Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଖେଳ»୨୦୧୭ର ପ୍ରତିଶୋଧ ୨୦୧୯ରେ : ପ୍ରଥମ ଭାରତୀୟ ଭାବରେ ସିନ୍ଧୁଙ୍କୁ ବିଶ୍ବ ଚାମ୍ପିୟନ୍‌ସିପ୍‌ ଟାଇଟଲ୍‌
ଖେଳ

୨୦୧୭ର ପ୍ରତିଶୋଧ ୨୦୧୯ରେ : ପ୍ରଥମ ଭାରତୀୟ ଭାବରେ ସିନ୍ଧୁଙ୍କୁ ବିଶ୍ବ ଚାମ୍ପିୟନ୍‌ସିପ୍‌ ଟାଇଟଲ୍‌

August 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
pv sindhu
ମାଲେସିଆ ଓପନ୍ ସୁପର ବ୍ୟାଡମିଣ୍ଟନ୍ ଟୁର୍ଣ୍ଣାମେଣ୍ଟ: ଦ୍ୱିତୀୟ ରାଉଣ୍ଡରେ ପହଞ୍ଚିଲେ ଭାରତର ପିଭି ସିନ୍ଧୁ

ସମୀକ୍ଷା ବ୍ୟୁରୋ

ଭାରତୀୟ ବ୍ୟାଡମିଣ୍ଟନ ଷ୍ଟାର ପିଭି ସିନ୍ଧୁ ବିଡବ୍ଲ୍ୟୁଏଫ୍‌ ବ୍ୟାଡମିଣ୍ଟନ ଚାମ୍ପିୟନ୍‌ସିପ୍‌ ହାସଲ କରିଛନ୍ତି। ଜାପାନର ନୋଜୋମି ଓକୁହାରାଙ୍କୁ ସିଧାସଳଖ ସେଟ୍‌ରେ ପରାସ୍ତ କରି ସିନ୍ଧୁ ପ୍ରଥମ ଥର ବିଶ୍ବ ଚାମ୍ପିୟନ୍‌ସିପ୍‌ ହାସଲ କରିଛନ୍ତି। ଓକୁହାରାଙ୍କୁ ସିଧାସଳଖ ସେଟ୍‌ ୨୧-୭, ୨୧-୭ରେ ପରାସ୍ତ କରି ଚାମ୍ପିୟନ୍‌ ଆଖ୍ୟା ଅର୍ଜନ କରିଛନ୍ତି ସିନ୍ଧୁ। ଏହି ବିଜୟ ସହିତ ୨୦୧୭ ବିଶ୍ବ ଚାମ୍ପିୟନ୍‌ସିପ୍‌ ପରାଜୟର ପ୍ରତିଶୋଧ ନେଇଛନ୍ତି ସିନ୍ଧୁ। ଆଜିର ମ୍ୟାଚ୍‌ରେ ସିନ୍ଧୁ ପ୍ରାରମ୍ଭରୁ ଆକ୍ରମଣାତ୍ମକ ଖେଳ ଖେଳିଥିଲେ। ନିଜ ଉଚ୍ଚତାରୁ ଫାଇଦା ଉଠାଇ ସିନ୍ଧୁ ମ୍ୟାଚ୍‌କୁ ଅନାୟାସରେ ଜିତି ନେଇଥିଲେ। ପ୍ରଥମ ସେଟ୍‌ରେ ସିନ୍ଧୁ ୧୧-୨ର ଅଗ୍ରଣୀ ହାସଲ କରିଥିବା ବେଳେ ୨୧-୭ରେ ବିଜୟୀ ହୋଇଥିଲେ। ଦ୍ବିତୀୟ ସେଟ୍‌କୁ ମଧ୍ୟ ସମାନ ବ୍ୟବଧାନରେ ବିଜୟୀ ହୋଇଥିଲେ ସିନ୍ଧୁ।

ଏହି ବିଜୟ ସହିତ ସିନ୍ଧୁ ପ୍ରଥମ ଭାରତୀୟ ଏବଂ ମହିଳା ଭାବରେ ବିଶ୍ବ ଚାମ୍ପିୟନ୍‌ସିପ୍‌ରେ ବିଜୟୀ ହୋଇଛନ୍ତି। ଏହି ମ୍ୟାଚ୍‌କୁ ସିନ୍ଧୁ ମାତ୍ର ୩୭ ମିନିଟ୍‌ର ସମୟ ନେଇ ବିଜୟୀ ହୋଇଥିଲେ। ଉଲ୍ଲେଖଯୋଗ୍ୟ ଯେ, ପୂର୍ବରୁ ସିନ୍ଧୁ ୨୦୧୩ ଏବଂ ୨୦୧୪ରେ ବ୍ରୋଞ୍ଜ ପଦକ ହାସଲ କରିଥିବା ବେଳେ ୨୦୧୭ ଏବଂ ୨୦୧୮ରେ ରୌପ୍ୟ ପଦକ ହାସଲ କରିଥିଲେ।

ସିନ୍ଧୁଙ୍କ ଏହି ବିଜୟ ପରେ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସିନ୍ଧୁଙ୍କୁ ଶୁଭେଚ୍ଛା ଜଣାଇ ଟ୍ବିଟ୍‌ କରିଛନ୍ତି । ଏହା ସହିତ ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁ୍‌ଖ୍ୟମନ୍ତ୍ରୀ ଏନ୍‌ ଚନ୍ଦ୍ରବାବୁ ନାଇଡୁ ଏବଂ ଭାରତୀୟ ଜାତୀୟ କଂଗ୍ରେସ ମଧ୍ୟ ଟ୍ବିଟ୍ଟର ଜରିଆରେ ସିନ୍ଧୁଙ୍କୁ ବିଜୟ ନେଇ ଶୁଭେଚ୍ଛା ଜଣାଇଛନ୍ତି ।

badminton pvsindhu thesamikhsya title
Share. Facebook Twitter LinkedIn Email WhatsApp Copy Link

Related Posts

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ମହାପ୍ରଭୁଙ୍କ ଦର୍ଶନ କରିବେ ୧ ଲକ୍ଷରୁ ଉର୍ଦ୍ଧ୍ୱ ଭକ୍ତ

February 13, 2026

ବର୍ଷା ଯୋଗୁଁ ଧୋଇଯିବ କି ଭାରତ-ପାକିସ୍ତାନ ମ୍ୟାଚ୍?: ଜାଣନ୍ତୁ ପାଣିପାଗ ଅପଡେଟ୍

February 13, 2026

ଟି-୨୦ ବିଶ୍ଵକପର ବଡ ବିପର୍ଯ୍ୟୟ: ଜିମ୍ବାୱେ ଠାରୁ ଅଷ୍ଟ୍ରେଲିଆ ପରାସ୍ତ

February 13, 2026
Latest News

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.