Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି
ଆଜିର ଖବର

କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

August 28, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି
କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

ଖୋରଧା: ବିଶିଷ୍ଟ କ୍ରୀଡ଼ା ନାୟକ, କ୍ରୀଡ଼ା ଜଗତର ଉଜ୍ଜ୍ୱଳ ତାରକା ତଥା ହକି ଜାଦୁଗର ମେଜର ଧ୍ୟାନଚାନ୍ଦଙ୍କ ଉଦ୍ଦେଶ୍ୟରେ ଭାରତ ସରକାରଙ୍କ ପକ୍ଷରୁ ପାଳନ କରାଯାଉଥିବା ଆଜି ଠାରୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଜାତୀୟ କ୍ରୀଡ଼ା ଦିବସ ଉପଲକ୍ଷେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଜୟୀ ରାଜଗୁରୁ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ପ୍ରତାପ ଚନ୍ଦ୍ର ବେଉରା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜାତୀୟ କ୍ରୀଡା ଦିବସ ପାଳନରେ ସ୍ବର୍ଗତ ଧ୍ୟାନଚାନ୍ଦଙ୍କ ଫଟୋ ଚିତ୍ରରେ ପୁଷ୍ପାର୍ଘ୍ଷ ପୂର୍ବକ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି ଶ୍ରଦ୍ଧାଞ୍ଜଳି ସଭାରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, ଜ୍ୟୋତି ଶଙ୍କର ସାହୁ, ଡେପୁଟୀ କଲେକ୍ଟର ଆର୍ତ୍ତତ୍ରାଣ ମଲ୍ଲିକ, ଡେପୁଟି କଲେକ୍ଟର ଅନନ୍ୟା ସୃଷ୍ଟି ଶତପଥୀ, ଜିଲ୍ଲା କ୍ରୀଡ଼ା ଅଧିକାରୀ ଗୀତାଞ୍ଜଳି ପଣ୍ଡା ମଞ୍ଚାସିନ ଥିଲେ।

ସଭାପତି ଭାଷଣରେ ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ପ୍ରତାପ ଚନ୍ଦ୍ର ବେଉରା କହିଲେ ଯେ ସ୍ବର୍ଗତ ଧ୍ୟାନଚାନ୍ଦ ସୈନ୍ୟ ବାହିନୀରେ ଚାକିରି କରି ଥିଲେ ମଧ୍ୟ ରାତିରେ ଚନ୍ଦ୍ର ଆଲୋକରେ ନିଜର ହକି କ୍ରୀଡ଼ା ଅଭ୍ୟାସ କରି ଜଣେ ଉଦୀୟମାନ ହକି ଖେଳାଳି ଯାହା ତାଙ୍କୁ ଧ୍ୟାନ ସିଂ ରୁ ଧ୍ୟାନଚାନ୍ଦ ନାମ ପରିବର୍ତ୍ତନ ଓ ହକି ଯାଦୁଗର ରେ ସମ୍ମାନିତ କରିଥିଲା। ଆଜି ଭାରତର ଜାତୀୟ କ୍ରୀଡା ହକି ଥିବା ବେଳେ ସମସ୍ତେ ଧ୍ୟାନଚାନ୍ଦଙ୍କ ଆଦର୍ଶରେ ଅନୁପ୍ରାଣୀତ ହୋଇ ନିଜ ଶରୀର ସୁସ୍ଥ ଓ ନିରାମୟ ରଖିବା ପାଇଁ କ୍ରୀଡ଼ା ଅଭ୍ୟାସ କରି ଅନ୍ୟକୁ ପ୍ରେରଣା ଦେବାକୁ ଶ୍ରୀ ବେଉରା ଆହ୍ଵାନ ଦେଇଥିଲେ।

ସେହିପରି ସମ୍ମାନିତ ଅତିଥି ଭାବେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଜ୍ୟୋତି ଶଙ୍କର ସାହୁ ଯୋଗଦେଇ ଧ୍ୟାନଚାନ୍ଦଙ୍କ ସଫଳ କ୍ରୀଡ଼ା ବିତ୍ ବ୍ୟକ୍ତିତ୍ୱର ଆଲୋକ ପାତ କରିଥିଲେ। ଜିଲ୍ଲା କ୍ରୀଡ଼ା ଅଧିକାରୀ ଦିବସ ପାଳନ ର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଡେପୁଟି କଲେକ୍ଟର ଆର୍ତ୍ତ ତ୍ରାଣ ମଲ୍ଲିକ କ୍ରୀଡ଼ା ମୂଲ୍ୟବୋଧର ଶପଥ ପାଠ କରାଇଥିଲେ ଏବଂ ଡେପୁଟି କଲେକ୍ଟର ସୁଶ୍ରୀ ଅନନ୍ୟା ସୃଷ୍ଟି ଶତପଥୀ ଧନ୍ୟବାଦ ପ୍ରଦାନ କରିଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ କୁସୁମ କୁମାରୀ ପ୍ରହରାଜ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ, ବାଣିଶ୍ରୀ ପଟ୍ଟନାୟକ, ଜିଲ୍ଲା ସମାଜ ସୁରକ୍ଷା ଅଧିକାରୀ ଦିଲ୍ଲୀପ କୁମାର ହିଆଲ୍, ଆସିଷ୍ଟାଣ୍ଟ କଲେକ୍ଟର ଭୁବନେଶ୍ଵରୀ କଅଁର, ଇପ୍ସିତା ସାହୁ, ନିଜାରତ ଅଧିକାରୀ ରିଶବ ତ୍ରିପାଠୀ, ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ,ଡି ଇ ଜି ଏମ ମାନସ କୁମାର ବ୍ରହ୍ମା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା ଙ୍କ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ର ଅଧିକାରୀ ଓ କର୍ମଚାରୀ ବୃନ୍ଦ ଯୋଗଦେଇଥିଲେ।

କ୍ରୀଡ଼ା ଜଗତ ଜାତୀୟ କ୍ରୀଡା ଦିବସ -୨୦୨୬ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି ମେଜର ଧ୍ୟାନଚାନ୍ଦ ହକି ତାରକା
Share. Facebook Twitter LinkedIn Email WhatsApp Copy Link

Related Posts

ଖୋରଧା ବ୍ଲକ୍ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

August 28, 2026

ସମ୍ ହସ୍ପିଟାଲ କ୍ୟାମ୍ପସ-୨ର ଅତ୍ୟାଧୁନିକ ଚିକିତ୍ସା ସେବା ଯୋଗୁଁ ଜୀବନ ଫେରି ପାଇଲେ ମହିଳା

August 28, 2026

୮ ହଜାରରୁ ଊର୍ଦ୍ଧ୍ୱ ଇଞ୍ଜିନିୟରିଂ ଛାତ୍ରଛାତ୍ରୀଙ୍କୁ ତାଲିମ ଦେଲା ସିଟିଟିସି ଭୁବନେଶ୍ୱର

August 28, 2026

ଉଚ୍ଚସ୍ତରୀୟ ଟାସ୍କଫୋର୍ସ ପକ୍ଷରୁ ସରକାରୀ ପରୀକ୍ଷା ସଂସ୍କାର ପାଇଁ ପରାମର୍ଶ ଆହ୍ୱାନ

August 28, 2026
Latest News

କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

August 28, 2026

ଖୋରଧା ବ୍ଲକ୍ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

August 28, 2026

ସମ୍ ହସ୍ପିଟାଲ କ୍ୟାମ୍ପସ-୨ର ଅତ୍ୟାଧୁନିକ ଚିକିତ୍ସା ସେବା ଯୋଗୁଁ ଜୀବନ ଫେରି ପାଇଲେ ମହିଳା

August 28, 2026

୮ ହଜାରରୁ ଊର୍ଦ୍ଧ୍ୱ ଇଞ୍ଜିନିୟରିଂ ଛାତ୍ରଛାତ୍ରୀଙ୍କୁ ତାଲିମ ଦେଲା ସିଟିଟିସି ଭୁବନେଶ୍ୱର

August 28, 2026

ଉଚ୍ଚସ୍ତରୀୟ ଟାସ୍କଫୋର୍ସ ପକ୍ଷରୁ ସରକାରୀ ପରୀକ୍ଷା ସଂସ୍କାର ପାଇଁ ପରାମର୍ଶ ଆହ୍ୱାନ

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.