏହି ପ୍ରଣାଳୀ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା ଦେଇ ପ୍ରାୟ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଆଜି ରାଜ୍ୟର କେତେକ ଜିଲ୍ଲାରେ ବଜ୍ରପାତ ସହ ଘଡ଼ଘଡ଼ି ଏବଂ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଛି। ଏଥିପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲା ପ୍ରଶାସନକୁ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୧୭.୫ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଦେବଗଡ଼ ଜିଲ୍ଲାର ବାରକୋଟ ବ୍ଲକରେ ସର୍ବାଧିକ ୧୬୨.୨ ମିଲିମିଟର ବର୍ଷା ହୋଇଛି। ଚାରିଟି ବ୍ଲକରେ ୧୦୦ ମିଲିମିଟରରୁ ଅଧିକ ଏବଂ ୯ଟି ବ୍ଲକ ଓ ଗୋଟିଏ ପୌରାଞ୍ଚଳରେ ୫୦ରୁ ୧୦୦ ମିଲିମିଟର ବର୍ଷା ରେକର୍ଡ ହୋଇଛି।

ଅଗଷ୍ଟ ୧ରୁ ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମୁଦାୟ ବର୍ଷା ୩୪୪.୪ ମିଲିମିଟର ରହିଥିବା ବେଳେ ସ୍ୱାଭାବିକ ବର୍ଷା ୨୮୭.୧ ମିଲିମିଟର ତୁଳନାରେ ଏହା ୨୦ ପ୍ରତିଶତ ଅଧିକ। ଜୁନ୍ ୧ରୁ ଅଗଷ୍ଟ ୨୫ ପର୍ଯ୍ୟନ୍ତ ସମୁଦାୟ ବର୍ଷା ୧୧୦୦.୬ ମିଲିମିଟର ହୋଇଥିବା ବେଳେ ସ୍ୱାଭାବିକ ୮୩୧.୫ ମିଲିମିଟର ତୁଳନାରେ ୩୨.୪ ପ୍ରତିଶତ ଅଧିକ ରହିଛି। ବର୍ତ୍ତମାନ ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର କେତେକ ଅଞ୍ଚଳ ବନ୍ୟା ପ୍ରଭାବିତ ହୋଇଛି। ଭଦ୍ରକ ଜିଲ୍ଲାର ତିହିଡ଼ି ଓ ଚାନ୍ଦବାଲି ବ୍ଲକର ୧୮ଟି ଗ୍ରାମ ପଞ୍ଚାୟତ ଅଧୀନ ୭୦ଟି ଗ୍ରାମର ୭୫,୪୩୨ ଜଣ ଲୋକ ପ୍ରଭାବିତ ହୋଇଛନ୍ତି।

ଯାଜପୁର ଜିଲ୍ଲାର ବରୀ, ବିଞ୍ଝାରପୁର ଓ ଦଶରଥପୁର ବ୍ଲକର ୧୫ଟି ଗ୍ରାମ ପଞ୍ଚାୟତ ଅଧୀନ ୪୧ଟି ଗ୍ରାମର ୨୧,୦୧୦ ଜଣ ଲୋକ ପ୍ରଭାବିତ ହୋଇଥିବା ବେଳେ ୬୭ଟି ରିଲିଫ୍ କ୍ୟାମ୍ପ ଚାଲୁ ରହିଛି। କେନ୍ଦ୍ରାପଡ଼ା ଜିଲ୍ଲାର ୫ଟି ବ୍ଲକ, ଗୋଟିଏ ପୌରାଞ୍ଚଳ, ୧୧ଟି ୱାର୍ଡ, ୩୫ଟି ଗ୍ରାମ ପଞ୍ଚାୟତ ଓ ୬୪ଟି ଗ୍ରାମର ୫,୪୭୫ ଜଣ ଲୋକ ପ୍ରଭାବିତ ହୋଇଛନ୍ତି। ସେଠାରେ ୧୩ଟି ରିଲିଫ୍ କ୍ୟାମ୍ପ ଚାଲୁ ରହିଛି। ଅତ୍ୟଧିକ ବର୍ଷା ଯୋଗୁଁ କେନ୍ଦୁଝର, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କେତେକ ଅଞ୍ଚଳ ମଧ୍ୟ ପ୍ରଭାବିତ ହୋଇଛି। ନବରଙ୍ଗପୁର ଜିଲ୍ଲାର ୯ଟି ବ୍ଲକ୍ ପ୍ରଭାବିତ ହୋଇଥିବା ବେଳେ ୧,୬୨୨ ଜଣଙ୍କୁ ସ୍ଥାନାନ୍ତର କରାଯାଇ ରିଲିଫ୍ କ୍ୟାମ୍ପରେ ରଖାଯାଇଛି। କୋରାପୁଟରେ ୬୬୦ ଜଣଙ୍କୁ ସ୍ଥାନାନ୍ତର କରାଯାଇଛି।

ପ୍ରଭାବିତ ଅଞ୍ଚଳରେ ତ୍ୱରିତ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ପାଇଁ ମୋଟ ୭୯ଟି ଉଦ୍ଧାରକାରୀ ଦଳ ନିୟୋଜିତ ହୋଇଛନ୍ତି। ଏଥିରେ ୨୮ଟି ଓଡ୍ରାଫ୍ ଟିମ୍‌, ୧ଟି ଏନ୍‌ଡିଆରଏଫ୍ ଟିମ୍ ଏବଂ ୫୦ଟି ଅଗ୍ନିଶମ ଓ ଜରୁରୀକାଳୀନ ସେବା ଟିମ୍ ସାମିଲ ଅଛନ୍ତି। ବନ୍ୟା ପ୍ରଭାବିତ ଅଞ୍ଚଳରେ ରିଲିଫ୍ କ୍ୟାମ୍ପ ପରିଚାଳନା ଓ ଅନ୍ୟାନ୍ୟ ଜରୁରୀ ପ୍ରତିକ୍ରିୟାମୂଳକ କାର୍ଯ୍ୟ ପାଇଁ ଏସ୍‌ଡିଆର୍‌ଏଫ୍‌ରୁ ବିଭିନ୍ନ ପର୍ଯ୍ୟାୟରେ ମୋଟ ୧୭୦.୩୦ କୋଟି ଟଙ୍କା ପ୍ରଦାନ କରାଯାଇଛି। ଏହାଛଡ଼ା ପ୍ରଭାବିତ ଜିଲ୍ଲାଗୁଡ଼ିକୁ ପଲିଥିନ୍ ପ୍ୟାକେଟ୍ ଓ ଗୋଖାଦ୍ୟ ଯୋଗାଣ କରାଯାଇଛି। ମୋଟ ୧,୩୫,୭୨୫ଟି ପଲିଥିନ୍ ପ୍ୟାକେଟ୍ ଏବଂ ୧୫୮୭.୫୬ ମେଟ୍ରିକ୍ ଟନ୍ ଗୋଖାଦ୍ୟ ଯୋଗାଣ ହୋଇଛି।

ଜିଲ୍ଲା ପ୍ରଶାସନଗୁଡ଼ିକୁ ସମ୍ଭାବ୍ୟ ପରିସ୍ଥିତି ମୁକାବିଲା ପାଇଁ ପ୍ରସ୍ତୁତ ରହିବା, ତଳିଆ ଅଞ୍ଚଳରେ ଜଳବନ୍ଦୀ ଓ ସ୍ଥାନୀୟ ବନ୍ୟା ପରିସ୍ଥିତିର ମୁକାବିଲା, ରାସ୍ତା ଓ ଅଣ୍ଡରପାସ୍‌ର ସ୍ଥିତି ଉପରେ ନଜର ରଖିବା, ଦୁର୍ବଳ କୋଠା ଓ କଚ୍ଚା ରାସ୍ତାର ସମ୍ଭାବ୍ୟ କ୍ଷୟକ୍ଷତି ପ୍ରତି ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି। ବଜ୍ରପାତ ସମୟରେ ଲୋକମାନେ ସୁରକ୍ଷିତ ଆଶ୍ରୟ ନେବା ସହ ପାଣିପାଗ ସମ୍ପର୍କିତ ସୂଚନା ଉପରେ ନଜର ରଖିବାକୁ ମଧ୍ୟ ଅନୁରୋଧ କରାଯାଇଛି।

ଅଗ୍ନିଶମ ବାହିନୀ ଟିମ୍ ଏନ୍‌ଡିଆରଏଫ୍ ଓଡ୍ରାଫ୍
Share. Facebook Twitter LinkedIn Email WhatsApp Copy Link

Related Posts

ବିସ୍ଥାପିତଙ୍କ ପୁନର୍ବାସ ଅନୁଦାନ ବଢ଼ିଲା: ୨୦୨୬-୨୮ ପାଇଁ ନୂଆ ହାର ଘୋଷଣା

August 25, 2026

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

August 25, 2026

ଆଇଏଏସ୍‌ ସ୍ତରରେ ବଡ଼ ଅଦଳବଦଳ, କାହାକୁ ମିଳିଲା କେଉଁ ଦାୟିତ୍ୱ?

August 25, 2026

ସେପ୍ଟେମ୍ବର ୨୨ରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ

August 25, 2026
Latest News

ରାଜ୍ୟରେ ବର୍ଷା ଓ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ

August 25, 2026

ବିସ୍ଥାପିତଙ୍କ ପୁନର୍ବାସ ଅନୁଦାନ ବଢ଼ିଲା: ୨୦୨୬-୨୮ ପାଇଁ ନୂଆ ହାର ଘୋଷଣା

August 25, 2026

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

August 25, 2026

ଆଇଏଏସ୍‌ ସ୍ତରରେ ବଡ଼ ଅଦଳବଦଳ, କାହାକୁ ମିଳିଲା କେଉଁ ଦାୟିତ୍ୱ?

August 25, 2026

ସେପ୍ଟେମ୍ବର ୨୨ରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.