Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ ସେପ୍ଟେମ୍ବର ୨ରୁ ପ୍ରଥମ ପର୍ଯ୍ୟାୟ ଯାତ୍ରା ଆରମ୍ଭ
ଆଜିର ଖବର

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ ସେପ୍ଟେମ୍ବର ୨ରୁ ପ୍ରଥମ ପର୍ଯ୍ୟାୟ ଯାତ୍ରା ଆରମ୍ଭ

August 26, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ ସେପ୍ଟେମ୍ବର ୨ରୁ ପ୍ରଥମ ପର୍ଯ୍ୟାୟ ଯାତ୍ରା ଆରମ୍ଭ

ଭୁବନେଶ୍ୱର: ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରାଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସର୍କିଟ ହାଉସ୍ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଚଳିତ ଆର୍ôଥକ ବର୍ଷର ପ୍ରଥମ ପର୍ଯ୍ୟାୟରେ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଢେଙ୍କାନାଳ ଜିଲ୍ଲାର ୭୭୫ ଜଣ ତୀର୍ଥଯାତ୍ରୀ ଆସନ୍ତା ସେପ୍ଟେମ୍ବର ୨ ତାରିଖରେ ଭୁବନେଶ୍ୱରରୁ ସ୍ୱତନ୍ତ୍ର ଟ୍ରେନ୍‌ରେ ବାରାଣସୀ-ଅଯୋଧ୍ୟା ଯାତ୍ରା କରିବେ। ସେମାନେ ତୀର୍ଥ ସାରି ସେପ୍ଟେମ୍ବର ୭ ତାରିଖରେ ଭୁବନେଶ୍ୱରରେ ପହଞ୍ଚିବେ। ସେମାନଙ୍କୁ ସହଯୋଗ କରିବାକୁ ୨୫ ଜଣ ଅଧିକାରୀ ମଧ୍ୟ ଯାତ୍ରା କରିବେ।

ଏହି ପ୍ରଥମ ପର୍ଯ୍ୟାୟ ଯାତ୍ରାରେ ଖୋର୍ଦ୍ଧା ଜିଲ୍ଲାର ୧୬୯ ଜଣ, ପୁରୀରୁ ୧୨୭, କଟକରୁ ୧୯୭, ଜଗତସିଂହପୁର ଜିଲ୍ଲାରୁ ୮୫, କେନ୍ଦ୍ରାପଡ଼ାରୁ ୧୦୮ ଓ ଢେଙ୍କାନାଳ ଜିଲ୍ଲାରୁ ୮୯ ଜଣ ତୀର୍ଥଯାତ୍ରୀ ଅଂଶଗ୍ରହଣ କରିବେ। ରାଜ୍ୟ ସରକାରଙ୍କ ଏହି ଯୋଜନା ମାଧ୍ୟମରେ ଆର୍ôଥକ ସ୍ୱଚ୍ଛଳତା ନଥିବା ବରିଷ୍ଠ ନାଗରିକମାନେ ବିନା ମୂଲ୍ୟରେ ବିଭିନ୍ନ ତୀର୍ଥସ୍ଥଳ ଭ୍ରମଣ କରିବାର ସୁଯୋଗ ପାଉଛନ୍ତି। ଆସନ୍ତା ସେପ୍ଟେମ୍ବର ୧ ତାରିଖରେ ସମ୍ପୃକ୍ତ ଜିଲ୍ଲାଗୁଡ଼ିକରୁ ସ୍ୱତନ୍ତ୍ର ବସ୍ ଦ୍ୱାରା ତୀର୍ଥଯାତ୍ରୀମାନେ ଭୁବନେଶ୍ୱରରେ ପହଞ୍ଚିବା ପରେ ସେମାନଙ୍କୁ ଆତିଥେୟତା ପ୍ରଦାନ କରାଯିବ। ଏଥିନିମନ୍ତେ କ୍ୟାପିଟାଲ ହାଇସ୍କୁଲ, ଭାରତ ସ୍କାଉଟ୍ ଓ ଗାଇଡ୍‌, ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ଓ ଭୀମ ଭୋଇ ଦୃଷ୍ଟିବାଧିତ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ରହିବା, ସୁରକ୍ଷା, ଖାଦ୍ୟପେୟ ଓ ଭଜନ କାର୍ଯ୍ୟକ୍ରମର ବ୍ୟାପକ ବନ୍ଦୋବସ୍ତ କରାଯିବ। ସ୍ୱତନ୍ତ୍ର ଅଧିକାରୀମାନେ ଉପସ୍ଥିତ ରହି ଏହି ପ୍ରକ୍ରିୟାର ଯାଞ୍ଚ କରିବେ। ଏଥିପାଇଁ ଆବଶ୍ୟକୀୟ ବ୍ୟବସ୍ଥା କରିବା ସହ ଅଧିକାରୀମାନେ ଉପସ୍ଥିତ ରହି ସୁଚାରୁ ରୂପେ ଦାୟିତ୍ୱ ସମ୍ପାଦନ କରିବାକୁ ଶ୍ରୀ ବେଉରା ପରାମର୍ଶ ଦେଇଛନ୍ତି।

ଏହି ବୈଠକରେ ପରିମଳ, ଖାଦ୍ୟ, ପାନୀୟ, ଅଗ୍ନି ନିରାପତ୍ତା ଓ ସୁରକ୍ଷା ଆଦି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ଏହି ଅବସରରେ ଭୁବନେଶ୍ୱର ଉପ-ଜିଲ୍ଲାପାଳ ଡକ୍ଟର ମନୋରଞ୍ଜନ ସାହୁ, ପର୍ଯ୍ୟଟନ ସହ-ନିର୍ଦ୍ଦେଶକ ଅଞ୍ଜନ କୁମାର ବାରିକ, ବିଭିନ୍ନ ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡିଓ) ଓ ତହସିଲଦାର, ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ, ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ସ୍ୱେଚ୍ଛାସେବୀ ସଂସ୍ଥାର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।

ପ୍ରସ୍ତୁତି ବୈଠକ ବରିଷ୍ଠ ନାଗରିକ ତୀର୍ଥଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀମାନଙ୍କୁ ପେନସନ୍ ଦାବିରେ ଗାନ୍ଧିମାର୍ଗରେ ଗଣଧାରଣା ଜାରୀ

August 26, 2026

ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବମାନଙ୍କର ଜାତୀୟ ସମ୍ମିଳନୀ

August 26, 2026

ରାକ୍ଷୀପୂର୍ଣ୍ଣିମା ପୂର୍ବରୁ ଆଖିବୁଜିଲେ ଭାଇ-ଭଉଣୀ: ସାପ କାମୁଡ଼ାରେ ୪ ମୃତ

August 26, 2026

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର କାର୍ଯ୍ୟ ଅଗ୍ରଗତି ସମୀକ୍ଷା

August 26, 2026
Latest News

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ ସେପ୍ଟେମ୍ବର ୨ରୁ ପ୍ରଥମ ପର୍ଯ୍ୟାୟ ଯାତ୍ରା ଆରମ୍ଭ

August 26, 2026

ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀମାନଙ୍କୁ ପେନସନ୍ ଦାବିରେ ଗାନ୍ଧିମାର୍ଗରେ ଗଣଧାରଣା ଜାରୀ

August 26, 2026

ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବମାନଙ୍କର ଜାତୀୟ ସମ୍ମିଳନୀ

August 26, 2026

ରାକ୍ଷୀପୂର୍ଣ୍ଣିମା ପୂର୍ବରୁ ଆଖିବୁଜିଲେ ଭାଇ-ଭଉଣୀ: ସାପ କାମୁଡ଼ାରେ ୪ ମୃତ

August 26, 2026

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର କାର୍ଯ୍ୟ ଅଗ୍ରଗତି ସମୀକ୍ଷା

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.