Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଭିନ୍ନ ରାସ୍ତା ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ଆଜିର ଖବର

ବିଭିନ୍ନ ରାସ୍ତା ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

September 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Prithviraj Harichandan reviews flyover projects
Prithviraj Harichandan reviews flyover projects

ଭୁବନେଶ୍ୱର: ରାସ୍ତା, ସେତୁ ଓ କୋଠାବାଡ଼ି କ୍ଷେତ୍ରରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଅନୁମୋଦନ ପାଇଛି। ଆଗାମୀ ଦିନରେ ଆହୁରି ଅଧିକ ପ୍ରକଳ୍ପ ଅନୁମୋଦନ ଅପେକ୍ଷାରେ ରହିଛି। ଏହିସବୁ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ଓଡ଼ିଶାର ଅର୍ଥନୈତିକ ବିକାଶରେ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାସ୍ତା ପ୍ରକଳ୍ପର ଅଗ୍ରଗତି ନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।

ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ରଘୁନାଥପୁର-ତ୍ରିଶୁଳିଆ ଏଲିଭେଟେଡ୍ କରିଡର ରାସ୍ତା ନିର୍ମାଣ ସହ ଷ୍ଟୁଡିଓ ଛକ-ନୂଆଗାଁକୁ ମଧ୍ୟ ଏଲିଭେଟେଡ୍ ରାସ୍ତା ନିର୍ମାଣ ନେଇ ଆଲୋଚନା ହୋଇଥିଲା। ଏଥି ସହିତ ପିପିଲି-କୋଣାର୍କ ରାସ୍ତା ନିର୍ମାଣ, ଦୟା ୱେଷ୍ଟର ପ୍ରଥମ ଏବଂ ତୃତୀୟ ଫେଜ୍ କାର୍ଯ୍ୟ ନେଇ ଆଲୋଚନା ହୋଇଥିଲା।

ବୈଠକରେ ଭୁବନେଶ୍ୱର ଇନର୍ ରିଂ ରୋଡ୍ ସହ ଆଉଟର ରିଂ ରୋଡ୍ର ନୂଆ ଆଲାଇନ୍ମେଣ୍ଟ, କଳ୍ପନା ଛକ ଫ୍ଲାଏଓଭର ନିର୍ମାଣ ଏବଂ ପୁରୀକୁ ଯାତାୟତ ସୁବିଧା ନେଇ ନୂଆ ଏଲିଭେଟେଡ୍ ରାସ୍ତା ନିର୍ମାଣ ପ୍ରକ୍ରିୟାର ଅଗ୍ରଗତି ନେଇ ଆଲୋଚନା ହୋଇଥିଲା।

ବୈଠକରେ ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହ ଏହିସବୁ ରାସ୍ତା ପ୍ରକଳ୍ପଗୁଡ଼ିକର ଅଗ୍ରଗତି ନେଇ ଥିବା ପ୍ରତିବନ୍ଧକକୁ ଦୂର କରିବା, ଜମି ଅଧିଗ୍ରହଣ ଏବଂ ଡିପିଆର୍ ପ୍ରସ୍ତୁତି ନେଇ ବିଭାଗୀୟ ଅଧିକାରୀ ଓ ମୁଖ୍ୟଯନ୍ତ୍ରୀମାନଙ୍କୁ ଆବଶ୍ୟକ ପରାମର୍ଶ ଦେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଇଆଇସି ତଥା ସ୍ୱତନ୍ତ୍ର ଶାସନ ସଚିବ ଇଂ ସମୀର ହୋତା, ଇଆଇସି (ସିଭିଲ୍) ଇଂ ସତ୍ୟବ୍ରତ ବେହେରା, ଅତିରିକ୍ତ ଶାସନ ସଚିବ ପ୍ରଦୀପ କୁମାର ସାହୁ, ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଇଂ ମନୋଜ ମହାନନ୍ଦ, ମୁଖ୍ୟଯନ୍ତ୍ରୀ ଇଂ ଶିବବ୍ରତ ତରିଆ, ଓବିସିସିର ମୁଖ୍ୟ ପରିଚାଳକ ଶ୍ରୀଧର ରାଉତ ପ୍ରମୁଖ ଉପସ୍ଥିତ ଥିଲେ।

flyover projects prithviraj harichandan ପୃଥ୍ୱୀରାଜ ହରିଚନ୍ଦନ ରାସ୍ତା ପ୍ରକଳ୍ପ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୬ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହେବେ ଆଶ୍ଚର୍ଯ୍ୟ

September 6, 2026

ରଣପୁରରେ ସାମୂହିକ ଗୁରୁପୂଜନ ଉତ୍ସବ: ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉପହାର ଓ ସମ୍ବର୍ଦ୍ଧନା

September 5, 2026

ଓଡ଼ିଶାର ୪ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର

September 5, 2026

ଝୀରମ ଘାଟୀ ନକ୍ସଲ ଆକ୍ରମଣ ମାମଲା: ୧୩ ବର୍ଷ ପରେ ୧୦ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କଲେ ଅଦାଲତ

September 5, 2026
Latest News

ବିଭିନ୍ନ ରାସ୍ତା ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

September 6, 2026

ରାଶିଫଳ: ସେପ୍ଟେମ୍ବର ୬ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହେବେ ଆଶ୍ଚର୍ଯ୍ୟ

September 6, 2026

ପୁଣି ପାକିସ୍ତାନକୁ ଧୁଳି ଚଟାଇଲା ଭାରତ: ଟି-୨୦ ମହିଳା ଏସିଆ କପ୍ ରେ ଚମତ୍କାର ବିଜୟ

September 5, 2026

ରଣପୁରରେ ସାମୂହିକ ଗୁରୁପୂଜନ ଉତ୍ସବ: ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉପହାର ଓ ସମ୍ବର୍ଦ୍ଧନା

September 5, 2026

ବାଲୁଗାଁ ଭେଙ୍କଟେଶ୍ଵର ସ୍କୁଲରେ ଧୂମଧାମରେ ଗୁରୁଦିବସ ପାଳିତ

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.