ଖୋର୍ଦ୍ଧା: ଖୋର୍ଦ୍ଧା ପଞ୍ଚାୟତ ସମିତିର ଏକ ସାଧାରଣ ବୈଠକ ଆଜି ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମୟୀ ପ୍ରିୟଦର୍ଶିନୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି।
ବୈଠକରେ ଖୋର୍ଦ୍ଧା ବିଧାୟକ-ତଥା-DPC ଅଧ୍ୟକ୍ଷ ପ୍ରଶାନ୍ତ କୁମାର ଜଗଦ୍ଦେବ, ଜଟଣୀ ବିଧାୟକ ବିଭୂତି ଭୂଷଣ ବଳବନ୍ତରାୟ ଏବଂ ପଞ୍ଚାୟତ ସମିତି ଉପାଧ୍ୟକ୍ଷ ପ୍ରକାଶ ସାମନ୍ତରାୟ ଯୋଗଦେଇଥିଲେ।
ବୈଠକରେ ଖୋର୍ଦ୍ଧା ବ୍ଲକର ବିଭିନ୍ନ ବିକାଶମୂଳକ କାର୍ଯ୍ୟ, ସରକାରୀ ଯୋଜନାର ପ୍ରଗତି, ଲୋକଙ୍କ ସମସ୍ୟା ଏବଂ ବିଭିନ୍ନ ବିଭାଗର କାର୍ଯ୍ୟକଳାପ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ଜନସାଧାରଣଙ୍କ ନିକଟରେ ସରକାରୀ ଯୋଜନାର ସୁଫଳ ପହଞ୍ଚାଇବା ସହିତ ବିକାଶ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା।
ବୈଠକରେ ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟର ଅଧିକାରୀ, ପଞ୍ଚାୟତ ସମିତି ସଦସ୍ୟ, ସରପଞ୍ଚ ଏବଂ ଅନ୍ୟାନ୍ୟ ଜନପ୍ରତିନିଧି ଓ ଅଧିକାରୀମାନେ ଉପସ୍ଥିତ ଥିଲେ।


