Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁରରେ ସାମୂହିକ ଗୁରୁପୂଜନ ଉତ୍ସବ: ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉପହାର ଓ ସମ୍ବର୍ଦ୍ଧନା
ଆଜିର ଖବର

ରଣପୁରରେ ସାମୂହିକ ଗୁରୁପୂଜନ ଉତ୍ସବ: ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉପହାର ଓ ସମ୍ବର୍ଦ୍ଧନା

September 5, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରଣପୁରରେ ସାମୂହିକ ଗୁରୁପୂଜନ ଉତ୍ସବ: ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉପହାର ଓ ସମ୍ବର୍ଦ୍ଧନା
ରଣପୁରରେ ସାମୂହିକ ଗୁରୁପୂଜନ ଉତ୍ସବ: ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉପହାର ଓ ସମ୍ବର୍ଦ୍ଧନା

ରଣପୁର: ପବିତ୍ର ଗୁରୁ ଦିବସ ଅବସରରେ ରଣପୁର ମଣିନାଗ କଲ୍ୟାଣ ମଣ୍ଡପ ପରିସରରେ ଏକ ଭବ୍ୟ ସାମୂହିକ ଗୁରୁପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ରଣପୁରର ମାନ୍ୟବର ବିଧାୟିକା ତଥା ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀଙ୍କ ଆୟୋଜନରେ ଅନୁଷ୍ଠିତ ଏହି ଉତ୍ସବରେ ରଣପୁର ଅଞ୍ଚଳର ବହୁ ସଂଖ୍ୟକ ଶିକ୍ଷକ-ଶିକ୍ଷୟିତ୍ରୀ ଯୋଗଦେଇଥିଲେ।

କାର୍ଯ୍ୟକ୍ରମର ଆରମ୍ଭରେ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ପୁଷ୍ପ ଓ ଚନ୍ଦନ ଅର୍ପଣ କରି ଗୁରୁଙ୍କ ପ୍ରତି ଶ୍ରଦ୍ଧା, ସମ୍ମାନ ଓ କୃତଜ୍ଞତା ପ୍ରକାଶ କରିଥିଲେ। ଏହା ପରେ ଉପସ୍ଥିତ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ଉପହାର ଓ ଉପଢୌକନ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା।

ଉତ୍ସବରେ ବିଭିନ୍ନ ବକ୍ତା ଗୁରୁ-ଶିଷ୍ୟ ପରମ୍ପରା, ଶିକ୍ଷକଙ୍କ ତ୍ୟାଗ, ନିଷ୍ଠା ଓ ସମାଜ ଗଠନରେ ଶିକ୍ଷକଙ୍କ ମହତ୍ତ୍ୱ ଉପରେ ମତବ୍ୟକ୍ତ କରିଥିଲେ। ଶିକ୍ଷକମାନେ କେବଳ ଜ୍ଞାନର ଆଲୋକ ବାଣ୍ଟନ୍ତି ନାହିଁ, ବରଂ ଛାତ୍ରଛାତ୍ରୀଙ୍କ ଚରିତ୍ର ଗଠନ ସହ ଏକ ସୁସ୍ଥ ଓ ସୁନ୍ଦର ସମାଜ ଗଠନରେ ମଧ୍ୟ ଅମୂଲ୍ୟ ଅବଦାନ ରଖନ୍ତି ବୋଲି ବକ୍ତାମାନେ କହିଥିଲେ।

ସାମୂହିକ ଗୁରୁପୂଜନ ମାଧ୍ୟମରେ ଶିକ୍ଷକ ସମାଜ ପ୍ରତି ଶ୍ରଦ୍ଧା ଓ ସମ୍ମାନର ଏକ ଅନନ୍ୟ ଉଦାହରଣ ସୃଷ୍ଟି ହୋଇଥିଲା। ଉତ୍ସବରେ ଶିକ୍ଷକ-ଶିକ୍ଷୟିତ୍ରୀ, ଯୁବବର୍ଗ ଓ ରଣପୁରବାସୀଙ୍କ ଉପସ୍ଥିତି କାର୍ଯ୍ୟକ୍ରମକୁ ଅଧିକ ଗରିମାମୟ କରିଥିଲା।

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡିଶା ବିଧାନ ସଭାର ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟ ବକ୍ତା ଭାବେ ରଣପୁର ବିଜ୍ଞାପିତ ପରିଷଦର ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ସମ୍ମାନିତ ଅତିଥି ଭାବେ ନୟାଗଡ ଜିଲ୍ଲା ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ବନଲତା ବେହେରା, ରଣପୁର ବ୍ଲକ ଶିକ୍ଷା ଅଧିକାରୀ ପିଣ୍ଟୁ କୁମାର ପ୍ରଧାନ, ଓଡ଼ିଆ ପ୍ରଫେସର ଡ. ପୂର୍ଣ୍ଣଚନ୍ଦ୍ର ମଲ୍ଲିକ, ଗୁରୁଚରଣ ମହାପାତ୍ର, ନିବେଦିତା ମହାନ୍ତି, ପିନାକୀ ମହାନ୍ତି ପ୍ରମୁଖ ଯୋଗଦାନ କରିଥିଲେ।

କାର୍ଯ୍ୟକ୍ରମ ପରିଚାଳନାରେ ଅଭିଷେକ ସାମନ୍ତରାୟ, ପରେଶ ମିଶ୍ର, ଜୟନ୍ତ କୁମାର ନାୟକ, ଗଣେଶ୍ୱର ମାନଧାତା କାର୍ଯ୍ୟକ୍ରମ ପରିଚାଳନା ସହଯୋଗ କରିଥିଲେ।

ମଞ୍ଚ ସଂଯୋଜକ ଭାବେ ଜ୍ୟୋତି ରଞ୍ଜନ ଦାଶ, ଗୁରୁ ବନ୍ଦନା ଅଜୟ କୁମାର ପ୍ରଧାନ ଗାନ କରିଥିବା ବେଳେ ଜ୍ୟୋତି ରଞ୍ଜନ କର ଧନ୍ୟବାଦ ଅର୍ପଣ କରିଥିଲେ।

ଉପହାର ଓ ସମ୍ବର୍ଦ୍ଧନା ଗୁରୁପୂଜନ ଉତ୍ସବ ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାର ୪ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର

September 5, 2026

ଝୀରମ ଘାଟୀ ନକ୍ସଲ ଆକ୍ରମଣ ମାମଲା: ୧୩ ବର୍ଷ ପରେ ୧୦ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କଲେ ଅଦାଲତ

September 5, 2026

ରାଜ୍ୟରେ ଏଲପିଜି କଳାବଜାରୀ ଉପରେ ଚଢ଼ାଉ: ୮,୪୩୪ ସିଲିଣ୍ଡର ଜବତ, ୯ ଗିରଫ

September 5, 2026

ରାଜ୍ୟ ନିର୍ବାଚନ କମିଶନରଙ୍କ ସୂଚନା: ମାର୍ଚ୍ଚ-ଏପ୍ରିଲରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ

September 5, 2026
Latest News

ରଣପୁରରେ ସାମୂହିକ ଗୁରୁପୂଜନ ଉତ୍ସବ: ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉପହାର ଓ ସମ୍ବର୍ଦ୍ଧନା

September 5, 2026

ବାଲୁଗାଁ ଭେଙ୍କଟେଶ୍ଵର ସ୍କୁଲରେ ଧୂମଧାମରେ ଗୁରୁଦିବସ ପାଳିତ

September 5, 2026

ଓଡ଼ିଶାର ୪ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର

September 5, 2026

ଝୀରମ ଘାଟୀ ନକ୍ସଲ ଆକ୍ରମଣ ମାମଲା: ୧୩ ବର୍ଷ ପରେ ୧୦ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କଲେ ଅଦାଲତ

September 5, 2026

ରାଜ୍ୟରେ ଏଲପିଜି କଳାବଜାରୀ ଉପରେ ଚଢ଼ାଉ: ୮,୪୩୪ ସିଲିଣ୍ଡର ଜବତ, ୯ ଗିରଫ

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.