ଭୁବନେଶ୍ବର : ଲକ୍ଷ୍ମୀସାଗର ଥାନା ଅଧୀନ ଜୟଦୁର୍ଗା ଅଞ୍ଚଳରେ ଭୋର ସମୟରେ ଏକ କାରରେ ଅଗ୍ନିକାଣ୍ଡ ଘଟିଛି। ହଠାତ୍ କାରଟି ଜଳୁଥିବା ଦେଖି ସ୍ଥାନୀୟ ଲୋକେ ଏନେଇ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ସୂଚନା ପାଇ ଅଗ୍ନିଶମ ବାହିନୀର ଏକ ଟିମ୍ ଘଟଣାସ୍ଥଳରେ ପହଞ୍ଚି କାରରେ ଲାଗିଥିବା ନିଆଁକୁ ଆୟତ୍ତ କରିଥିଲେ।
ତେବେ କାରରେ କେଉଁ ପରିସ୍ଥିତିରେ ନିଆଁ ଲାଗିଲା, ତାହାର ସ୍ପଷ୍ଟ କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ। ସର୍ଟ ସର୍କିଟ୍ ନା ଅନ୍ୟ କୌଣସି କାରଣରୁ ଏହି ଅଗ୍ନିକାଣ୍ଡ ଘଟିଛି, ସେନେଇ ତଦନ୍ତ ପରେ ସ୍ପଷ୍ଟ ହେବ। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ କିଛି ସମୟ ପାଇଁ ଚାଞ୍ଚଲ୍ୟ ସୃଷ୍ଟି ହୋଇଥିଲା।


